କୋଷ୍ଟାଲ ହାଇଓ୍ବେକୁ ନେଇ ଶ୍ରେୟ ରାଜନୀତି

ଭୁବନେଶ୍ୱର,୪ା୨(ବ୍ୟୁରୋ):ଭାରତମାଳା ପରିଯୋଜନା ଅନ୍ତର୍ଗତ କୋଷ୍ଟାଲ ହାଇଓ୍ବେ କାର୍ଯ୍ୟର ତ୍ୱରାନ୍ବିତ ନେଇ ସମୀାକ୍ଷା ହେବାପରେ କାହାକୁ ଶ୍ରେୟ ମିଳିବ ତାକୁ ନେଇ ରାଜନୀତି ଆରମ୍ଭ ହୋଇଯାଇଛି। ଉଭୟ ବିଜେଡି ଏବଂ ଭାଜପା ପରସ୍ପର ବିରୋଧରେ ଯୁକ୍ତି ବାଢିଛନ୍ତି। ଭାଜପା କହିଛି କୋଷ୍ଟାଲ ହାଇଓ୍ବେକୁ ନେଇ ଶାସକ ଦଳ ପ୍ରଥମରୁ କାର୍ଡ ଖେଳିବାକୁ ଚାହୁଁଥିଲା। ବିଜେଡି ଲୋକଙ୍କୁ ବିଭ୍ରାନ୍ତ କରିବାକୁ ଚେଷ୍ଟା କରୁଥିବାବେଳେ ଏହା ମଙ୍ଗଳବାର ଅନୁଷ୍ଠିତ ସମୀକ୍ଷା ବୈଠକ ପରେ ଧରାପଡିଗଲା ବୋଲି କହିଛି। ଅନ୍ୟପଟେ ବିଜେଡ଼ି ମଧ୍ୟ ଏହି ପ୍ରସଙ୍ଗରେ ରାଜନୀତି ନ କରି ପ୍ରକଳ୍ପର ଅଗ୍ରଗତି ନେଇ କାର୍ଯ୍ୟ ଆରମ୍ଭ କରିବାକୁ କହିଛି। ଭାଜପା ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ସାତପଡାରୁ ଗୋପାଳପୁରକୁ ଯେଉଁ ସ୍ପାନ ଥିଲା ତାକୁ ରାଜ୍ୟ ସରକାର ୨୦୧୯ ମସିହାରେ ଏକ ଚିଠି ମାଧ୍ୟମରେ କାମ ବିଳମ୍ବ କରିବାକୁ ଚେଷ୍ଚା କରିଥିଲେ। କେନ୍ଦ୍ର ସରକାରଙ୍କୁ ଚିଠି ଜରିଆରେ ରାଜ୍ୟ କହିଥିଲା ଯେ ଏବଂ ସ୍ପାନ କାମ ନ କରି ବିଳମ୍ବରେ ହେଉ। ରାଜ୍ୟ ସରକାରଙ୍କ ଅନୁରୋଧ ଅନୁଯାୟୀ ରାସ୍ତା କାମ ବିଳମ୍ବିତ କରାଯାଇଥିଲା। ମିଛ କହି ପ୍ରଦେଶ ଲୋକଙ୍କୁ ବିଭ୍ରାନ୍ତ କରିବା ଏବଂ ରାଜ୍ୟର ଅର୍ଥନୀତିକୁ ହଡପା କରିବାର ଯେଉଁ ଯୋଜନା ବେଳେବେଳେ ବିଜେଡି ଆରମ୍ଭ କରେ ବୋଲି ପୃଥ୍ବିରାଜ କହିଛନ୍ତି। ଅନ୍ୟପଟେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା କହିଛନ୍ତି, ସାତପଡା-ପୁରୀ-କୋଣାର୍କ ଦେଇ କୋଷ୍ଟାଲ ହାଇଓ୍ବେ ଯିବା ଲାଗି ଯେଉଁ ପ୍ରସ୍ତାବ ଥିଲା ତାହାକୁ କେନ୍ଦ୍ର ସରକାର ଗ୍ରହଣ କରିନେଉଛନ୍ତି। ବେଶି ରାଜନୀତିକରଣ ନ କରି କିଭଳି ରାଜ୍ୟର ବିକାଶ ହେବ ସେଥିପ୍ରତି ଦୃଷ୍ଟି ଦିଆଯାଉ। କେନ୍ଦ୍ର ସରକାରଙ୍କ ସହ ହୋଇଥିବା ଆଲୋଚନା ପରେ କାର୍ଯ୍ୟ ତୁରନ୍ତ ଆରମ୍ଭ ହେବ ବୋଲି ଲାଗୁଥିବା ସଞ୍ଜୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ଉଦ୍‌ଯାପିତ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ); ବରଗଡ଼ ଜିଲାସ୍ତରୀୟ ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ସୋମବାର ବରଗଡ଼ ବିଜ୍ଞାନ କେନ୍ଦ୍ର ଟୁକୁର୍ଲାରେ ଉଦ୍‌ଯାପିତ ହୋଇଯାଇଛି। ଜିଲା ଶିକ୍ଷା ଅଧିକାରୀ ସରୋଜ…

ଶିକ୍ଷାନୁଷ୍ଠାନ ନିକଟରୁ ମଦ ଦୋକାନ ବନ୍ଦ ନିର୍ଦ୍ଦେଶ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ଷଷ୍ଠ ଜିଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ…

ଚାଷକାର୍ଯ୍ୟ ଆରମ୍ଭରୁ ସାର କଳାବଜାର: ଚାଷୀ ହଟହଟା

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସରୁ ଖରିଫ ଚାଷକାର୍ଯ୍ୟ ଆରମ୍ଭ ହୋଇଛି। ଜମିରେ ଧାନ ବିହୁଡ଼ା, ପହ୍ଲାରୁଆ କାର୍ଯ୍ୟ ଏବେ ଜୋରସୋର୍‌ରେ ଚାଲିଛି। ଅନ୍ୟପଟେ ଚାଷ ଆରମ୍ଭରୁ…

ବିଦ୍ରୋହ ଭିତରେ ସୁପ୍ରିମକୋର୍ଟର CJI ସୂର୍ଯ୍ୟକାନ୍ତଙ୍କ ବିସ୍ଫୋରକ ବୟାନ, ସୋସିଆଲ ମିଡିଆରେ ଫେମସ୍‌ ହୁଅ ନାହିଁ…

ନୂଆଦିଲ୍ଲୀ,୨୩।୭: ଦେଶର ରାଜଧାନୀ ଦିଲ୍ଲୀରେ ଛାତ୍ର ଆନ୍ଦୋଳନ ଓ policeର କାର୍ଯ୍ୟାନୁଷ୍ଠାନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଏବେ ଦେଶର ସୁପ୍ରିମକୋର୍ଟରେ ପହଞ୍ଚିଛି । ବଡ଼ କଥା…

କଠୋର କାର୍ଯ୍ୟାନୁଷ୍ଠାନ ନେଲେ ସରକାର! ସକାଳୁ ସକାଳୁ CJP ଦେଲା ବଡ଼ ସୂଚନା, ଦେଶରେ ହଇଚଇ

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜୀତ ଦୀପକେ କହିଛନ୍ତି ଯେ ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ସମ୍ପୂର୍ଣ୍ଣ ଶାନ୍ତି ଏବଂ ଅହିଂସା ପନ୍ଥାରେ ଆଗକୁ ବଢିବ।…

ବିଦ୍ରୋହ ଭିତରେ ଇନଷ୍ଟାଗ୍ରାମ୍‌ ଛାଡିଲେ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ, କାରଣ ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ, ୨୩ା୭: ଜନ୍ତର-ମନ୍ତରରେ ଛାତ୍ର ଏବଂ ‘କକରୋଚ୍ ଜନତା ପାର୍ଟି’ର ପ୍ରଦର୍ଶନ ଜାରି ରହିଛି। ଏହି ସମୟରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ ନୈମିଷା…

ବାହାଘରରୁ ଫେରୁଥିବା ବେଳେ ବଡ଼ ଅଘଟଣ: ପୋଖରୀକୁ ଖସି ପଡିଲା କାର୍‌: ୫ ମୃତ

ଢେଙ୍କାନାଳ,୨୩।୭( ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଛାଟିଆ ନିକଟରେ ଏକ ଇନୋଭା କାର୍‌ ଗୁରୁବାର ଭୋର୍‌ ୪ଟା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼…

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri