ସ୍ତ୍ରୀଙ୍କୁ ପଚରାଉଚରା କଲା ପୋଲିସ

କଟକ ଅଫିସ,୭ା୯: କଟକ ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ସୁବାସ କୁମାର ବିହାରୀ(୪୯)ଙ୍କ ମୃତ୍ୟୁ ଘଟଣାରେ ତାଙ୍କ ସ୍ତ୍ରୀ ଅପରିଜିତାଙ୍କୁ ମଙ୍ଗଳବାର ମର୍କତନଗର ଥାନା ପୋଲିସ ପଚରାଉଚରା କରିଛି। ସିଡିଏସ୍ଥିତ ସରକାରୀ କ୍ବାର୍ଟର୍ସରେ ଅପରିଜିତାଙ୍କ ସହ ପରିବାର ଲୋକଙ୍କୁ ମଧ୍ୟ ପଚରାଉଚରା କରାଯାଇଛି। ଅପରପକ୍ଷରେ ପୋଷ୍ଟମର୍ଟମ ରିପୋର୍ଟକୁ ଅପେକ୍ଷା କରାଯାଇଛି। ରିପୋର୍ଟ ହସ୍ତଗତ ହେବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ପୋଲିସ କହିଛି। ବିଚାରପତି ବିହାରୀଙ୍କ ମା’ ତୁଳସୀଙ୍କ ଅଭିଯୋଗକୁ ଭିତ୍ତି କରି ଥାନାରେ ହତ୍ୟା ମାମଲା ରୁଜୁ କରିବା ପରେ ପୋଲିସ ବିଭିନ୍ନ ଦିଗକୁ ତଦନ୍ତରେ ସାମିଲ କରିଛି। ବିଚାରପତିଙ୍କ ପରିବାର ଲୋକଙ୍କ ସମେତ ତାଙ୍କ ସହ ସାମିଲ ଥିବା ବ୍ୟକ୍ତି ବିଶେଷଙ୍କୁ ପୋଲିସ ପଚରାଉଚରା କରିବ ବୋଲି ଜଣାପଡ଼ିଛି।
ଉଲ୍ଲେଖଯୋଗ୍ୟ ଯେ, ବିଚାରପତି ସୁବାସ ବିହାରୀଙ୍କ ଗତ ୩ ତାରିଖରେ ସନ୍ଦେହଜନକ ଭାବେ ମୃତ୍ୟୁ ହୋଇଥିଲା। ସିଡିଏ ମର୍କତନଗରସ୍ଥିତ ତାଙ୍କ ସରକାରୀ କ୍ବାର୍ଟର୍ସରୁ ରଶିରେ ଝୁଲୁଥିବା ଅବସ୍ଥାରେ ସୁବାସଙ୍କୁ ସ୍ତ୍ରୀ ଏବଂ କର୍ମଚାରୀ ଉଦ୍ଧାର କରି ନିକଟସ୍ଥ ଏକ ଘରୋଇ ହସ୍ପିଟାଲ୍‌ରେ ଭର୍ତ୍ତି କରିଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲା। ପୋଲିସ ଶବ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଥିଲା। ମୃତ୍ୟୁର ପରଦିନ ଅର୍ଥାତ୍‌ ଶନିବାର ମା’ ତୁଳସୀ ବିଚାରପତିଙ୍କ ସ୍ତ୍ରୀ ଏବଂ ଶାଳକ ମିଶି ସୁବାସଙ୍କୁ ହତ୍ୟା କରି ଆତ୍ମହତ୍ୟାର ରୂପ ଦେଇଛନ୍ତି ବୋଲି ଅଭିଯୋଗ କରି ମର୍କତନଗର ଥାନାରେ ଏତଲା ଦାୟର କରିଥିଲେ। ପୋଲିସ ଉକ୍ତ ଅଭିଯୋଗକୁ ଆଧାର କରି ଆଇପିସି ଦଫା ୩୦୨, ୩୨୩, ୨୯୪ ଏବଂ ୩୪ରେ ଏକ ମାମଲା ରୁଜୁ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri