ଜବତ ଡାଏରିର ଫରେନସିକ ରିପୋର୍ଟ ନେଲା ପୋଲିସ

ଖୁଣ୍ଟୁଣୀ,୨୬।୨(ଡି.ଏନ୍‌.ଏ.): ବହୁଚର୍ଚ୍ଚିତ ବରିଷ୍ଠ ମହିଳା କ୍ରିକେଟର ରାଜଶ୍ରୀ ସ୍ବାଇଁଙ୍କ ମତ୍ୟୁ ଘଟଣାକୁ ଇତି ମଧ୍ୟରେ ୪୨ଦିନ ବିତିଗଲାଣି। ତଥାପି ମୃତ୍ୟୁର କାରଣ ରହସ୍ୟ ଏଯାବତ ଜଣାପଡ଼ି ନାହିଁ। ତେବେ ଗୁରୁଡ଼ିଝାଟିଆ ପୋଲିସକୁ ଗତ ମାସ ୧୭ ତାରିଖରେ କେବଳ ଶବ ବ୍ୟବଚ୍ଛେଦ ରିପୋର୍ଟ ମିଳିଥିବା ବେଳେ ରାଜଶ୍ରୀଙ୍କ ସ୍କୁଟି ଡିକି ମଧ୍ୟରୁ ମିଳିଥିବା ଏକ ଡାଏରି ଯାଞ୍ଚ ପାଇଁ ଫରେନସିକ ଲ୍ୟାବ ଯାଇଥିବା ବେଳେ ତାହାର ରିପୋର୍ଟ ଶନିବାର ପୋଲିସକୁ ହସ୍ତଗତ ହୋଇଛି ବୋଲି ଆଇଆଇସି ରଞ୍ଜନ କୁମାର ପ୍ରଧାନ ସୂଚନା ଦେଇଛନ୍ତି। ତେବେ ଏହି ରିପୋର୍ଟ ସିଲ୍‌ ଥିବାରୁ ଏହା ଭିତରେ ପ୍ରକୃତ ତଥ୍ୟ ପ୍ରକାଶ ପାଇନାହିଁ। ଯାହା କେବଳ ଏହି ଡାଏରୀର ହାତଲେଖା ରାଜଶ୍ରୀଙ୍କର ହୋଇଥାଇପାରେ ବୋଲି ଆଇଆଇସି ପ୍ରଧାନ କହିଛନ୍ତି। ଅନ୍ୟପଟେ ଭିସେରା ରିପୋର୍ଟ ଆସିବା ପରେ ସମ୍ପୂର୍ଣ୍ଣ ତଥ୍ୟ ପ୍ରକାଶ କରାଯିବ ବୋଲି ଆଇଆଇସି କହିଛନ୍ତି। ସୂଚନାଥାଉକି, ଗତ ଜାନୁୟାରୀ ୧୧ତାରିଖରେ ରାଜଶ୍ରୀ କଟକରୁ ନିଖୋଜ ଥିଲେ। ପରେ ୧୩ ତାରିଖ ଦିନ ତାଙ୍କ ମୃତଦେହକୁ ମଙ୍ଗଳାବାଗ ଓ ଗୁରୁଡ଼ିଝାଟିଆ ପୋଲିସ ଖୁଣ୍ଟୁଣୀ ବନାଞ୍ଚଳ ଅନ୍ତର୍ଗତ ବ୍ରାହ୍ମଣବସ୍ତ ସଂରକ୍ଷିତ ଜଙ୍ଗଲ ମଧ୍ୟରୁ ଠାବ କରି ବ୍ୟବଚ୍ଛେଦ ପାଇଁ କଟକ ପଠାଇଥିଲା। ଏହି ଘଟଣାର ସତ୍ୟ ଉନ୍ମୋଚନ ଯେତେ ବିଳମ୍ବ ହେଉଛି, ରାଜଶ୍ରୀର ପରିବାର ସମେତ ସାଧାରଣରେ ସନ୍ଦେହ ରାହାସ୍ୟାବୃତ ହୋଇଉଠୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…

ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ…

ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ: ଖୋଲିଲା ୪ ସ୍ଲୁଇସ ଗେଟ

ସମ୍ବଲପୁର,୯।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ଦୃଷ୍ଟି ଦେଉନି ଜାତୀୟ ରାଜପଥ ବିଭାଗ: ଖାଲଖମାରେ ଫସିରହୁଛି ଗାଡି, ଯାତାୟାତ ବାଧାପ୍ରାପ୍ତ

ପଟ୍ଟାଙ୍ଗି,୯।୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ଠାରୁ ଅଳ୍ପ କିଛି ଦୂରରେ ଜାତୀୟ ରାଜପଥ ବିଭାଗ ପକ୍ଷରୁ ନୂତନ କରି ନିର୍ମାଣ…

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

ମାଙ୍କଡ଼ କାମୁଡାରେ ୫ ଆହତ: ବନବିଭାଗକୁ ଚିଠି ଲେଖିଲେ ସମିତି ସଭ୍ୟ ଧ୍ରୁବ

ଗଞ୍ଜାମ,୯।୭(ବିଦ୍ୟାଧର ସାହୁ ): ହୁମା ଓ ଆଖପାଖ ଅଞ୍ଚଳରେ ପାତି ମାଙ୍କଡ଼ଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଉଛି । ଘର ଉପକରଣ ପାଇଁ ଜଙ୍ଗଲ ସଫା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

ବିଦ୍ୟାଳୟର ନୂତନ ପରିଚାଳନା କମିଟି ଗଠନ: ସଭାପତି, ଉପସଭାନେତ୍ରୀ ଭାବେ ମନୋନୀତ ହେଲେ ଏମାନେ…

ଲାଞ୍ଜିଗଡ,୯।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିଚାଳନା କମିଟି ଗଠନ ବୁଧବାର ଅନୁଷ୍ଠିତ ହୋଇଯାଇଛିI ବିଦ୍ୟାଳୟର…

ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ: ଉଭୟ ପକ୍ଷ ମଧ୍ୟରେ ମାଡ଼ ପିଟ

ମହାକାଳପଡ଼ା,୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ କଣ୍ଡରାପାଟିଆ ଗ୍ରାମର ୭୭ ପରିବାର ଦୀର୍ଘ ବର୍ଷ ଧରି ୧୭୦ ଏକର ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri