ଯାହାକୁ ଭଲ ପାଇ ବାହା ହୋଇଥିଲେ ସେ ଜୀବନ ନେଇଗଲେ, ନବବଧୂଙ୍କୁ ହତ୍ୟା ପରେ ଖଟରେ ଶୁଆଇ ଦେଇ…

ଥୁଆମୂଳ ରାମପୁର, ୨୦ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କାଦୋବେଡ଼ା ଗ୍ରାମରେ ଘଟିଥିବା ନବବଧୂ ବନିତା ନାଏକ ହତ୍ୟାକାଣ୍ଡ ମାମଲାରେ ପୋଲିସକୁ ବଡ଼ ସଫଳତା ମିଳିଛି। ଏହି ସଙ୍ଗୀନ ମାମଲାରେ ସଂପୃକ୍ତ ସ୍ବାମୀ କରୁଣା ମୁଦୁଲି, ଶ୍ୱଶୁର କୁମ ମୁଦୁଲି ଓ ଶାଶୁ ଧନେଶ୍ୱର ମୁଦୁଲିଙ୍କୁ ପୋଲିସ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତମାନଙ୍କୁ ପ୍ରଥମେ JMFC କୋର୍ଟ ଓ ପରେ ଜିଲା କୋର୍ଟକୁ ପଠାଯାଇଥିବା ସୂଚନା ମିଳିଛି।

ସୂଚନାଯୋଗ୍ୟ ଯେ, ଓଡ୍ରି ପଞ୍ଚାୟତ ବଡ଼ ବୋଫଲା ଗ୍ରାମର ଭଜମନ ନାଏକଙ୍କ ଝିଅ ବନିତା ପ୍ରାୟ ୪ ମାସ ତଳେ ମହୁଲ ପାଟଣା ପଞ୍ଚାୟତ କାଦୋବେଡ଼ା ଗ୍ରାମର କରୁଣା ମୁଦୁଲିଙ୍କୁ ପ୍ରେମ ବିବାହ କରିଥିଲେ। ତେବେ ଗତ ଶୁକ୍ରବାର ସକାଳେ ପାରିବାରିକ କଳହକୁ କେନ୍ଦ୍ର କରି ଶ୍ୱଶୁର ଘର ଲୋକେ ବନିତାଙ୍କୁ ଅମାନୁଷିକ ଭାବେ ଲାତ, ବିଧା ଓ ଗୋଇଠା ମାରିବା ସହ ତଣ୍ଟି ଚିପି ହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ଅତି ଚତୁରତାର ସହ ହତ୍ୟାକାଣ୍ଡକୁ ଲୁଚାଇବା ପାଇଁ ଅଭିଯୁକ୍ତମାନେ ବନିତାଙ୍କ ମୃତଦେହକୁ ଘର ଭିତରେ ଏକ ଖଟ ଉପରେ ଶୁଆଇ ଦେଇଥିଲେ।

ଭଜମନ ନାଏକଙ୍କ ଅଭିଯୋଗ କ୍ରମେ ଥୁଆମୂଳ ରାମପୁର ଥାନାରେ କେସ ନମ୍ବର ୫୨/୨୬ ରେ ଏକ ହତ୍ୟା ମାମଲା ରୁଜୁ ହୋଇଥିଲା। ସଦର ଏସଡିପିଓ (SDPO) ନରେଶ ପ୍ରଧାନ ଘଟଣାସ୍ଥଳ ପରିଦର୍ଶନ କରିଥିବା ବେଳେ ଭବାନୀପାଟଣାରୁ ଆସିଥିବା ଏକ ସାଇଣ୍ଟିଫିକ ଟିମ୍‌ ଗୁରୁତ୍ୱପୂର୍ଣ୍ଣ ପ୍ରମାଣ ସଂଗ୍ରହ କରିଥିଲେ। ଏସଆଇ (SI) ସନ୍ତୋଷ କୁମାର ସେଠୀଙ୍କ ନେତୃତ୍ୱରେ ପୋଲିସ ତିନି ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚରା କରିବା ପରେ ସେମାନଙ୍କ ସଂପୃକ୍ତି ସ୍ପଷ୍ଟ ହେବାରୁ ସେମାନଙ୍କୁ ଗିରଫ କରାଯାଇଥିଲା। ରବିବାର ତିନି ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି। ଶବ ବ୍ୟବଚ୍ଛେଦ ରିପୋର୍ଟ ଓ ସାଇଣ୍ଟିଫିକ ତଥ୍ୟକୁ ଆଧାର କରି ପୋଲିସ ଅଧିକ ତଦନ୍ତ ଜାରି ରଖିଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି କରିଛି।

 

Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସମାଜସେବୀ ଅଜିତଙ୍କ ଅକାଳ ବିୟୋଗ: ଅଞ୍ଚଳରେ ଗଭୀର ଶୋକ

ଗଞ୍ଜାମ,୨୦।୪(ଅନାଥ ତରାଇ): ଗଞ୍ଜାମ ସହର ଓଡ଼ିଆ ଢମଣାସାହି ଅଞ୍ଚଳରେ ଆଜି ଏକ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସ୍ଥାନୀୟ ଅଞ୍ଚଳର ଜଣେ ଜଣାଶୁଣା ସମାଜସେବୀ ତଥା ବଜରଙ୍ଗ…

ସିଦ୍ଧେଶ୍ୱର କଲ୍ୟାଣ ମଣ୍ଡପ ବିବାଦ: ପୋଲିସ ଉପସ୍ଥିତିରେ ଦଖଲ କଲା ବ୍ଲକ ପ୍ରଶାସନ, ପଞ୍ଚାୟତକୁ ହସ୍ତାନ୍ତର କରାଗଲା ଚାବି

ଦିଗପହଣ୍ଡି,୨୦।୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ରଘୁନାଥ ମନ୍ଦିର ନିକଟରେ ନବ ନିର୍ମିତ କଲ୍ୟାଣ ମଣ୍ଡପ ଦଖଲକୁ ନେଇ ଦୀର୍ଘ ବର୍ଷ…

ନୈନାରାଣୀ ଓଏଭି ବ୍ଲକ ଟପ୍ପର: ଚାରିଆଡୁ ଶୁଭେଚ୍ଛା

କର୍ଲାମୁଣ୍ଡା,୨୦/୪(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା କର୍ଲାମୁଣ୍ଡା ବ୍ଲକ ରେଗଡାସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ ଛାତ୍ରୀ ନୈନାରାଣୀ…

ପାଇନ ଜଙ୍ଗଲରେ ନିଆଁ: ନିଦରେ ଶୋଇଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୪ (ଅରୁଣ ସାହୁ):ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗରମ ଗୁଳଗୁଳି ବୃଦ୍ଧି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏହି ସମୟରେ ଜଙ୍ଗଲରେ ନିଆଁ ଲାଗିବାରୁ…

ଆଜି ଆମେରିକା-ଇରାନ ମଧ୍ୟରେ ହେବ ବଡ଼ ଡିଲ୍‌! ଟ୍ରମ୍ପଙ୍କ ଦାବି ପରେ ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୨୦।୪: ମଧ୍ୟପ୍ରାଚ୍ୟରେ ଅରାଜକତା ମଧ୍ୟରେ, ଆଶ୍ୱସ୍ତିର ଖବର ସାମ୍ନାକୁ ଆସୁଛି। ଇରାନ ଏହାକୁ ଅସ୍ବୀକାର କରିଚାଲିଥିବା ବେଳେ, ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛନ୍ତି। ଆମେରିକାର ରାଷ୍ଟ୍ରପତି…

ସୁସଜ୍ଜିତ ଡଙ୍ଗାରେ ନୌକା ବିହାର କଲେ ମଦନ ମୋହନ, ଉଠୁଛି ପଡୁଛି ସହର

ଗଞ୍ଜାମ,୨୦।୪(ବିଦ୍ୟାଧର ସାହୁ ): ଦୀର୍ଘ ୨୧ ଦିନ ଧରି ଭକ୍ତି, ପରମ୍ପରା ଓ ଆନନ୍ଦର ରଙ୍ଗରେ ରଙ୍ଗିତ ହେବ ଗଞ୍ଜାମ ସହର । ସୋମବାର ଅକ୍ଷୟ ତୃତୀୟାରୁ…

ସିଜିମାଳିରେ କର୍ପୋରେଟ ପାଇଁ ସରକାରୀ ଦମନଲୀଳା: ଆଦିବାସୀଙ୍କ ଜଳ-ଜଙ୍ଗଲ ଜମି ହକ ପାଇଁ ଏକଜୁଟ ହେଲେ ଏମ୍‌ପି

ଥୁଆମୂଳ ରାମପୁର, ୨୦।୪ (ଦୁର୍ଗା କୀର୍ତ୍ତି ): କଳାହାଣ୍ଡି ଏବଂ ରାୟଗଡ଼ା ଜିଲା ସୀମାନ୍ତରେ ଥିବା ସିଜିମାଳି ପାହାଡ଼ ଏବେ ଅଶାନ୍ତ ହୋଇପଡ଼ିଛି। ବେଦାନ୍ତ କମ୍ପାନୀ ପାଇଁ…

ଭିବିଜି – ରାମ ଜି ଯୋଜନାରେ ଜାଲିଆତି ଅଭିଯୋଗ: କାରଣ ଦର୍ଶାଅ ନୋଟିସର ଜବାବ ରଖିଲେ ବିଡିଓ, କହିଲେ…

ଦିଗପହଣ୍ଡି,୨୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକରେ ସରକାରୀ ଯୋଜନାରେ ଜାଲିଆତି କରାଯାଇଥିବା ଅଭିଯୋଗ ହୋଇଛି। ଭିବିଜି – ରାମ ଜି ଯୋଜନାରେ ବ୍ୟାପକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri