ପୋଲିସ ଅବହେଳା ଜୀବନ ନେଲା

ଭୁବନେଶ୍ୱର,(ବ୍ୟୁରୋ)/କଟକ ସଦର,୨୫ା୬(ଡି.ଏନ.ଏ.): ଗୁଣନିଧିଙ୍କ ମୃତ୍ୟୁକୁ ରାଜ୍ୟ ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଗୁରୁତ୍ୱର ସହ ନେଇଛନ୍ତି। ଏହି ଘଟଣାରେ କମିଶନ ଶୁକ୍ରବାର ନିଜ ଆଡୁ ଏକ ମାମଲା (ନଂ. ୧୨୦୯/୨୨) ରୁଜୁ କରି ଡିଜିପି ଏବଂ ଆଇଜିଙ୍କୁ ତଦନ୍ତ ରିପୋର୍ଟ ମାଗିଛନ୍ତି। କମିଶନ କହିଛନ୍ତି, ପୋଲିସ ପଦକ୍ଷେପ ଗ୍ରହଣ କରୁ ନ ଥିବାରୁ ନ୍ୟାୟ ପାଇବାରୁ ବଞ୍ଚିତ ହୋଇ ଗୁଣନିଧି ଏଭଳି ନିଷ୍ପତ୍ତି ନେଇଥିବା ଗଣମାଧ୍ୟମରୁ ସୂଚନା ମିଳିଛି। ଏହା ଏକ ସମ୍ବେଦନଶୀଳ ଘଟଣା। ଏହି ଘଟଣାର ତଦନ୍ତ କରି ଜୁଲାଇ ୨୫ ମଧ୍ୟରେ ରିପୋର୍ଟ ଦାଖଲ କରିବାକୁ ଡିଜିପି ଏବଂ ଆଇଜିଙ୍କୁ ଉକ୍ତ ରିପୋର୍ଟରେ କୁହାଯାଇଛି। ଅନ୍ୟପକ୍ଷରେ କାହା ପ୍ରରୋଚନାରେ ଗୁଣନିଧି ଏଭଳି ପଦକ୍ଷେପ ନେଲେ ସେନେଇ କଟକ ଗ୍ରାମାଞ୍ଚଳ ଅତିରିକ୍ତ ଏସ୍‌ପି କୃଷ୍ଣଚନ୍ଦ୍ର ପଟ୍ଟନାୟକ ତଦନ୍ତ କରୁଛନ୍ତି। ଏହାଛଡ଼ା ସ୍ଥାନୀୟ ପୋଲିସର ଭୂମିକା ଉପରେ ଅତିରିକ୍ତ ଏସ୍‌ପି କୃଷ୍ଣଚନ୍ଦ୍ର ପଟ୍ଟନାୟକ ତଦନ୍ତ କରି କଟକ ଗ୍ରାମାଞ୍ଚଳ ଏସ୍‌ପି ବି. ଯୁଗଳକିଶୋର କୁମାରଙ୍କୁ ରିପୋର୍ଟ ଦେଇଥିବା ସୂଚନା ମିଳିଛି। ସେପଟେ ପୋଲିସ ଅବହେଳା ବିରୋଧରେ ଶୁକ୍ରବାର ଉତ୍କଳ ବିକାଶ ପରିଷଦର ସ୍ବେଚ୍ଛାସେବୀମାନେ କିଶନନଗର ଥାନା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପୋଲିସ କର୍ମଚାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ସେମାନେ ଦାବି କରିଥିଲେ।
ସୂଚନା ଅନୁଯାୟୀ, କିଶନନଗର ଥାନା ଅଧୀନ ଇଶାଣୀ-ବ୍ରହ୍ମପୁର ପଞ୍ଚାୟତ ସାଇକୋରୁଆ ଗ୍ରାମର ଗୁଣନିଧିଙ୍କ ସଂସାର କହିଲେ ସ୍ତ୍ରୀ, ଦୁଇ ପୁଅ ଓ ଗୋଟିଏ ଝିଅ। ଚାଷ ମୁଖ୍ୟ ପେସା ହୋଇଥିବାବେଳେ ଛୋଟ ତେଜରାତି ଦୋକାନ କରି ପରିବାର ପ୍ରତିପୋଷଣ କରୁଥିଲେ। ଗୁଣନିଧି ଏବଂ ତାଙ୍କ ପୁତୁରା ସାଗର ବିଶୋୟୀଙ୍କ ମଧ୍ୟରେ ଜମିବାଡିକୁ ନେଇ ବିବାଦ ଲାଗି ରହିଥିଲା। ଗତ ୧୯ ତାରିଖରେ ଏହି ବିବାଦକୁ କେନ୍ଦ୍ରକରି ଉଭୟଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏ ନେଇ ଗୁଣନିଧି କିଶନନଗର ଥାନାରେ ଅଭିଯୋଗ କରିଥିଲେ। ହେଲେ ପୋଲିସ କୌଣସି ପଦକ୍ଷେପ ନେଇ ନ ଥିଲା। ପରେ ଗୁଣନିଧି ଗତ ବୁଧବାର କଟକ ଗ୍ରାମାଞ୍ଚଳ ଏସ୍‌ପିଙ୍କ ନିକଟରେ ଏ ନେଇ ଅଭିଯୋଗ କରିବା ପରେ ତୁରନ୍ତ ପୋଲିସ ଏକ ମାମଲା(ନଂ.୧୦୩/୨୨) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ହେଲେ ପୋଲିସ ଉପରୁ ଭରସା ନ ପାଇ ଗୁଣନିଧି ଗୁରୁବାର ଦେହରେ ନିଅଁା ଲଗାଇଦେବା ପରେ ପୋଲିସ ସନ୍ଧ୍ୟାରେ ସାଗରଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC

ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri