ପୋଲିସ ସ୍ବାମୀ ଦେଉଛନ୍ତି ଯୌତୁକ ନିର୍ଯାତନା

ନିଶ୍ଚିନ୍ତକୋଇଲି,୧୧।୯(ସ୍ବ.ପ୍ର.): ନିଶ୍ଚିନ୍ତକୋଇଲି ବ୍ଲକ ନେମାଳ ଥାନା ଅଧୀନ ଜନାର୍ଦ୍ଦନପୁର ଗ୍ରାମରେ ଜଣେ ମହିଳାଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦିଆଯିବା ସହ କିରୋସିନ ଢ଼ାଳି ମାରିଦେବାକୁ ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ସମ୍ପୃକ୍ତ ମହିଳାଙ୍କ ସ୍ବାମୀ ପୋଲିସ କର୍ମଚାରୀ ହୋଇଥିବାରୁ ୭ ତାରିଖରୁ ଅଭିଯୋଗ ହୋଇଥିଲେ ମଧ୍ୟ ପୋଲିସ କେବଳ ମାମଲା ରୁଜୁ କରି ଚୁପ ବସିଛି। ଏପର୍ଯ୍ୟନ୍ତ କୌଣସି ଅଭିଯୁକ୍ତଙ୍କୁ ଗିରଫ କରାଯାଇ ନାହିଁ। ପୋଲିସର ନିରପେକ୍ଷତାକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
ଯାଜପୁର ଜିଲା ବରୀ ଥାନା ଅନ୍ତର୍ଗତ ଧାରପୁର ଗ୍ରାମର ଅଚ୍ୟୁତାନନ୍ଦ ପରମାଣିକଙ୍କ କନ୍ୟା ରଶ୍ମିତା(୨୪)ଙ୍କ ସହ ଗତ ୧୨ ଜୁଲାଇ ୨୦୨୦ରେ ଜନାର୍ଦ୍ଦନପୁର ଗ୍ରାମର ସୁଦାମ ଚାନ୍ଦଙ୍କ ପୁତ୍ର ସୁବଳ ଚାନ୍ଦଙ୍କ ସହ ବୈଦିକ ରୀତିରେ ବିବାହ ହୋଇଥିଲା। ସୁବଳ ଷଷ୍ଠ ବାଟାଲିୟନରେ ପୋଲିସ କର୍ମଚାରୀ ଭାବେ କାର୍ଯ୍ୟ କରନ୍ତି। ବିବାହ ବେଳେ ବରପକ୍ଷର ଦାବି ମୁତାବକ ନଗଦ ୧ଲକ୍ଷ ଟଙ୍କା ସହ ଅଳଙ୍କାର ଓ ଅନ୍ୟାନ୍ୟ ଆସବାବପତ୍ର ସମେତ ଅନ୍ୟାନ୍ୟ ଜାନି ଯୌତୁକ ଦିଆଯାଇଥିଲା। କିଛି ଦିନ ପରେ ଯୌତୁକ ବାବଦରେ ଆଉ ୨ ଲକ୍ଷ ଟଙ୍କା ଆଣିବା ପାଇଁ ଶାଶୁଘର ଲୋକେ ରଶ୍ମିତାଙ୍କ ଉପରେ ଚାପ ପ୍ରୟୋଗ କରାଯାଇଥିଲା। ମାତ୍ର ସେ ଏଥିରେ ଅସମ୍ମତି ପ୍ରକାଶ କରିବାରୁ ଶାଶୁ ଘର ତରଫରୁ ତାଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦିଆଯାଉଥିଲା। ଗତ ୭ ତାରିଖରେ ଶାଶୁ ଘର ଲୋକେ ମିଳିମିଶି ରଶ୍ମିତାକୁ କିରୋସିନ ଢାଳି ନିଆଁ ଲଗାଇ ମାରିଦେବାକୁ ଉଦ୍ୟମ କରିଥିଲେ ବୋଲି ସେ ଥାନାରେ ଅଭିଯୋଗ କରିଥିଲେ। ଏନେଇ ପୋଲିସ ୨ ଦିନ ପରେ ଅର୍ଥାତ୍‌ ୯ ତାରିଖ ରାତିରେ ମାମଲା (ନଂ. ୧୨୬/୨୧) ରୁଜୁ କରି ଚୁପ୍‌ ବସିଛି। ଏସମ୍ପର୍କରେ ଥାନା ଆଇଆଇସି ଉମେଶ ସାହୁ କହିଛନ୍ତି, ଅଭିଯୋଗ ଆଧାରରେ ତଦନ୍ତ ଚାଲିଛି। ଏହାପରେ କାର୍ଯ୍ୟାନୁଷ୍ଠାନ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri