ଲୁଟେରାଙ୍କୁ ପିଛା କରୁଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହେଲା ପୋଲିସ ଭ୍ୟାନ୍‌

କୋଟପାଡ଼,୫ା୧୦(ଡି.ଏନ.ଏ.): କୋରାପୁଟ ଜିଲା କୋଟପାଡ଼ର ବ୍ରାହ୍ମଣସାହି-ସୌରାସାହି ଗଳି ନିକଟରୁ ଦୁଇଜଣ ଦୁର୍ବୃତ୍ତ ମହିଳାଙ୍କଠାରୁ ମଙ୍ଗଳବାର ଦିନ ଦ୍ୱିପ୍ରହରରେ ୫ଲକ୍ଷ ଟଙ୍କା ଲୁଟ୍‌ କରି ନେଇଛନ୍ତି। କରଣସାହିର ଶ୍ରୀଜଗନ୍ନାଥ ଏସ୍‌ଏଚ୍‌ଜିର ୨ ଜଣ ମହିଳା ଟଙ୍କା ଉଠାଇବାକୁ କୋଟପାଡ ଷ୍ଟେଟବ୍ୟାଙ୍କକୁ ଯାଇଥିଲେ। ବ୍ୟାଙ୍କରୁ ୫ଲକ୍ଷ ଟଙ୍କା ଉଠାଇ ସେମାନେ ଘରକୁ ଫେରୁଥିଲେ। ମାତ୍ର ଉଭୟେ ବ୍ୟାଙ୍କଠାରୁ ୧୦୦ ମିଟର ଦୂର ଯିବା ପରେ ଦୁଇ ଜଣ ଦୁର୍ବୃତ୍ତ ଏକ ମୋଟରସାଇକେଲରେ ଆସି ଟଙ୍କା ବ୍ୟାଗ୍‌ ଛଡାଇ ଫେରାର ହୋଇଯାଇଥିଲେ। ମହିଳା ଜଣକ ବ୍ୟାଙ୍କକୁ ଆସି କହିବାରୁ ତୁରନ୍ତ କୋଟପାଡ ଥାନାକୁ ଅବଗତ କରାଯାଇଥିଲା। ପୋଲିସ ଦୁର୍ବୃତ୍ତମାନଙ୍କ ପିଛା କରିଥିଲେ। ପୋଲିସ ସେମାନଙ୍କୁ ପିଛା କରୁଥିବା ଜାଣି ଦ୍ରୁତଗତିରେ ପଳାଇଥିଲେ। ସସାହାଣ୍ଡି ନୂଆଗାଁ ନିକଟରେ ଦୁର୍ବୃତ୍ତଙ୍କୁ ପୋଲିସ କାବୁ କରିବାକୁ ଚେଷ୍ଟା କରୁଥିବା ବେଳେ ପୋଲିସ ଗାଡ଼ି ଦୁର୍ଘଟଣା ଗ୍ରସ୍ତ ହୋଇଥିଲା। ଫଳରେ ଦୁର୍ବୃତ୍ତମାନେ ଫେରାର ହୋଇଯାଇଥିଲେ। ପୋଲିସ ଗାଡ଼ି ଦୁର୍ଘଟଣା ଯୋଗୁ ଥାନା ଅଧିକାରୀ ଶେଷଦେବ ବେହେରା ଓ ତାଙ୍କ ସହ ଥିବା କର୍ମଚାରୀ ଗୁରୁତର ଆହତ ହେଇଛନ୍ତି। ବ୍ୟାଙ୍କ ସିସିଟିଭି ଓ ସହରାଞ୍ଚଳର ପ୍ରତ୍ୟେକ ଛକରେ ଥିବା ସିସିଟିଭି ଫୁଟେଜଗୁଡିକ ଯାଞ୍ଚ କରାଯାଉଛି। ଅଭିଯୁକ୍ତମାନେ ନିଶ୍ଚିତ ଧରାପଡ଼ିବେ ବୋଲି ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri