ଆଜିଠୁ ପୋଲିସ ନେବେ କରୋନା ଟିକା

ଭୁବନେଶ୍ୱର,୬।୨(ବ୍ୟୁରୋ): କରୋନା ଲଢେଇରେ ନିଜ ଜୀବନକୁ ବାଜି ଲଗାଇ ଆଗ ଧାଡିର ଯୋଦ୍ଧା ସାଜିଥିବା ପୋଲିସଙ୍କୁ ଟିକାକରଣରେ ସାମିଲ କରାଯାଇଛି। ରାଜ୍ୟରେ କାର୍ଯ୍ୟରତ ସମସ୍ତ ପୋଲିସ କର୍ମଚାରୀଙ୍କୁ କରୋନା ଟିକା ଦିଆଯିବ। ଶନିବାର ସକାଳ ୯ଟାରେ କଟକ ନେତାଜୀ ଇନ୍‌ଡୋର ଷ୍ଟାଡିୟମ ଟିକା ଗ୍ରହଣ କେନ୍ଦ୍ରରେ ପୋଲିସ ମହାନିର୍ଦ୍ଦେଶକ ଅଭୟ ପ୍ରଥମେ ଟିକା ନେଇ ଆନୁଷ୍ଠାନିକ ଭାବେ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ। ପରେ ଅନ୍ୟ ବରିଷ୍ଠ ପୋଲିସ ଅଧିକାରୀ ଓ କର୍ମଚାରୀମାନେ କରୋନା ଟିକା ନେବେ। ଏ ନେଇ ଶୁକ୍ରବାର ଭୁବନେଶ୍ୱରସ୍ଥିତ ପୋଲିସ ସେବା ଭବନରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ କଟକ-ଭୁବନେଶ୍ୱର ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ ସୂଚନା ଦେଇଛନ୍ତି। ତେବେ ଭୁବନେଶ୍ୱର ରିଜର୍ଭ ପୋଲିସ ଲାଇନ ହସ୍ପିଟାଲ, ସପ୍ତମ ବାଟାଲିଅନ ହସ୍ପିଟାଲ ଓ ସିପି ଅଫିସ୍‌ ପରିସରରେ କରୋନା ଟିକା ଦିଆଯିବ। ପୋଲିସ କମିଶନର ଅଫିସ, ଡିସିପି ଅଫିସ, ସପ୍ତମ ବାଟାଲିଅନ, ଏସ୍‌ଏସ୍‌ ବାଟାଲିଅନ, ରାଜ୍ୟ ଗୋଇନ୍ଦା ବିଭାଗ, ଏସ୍‌ଓଜି, ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀ ଆଦି ୧୯ ପ୍ରତିଷ୍ଠାନର ମୋଟ ୮୯୩୭ କର୍ମଚାରୀଙ୍କୁ ଟିକା ଦିଆଯିବ। ସେହିପରି କଟକରେ ନେତାଜୀ ଇନ୍‌ଡୋର୍‌ ଷ୍ଟାଡିୟମକୁ ଟିକା ଗ୍ରହଣ କେନ୍ଦ୍ର କରାଯାଇଛି। ରାଜ୍ୟ ପୋଲିସ ସଦର ମହକୁମା, ଡିସିପି କଟକ, କ୍ରାଇମବ୍ରାଞ୍ଚ, ଦୁର୍ନୀତି ନିବାରଣ ବିଭାଗ, ହୋମ୍‌ ଗାର୍ଡ଼, ଫାୟାର ସର୍ଭିସେସ୍‌, ଷଷ୍ଠ ବାଟାଲିଅନ ଆଦି ୧୧ଟି ପ୍ରତିଷ୍ଠାନର ୬୮୬୭ ପୋଲିସ କର୍ମଚାରୀ ଓ ହୋମ୍‌ ଗାର୍ଡଙ୍କୁ ଟିକା ଦିଆଯିବ ବୋଲି କମିଶନର ଷଡଙ୍ଗୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri