ପୋଲିସ ଅବହେଳା ଜୀବନ ନେଲା

ଭୁବନେଶ୍ୱର,(ବ୍ୟୁରୋ)/କଟକ ସଦର,୨୫ା୬(ଡି.ଏନ.ଏ.): ଗୁଣନିଧିଙ୍କ ମୃତ୍ୟୁକୁ ରାଜ୍ୟ ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଗୁରୁତ୍ୱର ସହ ନେଇଛନ୍ତି। ଏହି ଘଟଣାରେ କମିଶନ ଶୁକ୍ରବାର ନିଜ ଆଡୁ ଏକ ମାମଲା (ନଂ. ୧୨୦୯/୨୨) ରୁଜୁ କରି ଡିଜିପି ଏବଂ ଆଇଜିଙ୍କୁ ତଦନ୍ତ ରିପୋର୍ଟ ମାଗିଛନ୍ତି। କମିଶନ କହିଛନ୍ତି, ପୋଲିସ ପଦକ୍ଷେପ ଗ୍ରହଣ କରୁ ନ ଥିବାରୁ ନ୍ୟାୟ ପାଇବାରୁ ବଞ୍ଚିତ ହୋଇ ଗୁଣନିଧି ଏଭଳି ନିଷ୍ପତ୍ତି ନେଇଥିବା ଗଣମାଧ୍ୟମରୁ ସୂଚନା ମିଳିଛି। ଏହା ଏକ ସମ୍ବେଦନଶୀଳ ଘଟଣା। ଏହି ଘଟଣାର ତଦନ୍ତ କରି ଜୁଲାଇ ୨୫ ମଧ୍ୟରେ ରିପୋର୍ଟ ଦାଖଲ କରିବାକୁ ଡିଜିପି ଏବଂ ଆଇଜିଙ୍କୁ ଉକ୍ତ ରିପୋର୍ଟରେ କୁହାଯାଇଛି। ଅନ୍ୟପକ୍ଷରେ କାହା ପ୍ରରୋଚନାରେ ଗୁଣନିଧି ଏଭଳି ପଦକ୍ଷେପ ନେଲେ ସେନେଇ କଟକ ଗ୍ରାମାଞ୍ଚଳ ଅତିରିକ୍ତ ଏସ୍‌ପି କୃଷ୍ଣଚନ୍ଦ୍ର ପଟ୍ଟନାୟକ ତଦନ୍ତ କରୁଛନ୍ତି। ଏହାଛଡ଼ା ସ୍ଥାନୀୟ ପୋଲିସର ଭୂମିକା ଉପରେ ଅତିରିକ୍ତ ଏସ୍‌ପି କୃଷ୍ଣଚନ୍ଦ୍ର ପଟ୍ଟନାୟକ ତଦନ୍ତ କରି କଟକ ଗ୍ରାମାଞ୍ଚଳ ଏସ୍‌ପି ବି. ଯୁଗଳକିଶୋର କୁମାରଙ୍କୁ ରିପୋର୍ଟ ଦେଇଥିବା ସୂଚନା ମିଳିଛି। ସେପଟେ ପୋଲିସ ଅବହେଳା ବିରୋଧରେ ଶୁକ୍ରବାର ଉତ୍କଳ ବିକାଶ ପରିଷଦର ସ୍ବେଚ୍ଛାସେବୀମାନେ କିଶନନଗର ଥାନା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପୋଲିସ କର୍ମଚାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ସେମାନେ ଦାବି କରିଥିଲେ।
ସୂଚନା ଅନୁଯାୟୀ, କିଶନନଗର ଥାନା ଅଧୀନ ଇଶାଣୀ-ବ୍ରହ୍ମପୁର ପଞ୍ଚାୟତ ସାଇକୋରୁଆ ଗ୍ରାମର ଗୁଣନିଧିଙ୍କ ସଂସାର କହିଲେ ସ୍ତ୍ରୀ, ଦୁଇ ପୁଅ ଓ ଗୋଟିଏ ଝିଅ। ଚାଷ ମୁଖ୍ୟ ପେସା ହୋଇଥିବାବେଳେ ଛୋଟ ତେଜରାତି ଦୋକାନ କରି ପରିବାର ପ୍ରତିପୋଷଣ କରୁଥିଲେ। ଗୁଣନିଧି ଏବଂ ତାଙ୍କ ପୁତୁରା ସାଗର ବିଶୋୟୀଙ୍କ ମଧ୍ୟରେ ଜମିବାଡିକୁ ନେଇ ବିବାଦ ଲାଗି ରହିଥିଲା। ଗତ ୧୯ ତାରିଖରେ ଏହି ବିବାଦକୁ କେନ୍ଦ୍ରକରି ଉଭୟଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏ ନେଇ ଗୁଣନିଧି କିଶନନଗର ଥାନାରେ ଅଭିଯୋଗ କରିଥିଲେ। ହେଲେ ପୋଲିସ କୌଣସି ପଦକ୍ଷେପ ନେଇ ନ ଥିଲା। ପରେ ଗୁଣନିଧି ଗତ ବୁଧବାର କଟକ ଗ୍ରାମାଞ୍ଚଳ ଏସ୍‌ପିଙ୍କ ନିକଟରେ ଏ ନେଇ ଅଭିଯୋଗ କରିବା ପରେ ତୁରନ୍ତ ପୋଲିସ ଏକ ମାମଲା(ନଂ.୧୦୩/୨୨) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ହେଲେ ପୋଲିସ ଉପରୁ ଭରସା ନ ପାଇ ଗୁଣନିଧି ଗୁରୁବାର ଦେହରେ ନିଅଁା ଲଗାଇଦେବା ପରେ ପୋଲିସ ସନ୍ଧ୍ୟାରେ ସାଗରଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri