ପୋଲିସ ଭୟରେ ପଳାଉଥିବା ଯୁବକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ବରଗଡ଼ ଅଫିସ୍‌,୮।୩: ବରଗଡ଼ ଜିଲା ଭେଡ଼େନ ଥାନା ଅଧୀନ ସାନ ପିପିଲିପାଲି ଗ୍ରାମରେ ରବିବାର ଜୁଆ ଆଡ୍ଡାରେ ଚଢ଼ାଉ ବେଳେ ପୋଲିସ ଭୟରେ ଦୌଡ଼ି ପଳାଉଥିବା ବେଳେ ଆନନ୍ଦ ପ୍ରଧାନ(୩୫)ଙ୍କ ମୃତ୍ୟୁକୁ ନେଇ ସୋମବାର ଉତ୍ତେଜନା ପ୍ରକାଶ ପାଇଛି। ପଞ୍ଚନାମା ରିପୋର୍ଟରେ ଚଞ୍ଚକତା କରାଯାଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ପରିବାର ଏବଂ ଗାଁ ଲୋକଙ୍କ ବୟାନକୁ ଆଧାର କରି ପଞ୍ଚନାମା ରିପୋର୍ଟ ନ ଲେଖାଯିବା ପର୍ଯ୍ୟନ୍ତ ମୃତଦେହ ଉଠିବ ନାହିଁ ବୋଲି ଅଡ଼ି ବସିଥିଲେ। ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ ପହଞ୍ଚି ଗ୍ରାମବାସୀଙ୍କ ସହିତ ଆଲୋଚନା କରିଥିଲେ। ପୋଲିସ ପଞ୍ଚନାମା ରିପୋର୍ଟ ପ୍ରସ୍ତୁତ କରିବା ପରେ ପରିବାର ଲୋକେ ମୃତଦେହ ନେଇଥିଲେ। ଅନ୍ୟପକ୍ଷେ ଜୁଆଖେଳରେ ଗିରଫ ଅଭିଯୁକ୍ତମାନଙ୍କୁ ବ୍ୟକ୍ତିଗତ ମୁଚାଲିକାରେ ପୋଲିସ ଛାଡ଼ି ଦେଇଛି। ଏହାକୁ ନେଇ ପୋଲିସ ପ୍ରତି ସାନ ପିପିଲିପାଲି ଗ୍ରାମବାସୀଙ୍କ ଅସନ୍ତୋଷ ଦ୍ୱିଗୁଣିତ ହୋଇଥିଲା। ଗ୍ରାମବାସୀ ସହରାଟିକ୍ରା ଛକରେ ମୃତଦେହ ରଖି ବରଗଡ଼-ଭେଡ଼େନ ରାସ୍ତା ଅବରୋଧ କରିଥିଲେ। ବରଗଡ଼ ଏସ୍‌ଡ଼ିପିଓ ଦୀପକ କୁମାର ଗୋଚ୍ଛାୟତ ସଦଳବଳ ସେଠାକୁ ପହଞ୍ଚି ଗ୍ରାମବାସୀଙ୍କ ସହିତ ଆଲୋଚନା କରିବା ସହିତ ତଦନ୍ତ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ପରେ ଗ୍ରାମବାସୀ ଆନ୍ଦୋଳନରୁ ଓହରି ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଛୁଟି ଘୋଷଣା କଲେ ରାଷ୍ଟ୍ରପତି, କାହିଁକି ଜାଣନ୍ତୁ…

ଆସୁନସିଅନ,୩୦ା୬: ଫିଫା ବିଶ୍ୱକପ୍‌ର ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଜର୍ମାନୀକୁ ପରାସ୍ତ କରି ପାରାଗୁଏ ବିପର୍ଯ୍ୟୟ ଘଟାଇବା ପରେ ଦେଶରେ ଛୁଟି ଘୋଷଣା କରାଯାଇଛି। ଆଧୁନିକ ବିଶ୍ୱକପ୍‌ ଇତିହାସରେ…

ଚୁକ୍ତିର ଅବଧି ସରିବା ୬ ଦିନ ପୂର୍ୱରୁ ଠିପିବନ୍ଦ ବିଦେଶୀ ମଦ ଦୋକାନ ବନ୍ଦ, ଅବକାରୀ ଅଧିକ୍ଷକ କହିଲେ ତଦନ୍ତ କରାଯିବ…

ଦାରିଙ୍ଗବାଡି, ୩୦ ।୬ (ଅରୁଣ ସାହୁ ): ସରକାରଙ୍କ ଠାରୁ ଅନୁମୋଦନ ପାଇ ସରକାରଙ୍କ ସହ ଚୁକ୍ତି କରି ଖୋଲାଯାଇଥିବା ଠିପିବନ୍ଦ ବିଦେଶୀ ମଦ ଦୋକାନର ଅବଧି…

ପୋକ୍ସୋ ମାମଲାରେ ଦୋଷୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ; ପୀଡ଼ିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ କୋର୍ଟଙ୍କ ନିର୍ଦ୍ଦେଶ

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା): ୩୦।୬: ଗଜପତି ଜିଲ୍ଲାର ଏକ ଚର୍ଚ୍ଚିତ ପୋକ୍ସୋ ମାମଲାରେ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ହର ପ୍ରସାଦ ପଟ୍ଟନାୟକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି।…

ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବାଲି ଟ୍ରାକ୍ଟର ଧକ୍କାରେ ଶ୍ରମିକଙ୍କ ମୃତ୍ୟୁ, ପରିବାରକୁ ମିଳିଲା ସରକାରୀ ସହାୟତା

ଦିଗପହଣ୍ଡି, ୩୦|୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଞ୍ଚଳରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ହସ୍ପିଟାଲ ଛକ ନିକଟ ମୁଖ୍ୟ…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri