ଲୁଟେରାଙ୍କୁ ପିଛା କରୁଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହେଲା ପୋଲିସ ଭ୍ୟାନ୍‌

କୋଟପାଡ଼,୫ା୧୦(ଡି.ଏନ.ଏ.): କୋରାପୁଟ ଜିଲା କୋଟପାଡ଼ର ବ୍ରାହ୍ମଣସାହି-ସୌରାସାହି ଗଳି ନିକଟରୁ ଦୁଇଜଣ ଦୁର୍ବୃତ୍ତ ମହିଳାଙ୍କଠାରୁ ମଙ୍ଗଳବାର ଦିନ ଦ୍ୱିପ୍ରହରରେ ୫ଲକ୍ଷ ଟଙ୍କା ଲୁଟ୍‌ କରି ନେଇଛନ୍ତି। କରଣସାହିର ଶ୍ରୀଜଗନ୍ନାଥ ଏସ୍‌ଏଚ୍‌ଜିର ୨ ଜଣ ମହିଳା ଟଙ୍କା ଉଠାଇବାକୁ କୋଟପାଡ ଷ୍ଟେଟବ୍ୟାଙ୍କକୁ ଯାଇଥିଲେ। ବ୍ୟାଙ୍କରୁ ୫ଲକ୍ଷ ଟଙ୍କା ଉଠାଇ ସେମାନେ ଘରକୁ ଫେରୁଥିଲେ। ମାତ୍ର ଉଭୟେ ବ୍ୟାଙ୍କଠାରୁ ୧୦୦ ମିଟର ଦୂର ଯିବା ପରେ ଦୁଇ ଜଣ ଦୁର୍ବୃତ୍ତ ଏକ ମୋଟରସାଇକେଲରେ ଆସି ଟଙ୍କା ବ୍ୟାଗ୍‌ ଛଡାଇ ଫେରାର ହୋଇଯାଇଥିଲେ। ମହିଳା ଜଣକ ବ୍ୟାଙ୍କକୁ ଆସି କହିବାରୁ ତୁରନ୍ତ କୋଟପାଡ ଥାନାକୁ ଅବଗତ କରାଯାଇଥିଲା। ପୋଲିସ ଦୁର୍ବୃତ୍ତମାନଙ୍କ ପିଛା କରିଥିଲେ। ପୋଲିସ ସେମାନଙ୍କୁ ପିଛା କରୁଥିବା ଜାଣି ଦ୍ରୁତଗତିରେ ପଳାଇଥିଲେ। ସସାହାଣ୍ଡି ନୂଆଗାଁ ନିକଟରେ ଦୁର୍ବୃତ୍ତଙ୍କୁ ପୋଲିସ କାବୁ କରିବାକୁ ଚେଷ୍ଟା କରୁଥିବା ବେଳେ ପୋଲିସ ଗାଡ଼ି ଦୁର୍ଘଟଣା ଗ୍ରସ୍ତ ହୋଇଥିଲା। ଫଳରେ ଦୁର୍ବୃତ୍ତମାନେ ଫେରାର ହୋଇଯାଇଥିଲେ। ପୋଲିସ ଗାଡ଼ି ଦୁର୍ଘଟଣା ଯୋଗୁ ଥାନା ଅଧିକାରୀ ଶେଷଦେବ ବେହେରା ଓ ତାଙ୍କ ସହ ଥିବା କର୍ମଚାରୀ ଗୁରୁତର ଆହତ ହେଇଛନ୍ତି। ବ୍ୟାଙ୍କ ସିସିଟିଭି ଓ ସହରାଞ୍ଚଳର ପ୍ରତ୍ୟେକ ଛକରେ ଥିବା ସିସିଟିଭି ଫୁଟେଜଗୁଡିକ ଯାଞ୍ଚ କରାଯାଉଛି। ଅଭିଯୁକ୍ତମାନେ ନିଶ୍ଚିତ ଧରାପଡ଼ିବେ ବୋଲି ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri