ଭସାଣି ବେଳେ ପଶିଆସିଲା ପୋଲିସ: ଗଣେଶଙ୍କୁ ଏକୁଟିଆ ଛାଡି ଯିଏ ଯୁଆଡେ ପାରିଲେ ଦୌଡ଼ିଲେ ପରେ…

ଭୁବନେଶ୍ୱର:୧୧।୯: ଭସାଣି ବେଳେ ପଶିଆସିଲା ପୋଲିସ: ଗଣେଶଙ୍କୁ ଏକୁଟିଆ ଛାଡି ଯିଏ ଯୁଆଡେ ପାରିଲେ ଦୌଡ଼ିଲେ । କିଟିକିଟି ଅନ୍ଧାର ରାତିରେ ରାସ୍ତା କଡ଼ରେ ଟ୍ରକ ଡାଲାରେ ଏକାକୀ ବସିଛନ୍ତି ଗଜାନନ । ହନୁମାନ ବେଶଧାରୀ ଗଣେଶଙ୍କ ପାଖରେ ନାହାନ୍ତି ଭକ୍ତ। ଭକ୍ତ ତ ଭକ୍ତ ଟ୍ରକ ଡ୍ରାଇଭର ବି ଫେରାର। ଏଳି ଘଟଣା ଘଟିଛି ଭୁବନେଶ୍ବରରେ ତମାଣ୍ଡୋ ଥାନା ଅଞ୍ଚଳ ଭଗବାନପୁରେ। ମା’ ମଙ୍ଗଳା କ୍ଲବ ପକ୍ଷରୁ ପ୍ରଭୁ ଗଜାନନଙ୍କ ପୂଜା ପାଇଁ ଆୟୋଜନ ହୋଇଥିଲା। ପୂର୍ବରୁ ଡିଜେ ପାଇଁ ବରାଦ ମଧ୍ୟ ଦିଆସରିଥିଲା। ହେଲେ ଠିକ ସମୟକୁ କମିଶନରେଟ ପୋଲିସ ଡିଜେ ବ୍ୟାନ କରିଥିଲା।

ହେଲେ ଆମାନିଆ ପିଲା ଏହା ମାନି ନ ଥିଲେ ଡିଜେ ବଜାଇ ନାଚିଲେ ଡେଇଁଲେ। ଖବରପାଇ ପୋଲିସ ଚଢାଉ କରିଥିଲା । ପରେ କଥାକଥିତ ଭକ୍ତ ଗଣେଶଙ୍କୁ ଅନ୍ଧାର ରାତିରେ ଏକୁଟିଆ ଛାଡ଼ି ଛତ୍ରଭଙ୍ଗ ଦେଇଥିଲେ । ପୋଲିସ ଆସିଲା ବେଳକୁ ଟ୍ରକ ଡାଲାରେ କେବଳ ଗଣେଶଙ୍କ ପ୍ରତିମା ଥିଲା, ଆଉ ଡିଜେ।

ପୋଲିସ ଡିଜେ ଗାଡିକୁ ଥାନାରେ ଅଟକ ରଖିଲା। ସେବେଠୁ ଠାକୁରେ ଏଇଠି ଏମିତି ବସିଛନ୍ତି । କଟକଣା ସତ୍ତ୍ୱେ କାହିଁକି ଡିଜେ ବଜାଉଥିଲେ ସେନେଇ ଡିଜେ ମାଲିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପୋଲିସ ପକ୍ଷରୁ କୁହାଯାଇଥିଲେ ମଧ୍ୟ ଖବର ପ୍ରସ୍ତୁତ କରିବା ବେଳକୁ ଠାକୁର ଭସାଣୀ ହୋଇଛନ୍ତି କି ନାହିଁ ସେ ନେଇ ତଥ୍ୟ ମିଳିପାରି ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri