କାଲିମେଳା,୧୩ା୧(ଡି.ଏନ.ଏ.): ଜୁଆ ଆଡ୍ଡା ଓ କୁକୁଡ଼ାଗାଲି ଉପରେ ଚଢ଼ାଉ କରିବାରୁ ପୋଲିସକୁ ଗ୍ରାମବାସୀଙ୍କ ଆକ୍ରମଣର ଶିକାର ହେବାକୁ ପଡିଛି। ଦୀର୍ଘ ସମୟ ଧରି ପୋଲିସ- ଗ୍ରାମବାସୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଏସ୍ଡିପିଓ ଆହତ ହୋଇଛନ୍ତି। ଘଟଣାରେ ସମ୍ପୃକ୍ତ ୧୬ ଜଣଙ୍କୁ ପୋଲିସ ଗିରଫ କରିଛି। ସୋମବାର ରାତିରେ ଏପରି ଏକ ଘଟଣା ମାଲକାନଗିରି ଜିଲା କାଲିମେଳା ବ୍ଲକରେ ଘଟିଛି। ୧୩/୨୧ରେ ମାମଲା ରୁଜୁ ହୋଇ ଅଧିକ ତଦନ୍ତ ଜାରି ରହିଛି।
ଖବରରୁ ଜଣାପଡିଛି ମକର ସଂକ୍ରାନ୍ତି ଉପଲକ୍ଷେ କାଲିମେଳା ଥାନା ଅନ୍ତର୍ଗତ କୋଇମେଟଲା ପଞ୍ଚାୟତର ମାରନପାଲି ଗ୍ରାମ ନିକଟସ୍ଥ ଏକ ପଡିଆରେ କୁକୁଡାଗାଲି ଏବଂ ଜୁଆଖେଳ ଚାଲିଥିଲା। ଏ ସମ୍ପର୍କରେ ଖବର ପାଇ ମାଲକାନଗିରି ଏସ୍ପିଙ୍କ ନିର୍ଦ୍ଦେଶରେ ଏସ୍ଡିପିଓ ଅଭିଳାଷ ଜି.ଙ୍କ ନେତୃତ୍ୱରେ ଏକ ୯ ଜଣିଆ ପୋଲିସ ଟିମ୍ ରାତି ୧୦ଟାରେ ଗ୍ରାମକୁ ଯାଇ ଜୁଆ ଆଡ୍ଡା ଉପରେ ଚଢ଼ାଉ କରିଥିଲା। ଏହି ସମୟରେ ପୋଲିସକୁ ଦେଖି କେତେଜଣ ବ୍ୟକ୍ତି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଉପସ୍ଥିତ ଅନ୍ୟମାନଙ୍କୁ ପୋଲିସ ଗିରଫ କରିଥିଲା। ଏହାକୁ ଗ୍ରାମବାସୀ ବିରୋଧ କରିଥିଲେ। ପୋଲିସ-ଗ୍ରାମବାସୀଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇ ମୁହଁାମୁହଁି ପରିସ୍ଥିତି ସୃଷ୍ଟି ହୋଇଥିଲା। ଗ୍ରାମବାସୀ ଟେକାପଥର ମାଡ କରି ପୋଲିସ ଉପରେ ଆକ୍ରମଣ କରିଥିଲେ। ଉତ୍ତ୍ୟକ୍ତ ଲୋକେ ଏସ୍ଡିପିଓ ଅଭିଳାଷ ଜି.ଙ୍କ ବନ୍ଧୁକ ଛଡାଇନେବା ସହ ତାଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏଥିରେ ସେ ଆହତ ହୋଇଛନ୍ତି। ଅନ୍ୟ ପୋଲିସ କର୍ମଚାରୀମାନେ ମଧ୍ୟ ସାମାନ୍ୟ ଆହତ ହୋଇଛନ୍ତି। ଅନ୍ୟପକ୍ଷରେ ପୋଲିସ ସେଠାରେ ୩ ରାଉଣ୍ଡ ଫାଙ୍କା ଗୁଳିଚାଳନା କରିଥିବା ସେଠାରେ ଦୋକାନ ଦେଇଥିବା କେତେଜଣ ବ୍ୟବସାୟୀ କହିଛନ୍ତି। ବର୍ତ୍ତମାନ ପରିସ୍ଥିତି ଶାନ୍ତ ରହିଛି। ତେବେ କିଛି ଅଘଟଣ ଆଶଙ୍କାରେ ଗ୍ରାମରେ ପୋଲିସ ମୁତୟନ ହୋଇଛନ୍ତି। ମଙ୍ଗଳବାର ମାଲକାନଗିରି ଏସ୍ପି କାଲିମେଳାରେ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନକରି ଫେରିଛନ୍ତି। ଆହତ ଏସ୍ଡିପିଓଙ୍କୁ ଚିକିତ୍ସା ଲାଗି ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି। ଗିରଫ ୧୬ ଜଣଙ୍କ ମଧ୍ୟରେ ମାରନପାଲି ଗ୍ରାମର ୬ ଜଣ, ଏମ୍ପିଭି-୩୩ ଗ୍ରାମର ୪, ସେରିଗୁଡା ଗ୍ରାମର ୨ ଓ ନାମକୋଣ୍ଡା ଗ୍ରାମର ୪ଜଣ ରହିଛନ୍ତି। ଗିରଫ ଅଭିଯୁକ୍ତମାନଙ୍କ ବିରୋଧରେ ମାମଲା ରୁଜୁ ହୋଇଛି।
Posted inଆମ ଜିଲା ଖବର, ମାଲକାନଗିରି View All
ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ
କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…
ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍ପରଙ୍କ ଜୀବନ, ଚାଳକ…
ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…
ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…
ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…
ମଦ ପିଇ ବସ୍ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍ ଆନାଲାଇଜର୍ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍ ସସ୍ପେଣ୍ଡ ସହ…
ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…
ଫାସଡ୍ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍ପର…
ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍ ଶୁକତେଲ ନଦୀ…
ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…
ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…
ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…
ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…
ବରଗଡ଼ରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ, ଖଡ଼ି ଛୁଆଁଇଲେ ଜିଲାପାଳ
ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ)- ଚଳିତ ଶିକ୍ଷାବର୍ଷରେ ନୂତନ ଛାତ୍ରୀଛାତ୍ରମାନଙ୍କ ନାମଲେଖା ଓ ଖଡ଼ିଛୁଆଁ ପାଇଁ ଶନିବାର ଜିଲାସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।…
Archives

