ଦୁର୍ବୃତ୍ତଙ୍କ ସମ୍ପର୍କରେ ତଥ୍ୟ ପାଉନି ପୋଲିସ

ଅନୁଗୋଳ ଅଫିସ, ୨୩।୪: ଅନୁଗୋଳ ସହର ହୁଲୁରିସିଂହା ଠାରେ ଶୁକ୍ରବାର ରାତିରେ ସ୍ଥାନୀୟ ଯୁବକ ପ୍ରକାଶ ବେହେରାକୁ ଗୋଡ଼ାଇ ଗୋଡ଼ାଇ ହତ୍ୟା କରାଯାଇଥିଲା। ପ୍ରକାଶଙ୍କ ଦେହରେ ୩୦ରୁ ଅଧିକ ଚୋଟ ରହିଥିବା ବେଳେ ଏଥିରେ ଏକାଧିକ ଲୋକଙ୍କ ସମ୍ପୃକ୍ତି ଥିବା ଚର୍ଚ୍ଚା ହେଉଛି। ହେଲେ ସାଇଣ୍ଟିଫିକ ଟିମ୍‌, ସନ୍ଧାନୀ କୁକୁର ସହାୟତାରେ ପୋଲିସ ତଦନ୍ତ କରିବା ଓ ଘଟଣାକୁ ୨୪ ଘଣ୍ଟା ପୂରିଯିବା ସତ୍ତ୍ୱେ ଏଯାଏ ଦୁର୍ବୃତ୍ତମାନଙ୍କ ସମ୍ପର୍କରେ କୌଣସି ତଥ୍ୟ ପାଇପାରିନାହିଁ ପୋଲିସ। ଏକାଧିକ ଲୋକଙ୍କୁ ପଚରାଉଚରା କରାଯାଇଥିଲେ ବି ଘଟଣାର ରହସ୍ୟ ଜାଣିପାରି ନାହିଁ ପୋଲିସ। ଫଳରେ ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ଦେଖାଦେଇଛି।
ପ୍ରକାଶ ଯେ, ହୁଲୁରିସିଂହାର ପ୍ରକାଶଙ୍କ ଏକ ବ୍ରଏଲର ପଏଣ୍ଟ ରହିଛି। ଶୁକ୍ରବାର ରାତିରେ ଦୋକାନ ଖୋଲା ଥିବାବେଳେ ସେଠାରୁ ଅଳ୍ପ ଦୂରରେ ପ୍ରକାଶଙ୍କ ମୃତଦେହ ପୋଲିସ ଠାବ କରିଥିଲା। ପାରିପାର୍ଶ୍ୱିକ ସ୍ଥିତିରୁ ତାଙ୍କୁ ଦୁର୍ବୃତ୍ତମାନେ ଗୋଡ଼ାଇ ଗୋଡ଼ାଇ ଧାରୁଆ ଅସ୍ତ୍ରରେ ହାଣିଥିବା ଓ ଏଥିରେ ୩ରୁ ଅଧିକ ଧାରୁଆ ଅସ୍ତ୍ର ବ୍ୟବହାର କରାଯାଇଥିବା ପୋଲିସ ଜାଣିବାକୁ ପାଇଥିଲା। ଶନିବାର ଦିନ ତମାମ ଘଟଣାସ୍ଥଳରେ ସାଇଣ୍ଟିଫିକ୍‌ ଟିମ୍‌ ଓ ସନ୍ଧାନୀ କୁକୁର ସହାୟତାରେ ତଦନ୍ତ କରାଯିବା ସତ୍ତ୍ୱେ ହତ୍ୟାକାଣ୍ଡର କାରଣ ସମ୍ପର୍କରେ କୌଣସି ତଥ୍ୟ ପୋଲିସକୁ ମିଳିପାରି ନାହିଁ। ଘଟଣାସ୍ଥଳରୁ ଏକ ମୋବାଇଲ ମିଳିଥିବା ବେଳେ ଅନ୍ଧାରରେ ବାଡ଼ି ବୁଲାଉଥିବା ପୋଲିସ ହୁଲୁରିସିଂହାର ଏକାଧିକ ଲୋକଙ୍କୁ ଡାକି ପଚରାଉଚରା କରୁଛି। ଅନୁଗୋଳ ସହରରେ ପୂର୍ବରୁ ଏପରି ବୀଭତ୍ସ ହତ୍ୟାକାଣ୍ଡ ଘଟି ନ ଥିବା ସ୍ଥାନୀୟ ଲୋକମାନେ କହିଛନ୍ତି। ପ୍ରକାଶଙ୍କ ସହ କାହାର ଶତ୍ରୁତା ଥିଲା ଓ ସେମାନେ ସ୍ଥାନୀୟ ଅଞ୍ଚଳର କିମ୍ବା ଜିଲା ବାହାରର, ସେ ନେଇ ଆଲୋଚନା ଜୋର୍‌ ଧରିଛି। କିନ୍ତୁ ପୋଲିସକୁ କୌଣସି ତଥ୍ୟ ମିଳିପାରି ନ ଥିବାରୁ ଘଟଣା ଉପରେ ସମସ୍ତଙ୍କର ନଜର ରହିଛି। ଅନ୍ୟପକ୍ଷରେ ପୋଲିସ ଜିଲା ମୁଖ୍ୟ ଚିକିତ୍ସଳୟରେ ମୃତଦେହ ବ୍ୟବଚ୍ଛେଦ କରାଇବା ପରେ ଅପରାହ୍ନ ୪ଟାରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri