ଥାନା ଗାଡ଼ି ଅଚଳ, ଭଡ଼ାରେ ଲାଗୁଛି ବେସରକାରୀ ଯାନ

ଗୋପ,୨।୨(ଡି.ଏନ୍‌.ଏ.): ଗୋପ ଥାନା ବ୍ରିଟିଶ୍‌ ଶାସନ ସମୟରେ ୧୮୦୬ ମସିହାରେ ସ୍ଥାପନ କରାଯାଇଥିଲା। ଏହି ଥାନା ଅଧୀନରେ ଗୋଟିଏ ଫାଣ୍ଡି ଏବଂ ଗୋଟିଏ ବିଟ୍‌ କେନ୍ଦ୍ର ରହିଛି। ମାତ୍ର ଏହି ଥାନା ପ୍ରତି ଗୁରୁତ୍ୱ ଦିଆ ଯାଉନାହିଁ। ଏହି ଥାନା ଅଧୀନରେ ୨ରୁ ଊଦ୍ଧର୍‌ବ ପଞ୍ଚାୟତର ଶତାଧିକ ଗଁା ରହିଛି। ମାତ୍ର କିଛି ଦିନ ଧରି ଏହି ଗୋପ ଥାନା ଗାଡ଼ିଟି ଅଚଳ ହୋଇ ଥିବାବେଳେ ବେସରକାରୀ ଗାଡ଼ି ଭଡ଼ାରେ ଲାଗିଥିବା ଜଣାପଡିଛି।

ପ୍ରକାଶ ଯେ, ଗୋପ ଅଞ୍ଚଳରେ ପ୍ରତ୍ୟେକ ଦିନ ଚୋରି, ଡକାୟତି, ହିଂସା, ରାହାଜାନି ସହିତ ଅନ୍ୟାନ୍ୟ ଘଟଣାମାନ ଘଟିଥାଏ। ପ୍ରତ୍ୟେକ ସମୟରେ ଥାନା ଅଧିକାରୀଙ୍କ ସହିତ ଅନ୍ୟାନ୍ୟ ଅଧିକାରୀ ଓ କର୍ମଚାରୀ ବିଭିନ୍ନ ସ୍ଥାନକୁ ଯା’ଆସ କରିଥାନ୍ତି। କିନ୍ତୁ କିଛି ଦିନ ହେବ ଥାନା ଗାଡ଼ିଟି ଅଚଳ ହୋଇ ପଡିଛି। ଥାନା ଅଧିକାରୀ ଏବେ ଥାନା କାର୍ଯ୍ୟ ଚଳାଇବାକୁ ଗୋଟିଏ ବେସରକାରୀ ଗାଡ଼ିରେ ବିଭିନ୍ନ ଅପରାଧୀ ନେବା ଆଣିବା ସହିତ ଅନ୍ୟାନ୍ୟ କାମ କରୁଥିବା ଦେଖିବାକୁ ମିଳିଛି। ପୁରୀ ଜିଲା ଏସ୍‌ପି ଗୋପ ଥାନାକୁ ତୁରନ୍ତ ଗୋଟିଏ ନୂଆ ଗାଡ଼ି ଦେବାକୁ ଦାବି କରାଯିବା ସହିତ ଖାଲି ପଡ଼ିଥିବା ପଦବୀ ପୂରଣ ପାଇଁ ଅନୁରୋଧ କରାଯାଇଛି। ଏନେଇ ଥାନା ଅଧିକାରୀ ସୁନିଲ ପ୍ରଧାନଙ୍କୁ ପଚାରିବାରେ, ଗାଡ଼ି ଅଚଳ ହେବା ନେଇ ଜିଲା ଏସ୍‌ପିଙ୍କୁ ଅବଗତ କରାଯାଇଛି ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ସରକାରୀ ଅନୁଷ୍ଠାନକୁ ଅଚାନକ ଗସ୍ତ କଲେ ଜିଲାପାଳ, କାର୍ଯ୍ୟପ୍ରଣାଳୀ ଅନୁଧ୍ୟାନ କରି…

ନବରଙ୍ଗପୁର,୫ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାପାଳ ଡ. ମହେଶ୍ୱର ସ୍ବାଇଁ ବୁଧବାର ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ନନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (CHC), ନିସ୍ନାହାଣ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ…

ବେକରେ ଓଢ଼ଣୀ ବାନ୍ଧି ଝୁଲିପଡ଼ିଲେ ଦଶମ ଶ୍ରେଣୀ ଛାତ୍ରୀ, ପଢ଼ା ଖାତା ଜବତ କରି ପୋଲିସ…

ଝରିଗାଁ,୫ା୮(କିଶୋର ଚନ୍ଦ୍ର ମଣ୍ଡଳ): ବେକରେ ଓଢ଼ଣୀ ଦେଇ ଝୁଲି ପଡ଼ିଛନ୍ତି ଜଣେ ଦଶମ ଶ୍ରେଣୀ ଛାତ୍ରୀ। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚଚା ପଞ୍ଚାୟତ ଅନ୍ତର୍ଗତ ଗବାଗୁଡ଼ା…

ଜିଲାରେ ୫୦୦ରୁ ଅଧିକ ଉଠା ଜଳସେଚନ ପମ୍ପ୍‌ ଅଚଳ: ଚିନ୍ତାରେ ଚାଷୀ

ଛତ୍ରପୁର,୫ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଏକ କୃଷି ପ୍ରଧାନ ଜିଲା ଅଟେ। କୃଷକ ଓ ଶ୍ରମିକ ପ୍ରାୟ ୮୦% ଲୋକ କୃଷି ଉପରେ ନିର୍ଭର କରି ପରିବାର…

କେସିଙ୍ଗାରେ ମଶାଙ୍କ ପ୍ରାଦୁର୍ଭାବ: ପ୍ରତି ଡ୍ରେନ୍‌ରେ ପକାଯାଉଛି ମଶାତେଲ

କେସିଙ୍ଗା,୫ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏ୍‌ସିର ୧୨ଟି ଓ୍ବାର୍ଡରେ ମଶା ନିବାରଣ ପାଇଁ ଏନ୍‌ଏସି ପକ୍ଷରୁ ବିଭିନ୍ନ ଗଳିକନ୍ଦିରେ ଥିବା ପ୍ରତିଟି ଡ୍ରେନ୍‌ରେ ମଶାତେଲ ପକାଯାଉଛି।…

ପଟ୍ଟନାୟକ ବନ୍ଧ ଦୁର୍ନୀତି ଅଭିଯୋଗ: ଦୁଇ ଯନ୍ତ୍ରୀ-ଠିକାଦାରଙ୍କୁ ପଚରାଉଚରା ପାଇଁ ନେଲା ଭିଜିଲାନ୍ସ

ଗଜପତି,୫ା୮(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ସହରର ବହୁଚର୍ଚ୍ଚିତ ପଟ୍ଟନାୟକ ବନ୍ଧର ପୁନରୁଦ୍ଧାର କାର୍ଯ୍ୟରେ ଅନିୟମିତତା ଓ ଦୁର୍ନୀତି ଅଭିଯୋଗକୁ ନେଇ ଭିଜିଲାନ୍ସ ତଦନ୍ତ ଜୋରଦାର ହୋଇଛି। ଏହି କ୍ରମରେ…

ବାଲିଅନ୍ତା ସୌମ୍ୟରଞ୍ଜନ ମର୍ଡର କେସ୍‌: ଚାର୍ଜଶିଟ୍‌ ଦାଖଲ କଲା କ୍ରାଇମ୍‌ବ୍ରାଞ୍ଚ

କଟକ,୫ା୮(ପ୍ରଭୁକଲ୍ୟାଣ ପାଲ୍‌): ବାଲିଅନ୍ତା କନଷ୍ଟେବଳ ସୌମ୍ୟରଞ୍ଜନ ସ୍ବାଇଁ ହତ୍ୟାକାଣ୍ଡ ଘଟଣାରେ କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିଛି କ୍ରାଇମବ୍ରାଞ୍ଚ। ୭୬୭ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରିଥିବାବେଳେ ୧୧ ଅଭିଯୁକ୍ତଙ୍କ…

ରାଜ୍ୟ ସରକାରଙ୍କ ଅନୁଦାନପ୍ରାପ୍ତ ଶିକ୍ଷକଙ୍କ ଦାବି ପୂରଣରେ ଟାଳଟୁଳ ନୀତି: ତେଜିଲା ଆନ୍ଦୋଳନ

ଗୁଣପୁର,୫ା୮(ସୁଜାତା ପାଢ଼ୀ): ରାଜ୍ୟ ସରକାର ଅନୁଦାନପ୍ରାପ୍ତ ଶିକ୍ଷକମାନଙ୍କ ମୌଳିକ ଦାବି ଯଥା ଚାକିରି ସର୍ତ୍ତାବଳୀ ଲାଗୁ, ପୁରୁଣା ପେନ୍‌ସନ୍‌ ପ୍ରଦାନ, ଅବସର ସୀମା ୬୨କୁ ବୃଦ୍ଧି, ଅନୁଦାନପ୍ରାପ୍ତ…

ବନ୍ୟାଞ୍ଚଳରେ ଉପମୁଖ୍ୟମନ୍ତ୍ରୀ: କୃଷି ଋଣ ଛାଡ଼ ସହ କ୍ଷତିପୂରଣ ପାଇ ଦାବି କଲେ ବିପନ୍ନ

ତିହିଡି଼, ୫।୮(ସଞ୍ଜିତ ବଳ): ତିହିଡି଼ ବ୍ଲକର ବନ୍ୟାଞ୍ଚଳକୁ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗସ୍ତ କରିଛନ୍ତି । ବାରସର ପଞ୍ଚାୟତର ତିଆଡ଼ିସାହି ଓ ଗୋବିନ୍ଦପୁର ପଞ୍ଚାୟତର ତଳହଂସପାଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri