ସ୍ତ୍ରୀଙ୍କୁ ପଚରାଉଚରା କଲା ପୋଲିସ

କଟକ ଅଫିସ,୭ା୯: କଟକ ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ସୁବାସ କୁମାର ବିହାରୀ(୪୯)ଙ୍କ ମୃତ୍ୟୁ ଘଟଣାରେ ତାଙ୍କ ସ୍ତ୍ରୀ ଅପରିଜିତାଙ୍କୁ ମଙ୍ଗଳବାର ମର୍କତନଗର ଥାନା ପୋଲିସ ପଚରାଉଚରା କରିଛି। ସିଡିଏସ୍ଥିତ ସରକାରୀ କ୍ବାର୍ଟର୍ସରେ ଅପରିଜିତାଙ୍କ ସହ ପରିବାର ଲୋକଙ୍କୁ ମଧ୍ୟ ପଚରାଉଚରା କରାଯାଇଛି। ଅପରପକ୍ଷରେ ପୋଷ୍ଟମର୍ଟମ ରିପୋର୍ଟକୁ ଅପେକ୍ଷା କରାଯାଇଛି। ରିପୋର୍ଟ ହସ୍ତଗତ ହେବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ପୋଲିସ କହିଛି। ବିଚାରପତି ବିହାରୀଙ୍କ ମା’ ତୁଳସୀଙ୍କ ଅଭିଯୋଗକୁ ଭିତ୍ତି କରି ଥାନାରେ ହତ୍ୟା ମାମଲା ରୁଜୁ କରିବା ପରେ ପୋଲିସ ବିଭିନ୍ନ ଦିଗକୁ ତଦନ୍ତରେ ସାମିଲ କରିଛି। ବିଚାରପତିଙ୍କ ପରିବାର ଲୋକଙ୍କ ସମେତ ତାଙ୍କ ସହ ସାମିଲ ଥିବା ବ୍ୟକ୍ତି ବିଶେଷଙ୍କୁ ପୋଲିସ ପଚରାଉଚରା କରିବ ବୋଲି ଜଣାପଡ଼ିଛି।
ଉଲ୍ଲେଖଯୋଗ୍ୟ ଯେ, ବିଚାରପତି ସୁବାସ ବିହାରୀଙ୍କ ଗତ ୩ ତାରିଖରେ ସନ୍ଦେହଜନକ ଭାବେ ମୃତ୍ୟୁ ହୋଇଥିଲା। ସିଡିଏ ମର୍କତନଗରସ୍ଥିତ ତାଙ୍କ ସରକାରୀ କ୍ବାର୍ଟର୍ସରୁ ରଶିରେ ଝୁଲୁଥିବା ଅବସ୍ଥାରେ ସୁବାସଙ୍କୁ ସ୍ତ୍ରୀ ଏବଂ କର୍ମଚାରୀ ଉଦ୍ଧାର କରି ନିକଟସ୍ଥ ଏକ ଘରୋଇ ହସ୍ପିଟାଲ୍‌ରେ ଭର୍ତ୍ତି କରିଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲା। ପୋଲିସ ଶବ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଥିଲା। ମୃତ୍ୟୁର ପରଦିନ ଅର୍ଥାତ୍‌ ଶନିବାର ମା’ ତୁଳସୀ ବିଚାରପତିଙ୍କ ସ୍ତ୍ରୀ ଏବଂ ଶାଳକ ମିଶି ସୁବାସଙ୍କୁ ହତ୍ୟା କରି ଆତ୍ମହତ୍ୟାର ରୂପ ଦେଇଛନ୍ତି ବୋଲି ଅଭିଯୋଗ କରି ମର୍କତନଗର ଥାନାରେ ଏତଲା ଦାୟର କରିଥିଲେ। ପୋଲିସ ଉକ୍ତ ଅଭିଯୋଗକୁ ଆଧାର କରି ଆଇପିସି ଦଫା ୩୦୨, ୩୨୩, ୨୯୪ ଏବଂ ୩୪ରେ ଏକ ମାମଲା ରୁଜୁ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri