ରାତି ଅଧରେ ଟଙ୍କା ବାଣ୍ଟୁଥିବା କର୍ମୀଙ୍କୁ ଥାନାକୁ ଆଣିବାକୁ ଯାଇ ପୋଲିସ ହଟହଟା

ପାଟଣା,୧୭ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ୨୧ ନମ୍ବର ଜିଲା ପରିଷଦ ଅନ୍ତର୍ଗତ କଣ୍ଟିଆପଡ଼ା ପଞ୍ଚାୟତ ବଲାଣିପଶି ଗାଁରେ ବୁଧବାର ରାତି ଅଧରେ ରାଜନୈତିକ ହଟଚମଟ ସୃଷ୍ଟି ହୋଇଛି। ୨ ଜଣ ଭାଜପା କର୍ମୀଙ୍କୁ ଘରୁ ପୋଲିସ ଉଠାଇ ଆଣିବାକୁ ଯାଇ ହଟହଟା ହୋଇଛି।

ସୂଚନାନୁଯାୟୀ, ବଲାଣିପଶି ଗାଁର ଏକ ରାଜନୈତିକ ଦଳର ୨ ଯୁବକ ବୁଧବାର ରାତି ଗୋଟାଏରେ ଭୋଟରଙ୍କୁ ଟଙ୍କା ବାଣ୍ଟୁଥିବାର ଅଭିଯୋଗ ପାଇ ତୁରୁମୁଙ୍ଗା ପୋଲିସ ଅଳ୍ପ ସଂଖ୍ୟକ କର୍ମଚାରୀଙ୍କୁ ନେଇ ସେମାନଙ୍କ ମଧ୍ୟରୁ ଜଣଙ୍କୁ ଥାନା ଗାଡ଼ିରେ ଆଣି ଆଉ ଜଣଙ୍କୁ ଗାଡ଼ିରେ ଆଣୁ ଥିବା ବେଳେ ପ୍ରଥମ ବ୍ୟକ୍ତି ପରିସ୍ରା ବାହାନା କରି ଦୌଡ଼ି ପଳାଇ ରାତି ଅଧରେ ଘରଘର ବୁଲି କବାଟ କବାଟ ବାଡ଼େଇ ପୋଲିସ ଉଠାଇ ନେଉଥିବା କହିଥିଲେ। ଫଳରେ ଭାଜପାର କେତେକ କର୍ମୀଙ୍କ ସହ ଗାଁଲୋକେ ପୋଲିସକୁ ଘେରି ରହିଥିଲେ। ତୁରୁମୁଙ୍ଗା ଥାନାକଧିକାରୀଙ୍କ ସହ ଅନ୍ୟ ୨ ପୋଲିସ କର୍ମଚାରୀଙ୍କୁ ବଲାଣିପଶି ଗାଁରେ ରାତି ତମାମ ଅଟକ ରଖିଥିଲେ। ପରେ ଖବର ପାଇ, ଚମ୍ପୁଆ ଏସ୍‌ଡିପିଓ ରାମରାୟ ମୁର୍ମୁ, ପାଟଣା ଥାନାଧିକାରୀ ରାଜେନ୍ଦ୍ର ସ୍ବାଇଁ,ଝୁମ୍ପୁରା ଥାନାଧିକାରୀ ବିରେନ୍ଦ୍ର ଶିଆଳ ଓ ଅନ୍ୟ ପୋଲିସ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରିବା ପରେ ତୁରୁମୁଙ୍ଗା ପୋଲିସଙ୍କୁ ଉଦ୍ଧାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri