ପୋଲିସ ଇନ୍‌ଫର୍ମର ସନ୍ଦେହରେ ୨ ଯୁବକଙ୍କୁ ନିର୍ମମ ହତ୍ୟା

ବାଲିଗୁଡ଼ା,୩୦।୧(ଡି.ଏନ୍‌.ଏ): ପୁଣି ରକ୍ତମୁଖା ହୋଇଛନ୍ତି ମାଓବାଦୀ। କିଛି ଦିନର ନୀରବତା ପରେ ନିଜର ସ୍ଥିତି ଜାହିର କରିଛି ମାଓବାଦୀ ସଂଗଠନ। କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ବେଲଘର ଥାନା ଭଣ୍ଡରଙ୍ଗି ପଞ୍ଚାୟତର ଗୋଛାଗୁଡ଼ା ଗାଁରେ ମାଓବାଦୀ ପୋଲିସ ଇନ୍‌ଫର୍ମର ସନ୍ଦେହରେ ଦୁଇଜଣଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି। ଶୁକ୍ରବାର ବିଳମ୍ବିତ ରାତିରେ ଗୋଛାଗୁଡ଼ା ଗାଁରେ ପଶି ହେମନ୍ତ ପାତ୍ର ଓ ଭବାନୀ ଶଙ୍କର ପାତ୍ର ନାମକ ଦୁଇଜଣ ଯୁବକଙ୍କୁ ହତ୍ୟା କରିଥିବା ଜଣାପଡ଼ିଛି । ମୃତଦେହ ନିକଟରେ ପୋଷ୍ଟର ଛାଡ଼ି ଯାଇଛନ୍ତି ମାଓବାଦୀ।

ଗତ ସେପ୍ଟେମ୍ବର ମାସରେ କନ୍ଧମାଳ-କଳାହାଣ୍ଡି ସୀମାନ୍ତ ଗୁଳି ବିନିମୟ ଘଟଣାରେ ଏହି ଦୁଇଜଣ ପୋଲିସକୁ ଆମ ବିଷୟରେ ସୂଚନା ଦେଇଥିଲେ ଏଣୁ ଏମାନଙ୍କୁ ଦଣ୍ଡ ଦିଆଯାଇଛି । ପୋଲିସ ଇନଫର୍ମର ଭାବେ କାମ କରୁଥିବା ସମସ୍ତ ଲୋକଙ୍କୁ ଆମେ ଜାଣିଛୁ । ଆସନ୍ତା ୧୫ ଦିନ ମଧ୍ୟରେ ସେମାନେ ଯଦି ଜନ ଅଦାଲତରେ ନିଜକୁ ଆତ୍ମସମର୍ପଣ ନ କରନ୍ତି ତେବେ ସେମାନଙ୍କୁ ଦଣ୍ଡ ଦିଆଯିବ ବୋଲି ପୋଷ୍ଟରରେ ଉଲ୍ଲେଖ ରହିଛି ।

ଅନ୍ୟପଟେ ଏହି ଅଞ୍ଚଳର ଗଣ୍ଡ ସମ୍ପ୍ରଦାୟର ଯୁବକମାନେ ପୋଲିସ ଇନ୍‌ଫର୍ମର ଭାବେ କାମ କରୁଛନ୍ତି l ଏଣୁ ସେମାନେ ଏଥିରୁ ଦୂରେଇ ରୁହନ୍ତୁ ବୋଲି ଗଣ୍ଡ ସମାଜକୁ ପୋଷ୍ଟର ମାଧ୍ୟମରେ ଚେତାବନୀ ଦେଇଛି ସଙ୍ଗଠନ। ଏଥିସହିତ ମୁଣ୍ଡିଗଡ଼ ପଞ୍ଚାୟତର ସରପଞ୍ଚ ଓ ଅନ୍ୟ ସରପଞ୍ଚ ବିପ୍ଳବୀ ସଙ୍ଗଠନ ଆଣ୍ଟି ନକ୍ସଲ ପିପୁଲ ଟିମ ଫୋର୍ସରେ ଯୋଗ ଦେଇଛନ୍ତି। ସ୍ଥାନୀୟ ଯୁବକମାନଙ୍କୁ ବିପ୍ଳବ ବିରୋଧରେ ଯିବା ପାଇଁ ପ୍ରୋତ୍ସାହିତ କରୁଛନ୍ତି । ଏ କାମ ଶୀଘ୍ର ଛାଡ଼ନ୍ତୁ । ନଚେତ୍‌ ଦଣ୍ଡ ଦିଆଯିବ। ଆର୍ଥିକ ଲୋଭ ଦେଖାଇ ସ୍ଥାନୀୟ ଗରିବ ଯୁବକମାନଙ୍କୁ ସୂଚନାଦାତା ବନାଇ ପୋଲିସ ସେମାନଙ୍କ ଜୀବନ ସହ ଖେଳ ଖେଳୁଛି ବୋଲି ବା.ଘୁ.ନା(ବାସଧାରା ଘୁମୁସର ନାଗାବଳୀ) ଡିଭିଜନ ସିପିଆଇ ମାଓବାଦୀ ସଂଗଠନ ପକ୍ଷରୁ ଘଟଣାସ୍ଥଳରେ ଛାଡ଼ି ଯାଇଥିବା ପୋଷ୍ଟରରେ ଉଲ୍ଲେଖ ଥିବା ଦେଖିବାକୁ ମିଳିଛି । ସେପଟେ ଘଟଣାକୁ ବିରୋଧ କରିବା ସହ ତୀବ୍ର ନିନ୍ଦା କରିଛି ଆଣ୍ଟି ନକ୍ସଲ ପିପୁଲ ପିସ ଫୋର୍ସ । ଏହାର ଉଚିତ୍‌ ଜବାବ ଦିଆଯିବ ବୋଲି ସଙ୍ଗଠନର ଓଡ଼ିଶା ମୁଖ୍ୟ ଭାରତ ଭୂଷଣ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri