ଦାୟିତ୍ୱ ନେଲେ ଥାନା ଅଧିକାରୀ

ଗୋପାଳପୁର,୯ା୩(ନବୀନ ରାଜ ଆଚାର): ବ୍ରହ୍ମପୁର ପୋଲିସ ଜିଲାରେ ଆଗାମୀ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ସବୁ ଥାନାଧିକାରୀଙ୍କୁ ଅଦଳବଦଳ କରାଯାଇଛି। ଏହି ପରିପ୍ରେକ୍ଷୀରେ ଗୋଳନ୍ଥରା ଥାନାଧିକାରୀ ଭାବେ ବିବେକାନନ୍ଦ ସ୍ବାଇଁ ଦାୟିତ୍ୱ ଗ୍ରହଣ କରିଛନ୍ତି। ଗତ ଫେବୃଆରୀରେ ଥିବା ଥାନା ଅଧିକାରୀ ବିବେକାନନ୍ଦ ମହନ୍ତଙ୍କୁ ଅନୁଗୋଳ ଜିଲାକୁ ବଦଳି ହୋଇଥିବା ବେଳେ ଗତ ଏକ ମାସ ହେଲା ଉକ୍ତ ପଦବୀ ଖାଲି ରହିଥିଲା। ଶନିବାର ଥାନା ଅଧିକାରୀ ଭାବେ ଶ୍ରୀ ସ୍ବାଇଁ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ସେ ଖଲ୍ଲିକୋଟ, ପାରଳାଖେମୁଣ୍ଡି, ଗୋପାଳପୁର ଥାନା ଅଧିକାରୀ ଭାବେ କାର୍ଯ୍ୟରତ ଥିଲେ। ଥାନା ଅଞ୍ଚଳରେ ଆଇନଶୃଙ୍ଖଳାଙ୍କୁ ଗୁରୁତ୍ୱ ଦିଆଯିବା ସହ ଆପରାଧିକ କାର୍ଯ୍ୟକଳାପକୁ ଦୃଢ଼ ହସ୍ତରେ ଦମନ କରାଯିବା ସହିତ ଜନସାଧାରଣ କିପରି ଆଇନ ସେବା ଠିକ୍‌ ରୂପେ ପାଇପାରିବେ ପ୍ରାଥମିକତା ଦିଆଯିବ ବୋଲି ଥାନାଧିକାରୀ କହିଛନ୍ତି। ସେହିପରି ଗୋପାଳପୁର ଥାନା ଅଧିକାରୀ ଭାବେ ଶରତ କୁମାର ମହାଲିକ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ସେ ଡେଙ୍କାନାଳ ଜିଲାରେ ଥିଲେ। କିଛିଦିନ ତଳେ ବ୍ରହ୍ମପୁର ପୋଲିସ ଜିଲାକୁ ବଦଳି ହୋଇଥିଲା। ଜିଲାର ମୁଖ୍ୟାଳୟରେ ମହାଲିକ କାର୍ଯ୍ୟରତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ସେ ତେନ୍ଦୁଲକର ଥିଲେ…’ Vaibhav Suryavanshiଙ୍କୁ ଭାରତୀୟ ଟିମରେ ସ୍ଥାନ ଦିଆଯାଉ, BCCI ନିକଟରେ ବଡ଼ ଦାବି କଲେ ଥରୁର

ନୂଆଦିଲ୍ଲୀ,୨୫।୧୨: କଂଗ୍ରେସ ଏମପି ଶଶି ଥରୁର ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିଭାକୁ କିମ୍ବଦନ୍ତୀ ବ୍ୟାଟସମ୍ୟାନ ସଚିନ ତେନ୍ଦୁଲକରଙ୍କ ସହ ତୁଳନା କରିଛନ୍ତି। ଥରୁର BCCIକୁ ୧୪ ବର୍ଷୀୟ...

ଓଡ଼ିଶାରେ ଭାଙ୍ଗିଲା ମାଓବାଦୀଙ୍କ ମେରୁଦଣ୍ଡ: ଡିଜିପି

ଫୁଲବାଣୀ,୨୫ା୧୨(ରାକେଶ କୁମାର ରାଉତ): ଟପ୍‌ ମାଓବାଦୀ ନେତା ଗଣେଶଙ୍କ ନିହତକୁ ବଡ଼ ସଫଳତା ବୋଲି କହିଛନ୍ତି ପୋଲିସ ଡିଜି। ଗଣେଶଙ୍କ ନିହତ ପରେ ଓଡ଼ିଶାରେ ମାଓବାଦୀଙ୍କ...

RCB ଖେଳାଳିଙ୍କ ବିରୋଧରେ ବୟସ ଜାଲିଆତି ଅଭିଯୋଗ, ସୂଚନା ପାଇଲା ବିସିସିଆଇ ଦୁର୍ନୀତି ନିବାରଣ ୟୁନିଟ

ନୂଆଦିଲ୍ଲୀ,୨୫।୧୨: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପ୍ରଥମ ଥର ପାଇଁ IPL ୨୦୨୫ରେ ଚାମ୍ପିଅନ ହୋଇଥିଲା। ଏବେ, ଫ୍ରାଞ୍ଚାଇଜ IPL ୨୦୨୬ପାଇଁ ପ୍ରସ୍ତୁତ ହେଉଛି। ଡିସେମ୍ବର ୧୬ରେ...

କୋଳି ଖାଇବାକୁ ଡାକି ନେଇ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା: ପ୍ରତିବାଦରେ ରାସ୍ତାରେ ବସିଲେ ବିଭିନ୍ନ ରାଜନୈତିକ ଦଳ

ଭଦ୍ରକ/ଚାନ୍ଦବାଲି,୨୫ା୧୨(ସନାତନ ରାଉତ/ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି ଅନ୍ତର୍ଗତ ବାଲିଗାଁଠାରେ ୨ ଦିନ ତଳେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ଘଟଣା ଚାନ୍ଦବାଲି...

କମେଡିଆନ୍ ଗୁଲୁଆଙ୍କୁ ହତ୍ୟା ଧମକ, ଭିଡିଓ କରି କହିଲେ ଜୀବନ ପ୍ରତି ବିପଦ…

ଭୁବନେଶ୍ବର, ୨୫।୧୨: କମେଡିଆନ୍‌ ଗୁଲୁଆଙ୍କୁ ହତ୍ୟା ଧମକ । ସେ ନିଜେ ଏଭଳି ଚାଞ୍ଚଲ୍ୟକର ଅଭିଯୋଗ ଆଣିଛନ୍ତି । ଏନେଇ ସେ ଆଜି ସୋସିଆଲ ମିଡିଆରେ...

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ଏହି ଦୁଇ କୁଖ୍ୟାତ ମାଓବାଦୀ, ଏବେ ବି ଜାରି ରହିଛି…

ଫୁଲବାଣୀ/ତୁମୁଡ଼ିବନ୍ଧ,୨୫ା୧୨(ରାକେଶ କୁମାର ରାଉତ/ଦୀପକ ପରାସେଠ): କନ୍ଧମାଳ ଜିଲାରେ ମାଓବାଦୀ ମୂଳୋତ୍ପାଟନ ପାଇଁ ଜୋର୍‌ଦାର କୋମ୍ବିଂ ଅପରେଶନ ଚାଲିଛି । ବୁଧବାର ରାତିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨...

IPL 2026 ପ୍ଲେଅଫରେ ପହଞ୍ଚିବ କେଉଁ ୪ଟି ଟିମ୍‌? ବଡ଼ ଭବିଷ୍ୟବାଣୀ କଲେ ପୂର୍ବତନ କ୍ରିକେଟର!

ନୂଆଦିଲ୍ଲୀ,୨୫।୧୨: IPL 2026 ଖେଳାଳିଙ୍କ ମିନି-ନିଲାମ ନିକଟରେ ଶେଷ ହୋଇଛି। ଡିସେମ୍ବର ୧୬ରେ ଆବୁଧାବିରେ IPL ମିନି-ନିଲାମ ହୋଇଥିଲା, ଯେଉଁଥିରେ ୨୯ ବିଦେଶୀ ଖେଳାଳିଙ୍କ ସମେତ...

ପାରିବାରିକ କଳହର କରୁଣ ପରିଣତି, ଶ୍ୱଶୁର ଆଗରେ ସ୍ତ୍ରୀକୁ ହତ୍ୟା କରିଲେ ସ୍ବାମୀ

ବଲାଙ୍ଗୀର, ୨୫/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଜୁର୍ଲାକାନି ଗାଁରେବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri