ପୋଲିସ-ମାଓବାଦୀ ଗୁଳି ବିନିମୟ, ଜଣେ ମାଓବାଦୀ ନିହତ

ମାଲକାନଗିରି,୩୧।୧(ଡି.ଏନ୍‌.ଏ.) : ମାଲକାନଗିରି ଜିଲା ମୁଦୁଲିପଡ଼ା ଥାନା ମାଡ଼କାପଦର ଜଙ୍ଗଲରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ସୂଚନାନୁଯାୟୀ, ଆନ୍ଧ୍ର ସୀମାନ୍ତକୁ ଲାଗିଥିବା ମାଡ଼କାପଦର ଜଙ୍ଗଲ ମଧ୍ୟରେ ମାଓବାଦୀମାନଙ୍କର ଏକ ବୈଠକ ଚାଲିଥିବା ପୋଲିସ ସୂଚନା ପାଇଥିଲା। ଏସ୍‌ପି ହୃଷୀକେଶ ଡି ଖିଲାରୀଙ୍କ ନେତୃତ୍ୱରେ ଡିବିଏଫ୍‌ ଓ ଏସ୍‌ଓଜି ଯବାନମାନେ ଉକ୍ତ ଜଙ୍ଗଲରେ କୁମ୍ବିଂ ଅପରେଶନ କରୁଥିବା ସମୟରେ ମାଓବାଦୀମାନେ ସୂଚନା ପାଇ ପୋଲିସ ଉପରକୁ ଗୁଳି ଚାଲନା କରିଥିଲେ। ଯବାନଙ୍କ ପାଲଟା ଜବାବରେ ମାଓବାଦୀମାନେ ସେଠାରୁ ଛତ୍ର ଭଙ୍ଗ ଦେଇଥିବା ବେଳେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ଓ ଅନେକ ମାଓବାଦୀ ଆହତ ହୋଇଥିବା ସୂଚନା ମିଳିଛି। ସେହି ଅଞ୍ଚଳକୁ ସୁରକ୍ଷାକର୍ମୀମାନେ ଘେରାଉ କରି ଅଧିକ ଯାଞ୍ଚ ଜାରି ରଖିଛନ୍ତି। ଘଟଣାସ୍ଥଳକୁ କୌଣସି ଗଣମାଧ୍ୟମ କିମ୍ବା ସାଧାରଣ ବ୍ୟକ୍ତିଙ୍କୁ ଛଡ଼ା ଯାଉ ନ ଥିବା ସୂଚନା ମିଳିଛି। ତେବେ ଆଜି ସନ୍ଧ୍ୟା ସୁଦ୍ଧା ଏସ୍‌ପି, ଘଟଣାସ୍ଥଳରୁ ପେରିଲା ପରେ ସବିଶେଷ ତଥ୍ୟ ମିଳିବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଲ ଭିତରକୁ ଓଲଟିଲା ବସ୍‌, ଭିତରେ ଥିଲେ ୫୦ ଯାତ୍ରୀ, ଆର୍ତ୍ତ ଚିତ୍କାର ଶୁଣି…

ନବରଙ୍ଗପୁର,୨୩ା୭(ସଦାଶିବ ପ୍ରହରାଜ): ୫୦ ଯାତ୍ରୀ ଥିବା ଏକ ବସ୍‌ ଗୁରୁବାର ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ବିଲ ମଧ୍ୟକୁ ଓଲଟି ପଡ଼ିଛି। ଫଳରେ ୧୫ରୁ ଅଧିକ ଯାତ୍ରୀ…

ସରକାରୀ ଔଷଧ ଗୋଦାମ ପାର୍ଶ୍ଵରେ ପଡ଼ିଛି କୁଢ଼ କୁଢ଼ ଔଷଧ, ଏକ୍ସପାୟାରି…

ମୋହନା,୨୩।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଗୋଦାମ ଗୃହ ପାର୍ଶ୍ୱରେ ଥିବା ସରକାରୀ ପରିତ୍ୟକ୍ତ ଘର ଓ ବାହାରେ କୁଢ଼ କୁଢ଼ ଔଷଧ…

ଘରୁ ବଡ଼ ଧରଣର ଲୁଟ୍, ଶୋଇଥିବା ବେଳେ ଲୁଟିନେଲେ ୨୦ଲକ୍ଷ….

ଖଇରା,୨୩।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ କୁରୁଣ୍ଟା ପଞ୍ଚାୟତ ଅଧୀନ ବାରିଙ୍ଗିଆ ଗ୍ରାମରେ ବଡ଼ ଧରଣର ଲୁଟ ହୋଇଥିବା ନେଇ ଅଭିଯୋଗ ହୋଇଛି ।…

ସରପଞ୍ଚ-ସମିତିସଭ୍ୟଙ୍କ ତୁ ତୁ ମେ ମେ, ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ

ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): ରାସ୍ତା କାମ କରିବା ପାଇଁ ଜନପ୍ରତିନିଧି ସରପଞ୍ଚ ଓ ସମିତିସଭ୍ୟଙ୍କ ଭିତରେ ତୁ ତୁ ମେ ମେ ଯୋଗୁ ଦେଢ଼ମାସ ହେଲା ରାସ୍ତା କାମ…

ଜୀବନକାଳ ଭିତରେ ସୁନ୍ଦରୀ ଗ୍ରହଣ କରି ନ ଥିଲେ ସରକାରଙ୍କ ଭତ୍ତା ଟଙ୍କା, ଦେହାନ୍ତ ପରେ ଅଞ୍ଚଳବାସୀ…

ମହାକାଳପଡ଼ା,୨୩ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଧରିତ୍ରୀ ଖବରଦାତା ପ୍ରତାପ ଚନ୍ଦ୍ର ସ୍ବାଇଁଙ୍କ ମା’ ସୁନ୍ଦରୀ ସ୍ବାଇଁ(୯୬) ଙ୍କର ମଙ୍ଗଳବାର ବାରଡ଼ାଙ୍ଗସ୍ଥିତ ବାସଭବନରେ ରାତି…

ଆଜି ବରଗଡ଼ରେ ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ: ତା’ ପୂର୍ବରୁ ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗସ୍ତରେ ଗୁରୁବାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସୁଛନ୍ତି । ଜିଲାର ଅତାବିରା ବ୍ଲକ ଅନ୍ତର୍ଗତ…

ଆଜି ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଗୁଣ୍ଡିଚା ମନ୍ଦିରରେ ଦର୍ଶନ, ବାହୁଡ଼ା-ସୁନାବେଶ ପାଇଁ ଜାଣି ରଖନ୍ତୁ ଟ୍ରାଫିକ୍‌ କଟକଣା…

ପୁରୀ,୨୩ା୭(ଅଜିତ୍‌ କୁମାର ମହାନ୍ତି): ଗୁରୁବାର ଗୁଣ୍ଡିଚା ମନ୍ଦିରରେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ ଦର୍ଶନ। ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼ ଲାଗିରହିଛି।। ସନ୍ଧ୍ୟା…

ଫୋକସରେ ପୌର -ପଞ୍ଚାୟତ ନିର୍ବାଚନ: ତାମ୍ପରାରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ, ମିଶିକି ନେଲେ ଏହି ଶପଥ

ଛତ୍ରପୁର, ୨୩।୭ (ଦିଲ୍ଲୀପ ସାମଲ/ ଦ୍ୱାରିକାପଟ୍ଟନାୟକ): ଆଗାମୀ ପୌର ଓ ପଞ୍ଚାୟତ ନିର୍ବାଚନକୁ ସାମ୍ନାରେ ରଖି ଛତ୍ରପୁର ନିର୍ବାଚନମଣ୍ଡଳୀରେ ସଂଗଠନକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ବିଜୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri