ଯୁବତୀଙ୍କୁ ବଳତ୍କାର କରି କରୁଥିଲେ ବ୍ଲାକ୍‌ମେଲିଂ, ବନ୍ଧା ହେଲେ ରାଜମିସ୍ତ୍ରୀ

ପୁରୁଷୋତ୍ତମପୁର,୧୦।୧୧(ଡି.ଏନ.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଭାଟକୁମରଡା ଗାଁରେ ରାଜମିସ୍ତ୍ରୀ ଭାବେ କାମ କରୁଥିବା ଅନାଥ ସ୍ବାଇଁ (୩୫)ଙ୍କୁ ବଳତ୍କାର ଅଭିଯୋଗରେ ପୋଲିସ ଗୁରବାର ଗିରଫ କରି କୋର୍ଟ ଚାଲାଣ କରିଛି। ଆଇଆଇସି ପ୍ରିୟସରଞ୍ଜନ ଛୋଟରାୟ କହିବା ଅନୁଯାୟୀ,ସେହି ଅଞ୍ଚଳର ଜଣେ ଗରିବଶ୍ରେଣୀର ଯୁବତୀ ରାଜମିସ୍ତ୍ରୀ ଅନାଥଙ୍କ ସହ ମୂଲ ଖଟିବା ଲାଗି ଯାଉଥିଲେ। ଏହି ସମୟରେ ଯୁବତୀଙ୍କ ସରଳତାର ସୁଯୋଗ ନେଇ ତାଙ୍କୁ ଧମକ ଦେଇ ସେ ତିନିମାସରୁ ଅଧିକ ଦିନ ହେଲା ବିଭିନ୍ନ ସ୍ଥାନକୁ ନେଇ ବାରମ୍ବାର ବଳତ୍କାର କରୁଥିଲେ। ସେହି ସମୟର କିଛି ଫଟୋ ମଧ୍ୟ ଉଠାଇ ତାଙ୍କୁ ବ୍ଲାକ୍‌ମେଲିଂ କରୁଥିଲେ। ତେବେ ଯୁବତୀଙ୍କ ବିବାହ ଠିକ୍‌ ହୋଇଥିବା ବେଳେ ବିବାହ କରିବାକୁ ମନା କରୁଥିଲେ ଅନାଥ। ବିବାହ କରିଲେ ସବୁ ଫଟୋ, ଭିଡିଓ ଭାଇରାଲ କରିଦେବାକୁ ଧମକ ଦେଉଥିଲେ। ଏହାକୁ ନେଇ ଯୁବତୀଜଣଙ୍କ ଥାନାରେ ଅଭିଯୋଗ କରିଛନ୍ତି। ମହିଳା ଓ ଶିଶୁ ଡେସ୍କ ଅଧିକାରୀ ଏସଆଇ ପ୍ରିୟଙ୍କା ବେହେରାଙ୍କ ତଦନ୍ତ କ୍ରମେ ଯୁବତୀଙ୍କ ବ୍ରହ୍ମପୁର ବଡ଼ ମେଡିକାଲରେ ଡାକ୍ତରୀ ମାଇନା କରାଯିବା ସହ ପୁରୁଷୋତ୍ତମପୁର ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ଅଦାଲତରେ ବୟାନ ରେକର୍ଡ କରାଯାଇଛି। ଅଭିଯୁକ୍ତ ଅନାଥଙ୍କ ମଧ୍ୟ ଡାକ୍ତରୀ ମାଇନା କରାଯାଇ କୋର୍ଟ ଚାଲାଣ କରାଯାଇଥିବା ଆଇଆଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

ସୀମାରେ ଯାଞ୍ଚ: ପିକ୍‌ଅପ୍‌ ଭ୍ୟାନରୁ ୩.୬୯ଲକ୍ଷ ଜବତ

ନୂଆପଡ଼ା,୨୭ା୪ (ମକାରୁ ବେମାଲ): ସାଧାରଣ ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବା ଲକ୍ଷ୍ୟ ନେଇ ପୋଲିସ ପ୍ରଶାସନ, ଅବକାରୀ ଓ ବନ ବିଭାଗ ପକ୍ଷରୁ ଆନ୍ତଃ...

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri