ମୁକ୍ତିକାନ୍ତଙ୍କୁ ଶିଶୁ ଭବନ ଛକରେ ଅଟକାଇଲା ପୋଲିସ୍‌

ଭୁବନେଶ୍ୱର,୧୯।୧୨(ବ୍ୟୁରୋ):ରାଉକେଲାର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଅନେକ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥିଲେ ମଧ୍ୟ ବହୁ ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇପାରିନାହିଁ। ଏହାର ପ୍ରତିବାଦରେ ସାମାଜିକ କର୍ମୀ ମୁକ୍ତିକାନ୍ତ ବିଶ୍ୱାଳ ନଭେମ୍ବର ୧୬ରୁ ରାଉରକେଲାରୁ ନବୀନ ନିବାସ ଅଭିମୁଖେ ପଦଯାତ୍ରାରେ ବାହାରିଥିଲେ। ଗତ ୧୬ ତାରିଖରେ ଭୁବନେଶ୍ୱରରେ ପହଞ୍ଚତ୍ ଲୋୟର ପିଏମ୍‌ଜିରେ ଧାରଣାରେ ବସିଥିଲେ। ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବାକୁ ନବୀନ ନିବାସ ଯାଉଥିବାବେଳେ ପୋଲିସ ତାଙ୍କୁ ଶିଶୁ ଭବନ ଛକ ନିକଟରେ ଅଟକାଇଥିଲା। ମୁକ୍ତିକାନ୍ତଙ୍କୁ ସମର୍ଥନ ଜଣାଇ ମିଳିତ ଯୁବ-ଛାତ୍ର ଫୋରମ ପକ୍ଷରୁ ମୁକ୍ତିକାନ୍ତଙ୍କ ଧାରଣାସ୍ଥଳରୁ ଶିଶୁ ଭବନ ଛକ ପର୍ଯ୍ୟନ୍ତ କ୍ୟାଣ୍ଡେଲ ଶୋଭାଯାତ୍ରା କରାଯାଇଥିଲା। ନିରବ ପ୍ରତିବାଦ ଜରିଆରେ ମୁକ୍ତିକାନ୍ତଙ୍କୁ ମୁଖ୍ୟମନ୍ତ୍ରୀ ଭେଟିବାକୁ ଦିଆଯିବାକୁ ମିଳିତ ଫୋରମ ଦାବି କରିଛି। ଏହି ଶୋଭାଯାତ୍ରାରେ ଛାତ୍ର କଂଗ୍ରେସ ସାଧାରଣ ସମ୍ପାଦକ ବିଭୂତି ଭୂଷଣ ମହାପାତ୍ର, ଏଆଇଏସ୍‌ଏଫ୍‌ ରାଜ୍ୟ ସଭାପତି ସଂଘମିତ୍ରା ଜେନା, ସୂଚନା ଅଧିକାର କର୍ମୀ ପ୍ରକାଶ ଦାସ, ଛାତ୍ର ନେତା ମନୋଜ କର, ଦେବବ୍ରତ ବେହେରା, ବୁଲୁ ଗଉଡ଼, ରାଜେଶ୍ୱରୀ ନାୟକ ପ୍ରମୁଖ ଯୋଗ ଦେଇଥିଲେ।
ପଦଯାତ୍ରାରେ ବାହାରିଥିବା ମୁକ୍ତିକାନ୍ତଙ୍କ କାନ୍ଧରେ ରହିଛି ୨୭ କିଲୋଗ୍ରାମରୁ ଅଧିକ ଓଜନର ଅସମ୍ପୂର୍ଣ୍ଣ ପ୍ରକଳ୍ପର ଭାର। ଆଉ ସେ ପାଦରେ ଚାଲି ଚାଲି ୫୩୦ କିମିରୁ ଅଧିକ ରାସ୍ତା ଅତିକ୍ରମ କରିଛନ୍ତି। ୪୦୦ ଶଯ୍ୟା ବିଶିଷ୍ଟ ସୁପର ସ୍ପେଶାଲିଷ୍ଟ ହସ୍ପିଟାଲ, କୋଏଲ ନଦୀରେ ବ୍ୟାରେଜ, ରିଂରୋଡ଼ ଓ ଶୀତଳ ଭଣ୍ଡାର ଆଦି ପ୍ରକଳ୍ପଗୁଡିକ କାର୍ଯ୍ୟକ୍ଷମ କରିବା ତାଙ୍କର ଦାବି ରହିଛି। ରାଉରକେଲାରେ ଅନୁଷ୍ଠିତ ହେବାକୁ
ଥିବା ହକି ବିଶ୍ୱକପ୍‌ ପାଇଁ ସ୍ଥାନୀୟ ପ୍ରଶାସନ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଥିବାବେଳେ ଏବେ ସୁଦ୍ଧା ରାଉକେଲାବାସୀଙ୍କ ଯେଉଁ ସାଧାରଣ ସମସ୍ୟା ରହିଛି ତାହା ପୂରଣ ହୋଇ ପାରିନାହିଁ ବୋଲି ମୁକ୍ତିକାନ୍ତ କହିଛନ୍ତି। ପ୍ରକଳ୍ପ ଆରମ୍ଭ ହୋଇଛି ସତ, କିନ୍ତୁ ଅସମ୍ପୂର୍ଣ୍ଣ ହୋଇ ପଡିରହିଛି। ତେବେ ଏନେଇ ସେ ସ୍ଥାନୀୟ ପ୍ରଶାସନର ବାରମ୍ବାର ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ କିଛି ଫଳପ୍ରଦ ହେଉନାହିଁ। ତେବେ ଏହା ତାଙ୍କର ପ୍ରଥମପଦ ଯାତ୍ରା ନୁହେଁ, ଏହା ପୂର୍ବରୂ ୨୦୧୮ ଜୁଲାଇ ୩୦ରେ ମଧ୍ୟ ସେ ରାଉରକେଲାରୁ ଭୁବନେଶ୍ୱର ପଦଯାତ୍ରାରେ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri