ସୁଶାନ୍ତ ସିଂଙ୍କୁ ନେଇ ତେଜିଲା ରାଜନୀତି

ଭୁବନେଶ୍ୱର,୯।୪(ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ତଥା ଭଟଲି ବିଧାୟକ ସୁଶାନ୍ତ ସିଂଙ୍କୁ ଝାରସୁଗୁଡ଼ା ଉପନିର୍ବାଚନରୁ ଦୂରେଇ ରଖାଯାଇଛି। ବରିଷ୍ଠ ପର୍ଯ୍ୟବେକ୍ଷକ କିମ୍ବା ବିଜେଡି ବ୍ଲକ ଓ ମ୍ୟୁନିସିପାଲିଟି ପର୍ଯ୍ୟବେକ୍ଷକ ତାଲିକାରେ ମଧ୍ୟ ତାଙ୍କ ନାମ ନାହିଁ। କେଉଁଥିପାଇଁ ତାଙ୍କୁ ଦଳର ପ୍ରମୁଖ ପରିଚାଳନା ତାଲିକାରୁ ବାଦ୍‌ ଦିଆଯାଇଛି ତାହା ଅସ୍ପଷ୍ଟ ରହିଛି। ତେବେ ଏହାକୁ ନେଇ ରାଜନୀତି ଜୋର ଧରିଛି। ଏହି ପ୍ରସଙ୍ଗକୁ ନେଇ ଭାଜପା ବିଜେଡିକୁ ଶାଣିତ ଆକ୍ରମଣ କରିଛି। ସୁଶାନ୍ତଙ୍କ ନାଁ ନ ନେଇ ଭାଜପା ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ନବ ଦାସଙ୍କ ହତ୍ୟା ପଛରେ ତାଙ୍କର ସମ୍ପୃକ୍ତି ରହିଛି ବୋଲି ବିଜେଡି ଅଫିସିଆଲି ପ୍ରମାଣ କରିଛି। ପୂର୍ବରୁ ବିରୋଧୀ ଦଳ ନେତା ଯାହା କହିଥିଲେ, ବିଜେଡି ସେହି କଥାକୁ ଅଫିସିଆଲି ସ୍ବୀକାର କରିଛି। ତାଙ୍କ ଉପରେ ଝାରସୁଗୁଡ଼ାରେ ନବ ଦାସଙ୍କ ସମର୍ଥକଙ୍କ ଆକ୍ରୋଶ ରହିଛି। ଏହି ଆକ୍ରୋଶରୁ ବିଜେଡି ବର୍ତ୍ତିବାକୁ ଚାହୁଁଛି। ଜାଣିଶୁଣି ପର୍ଯ୍ୟବେକ୍ଷକ ତାଲିକାରୁ ସେହି ନେତାଙ୍କୁ ବାଦ୍‌ ଦିଆଯାଇଛି। ଦଶାହ କାର୍ଯ୍ୟରୁ ମଧ୍ୟ କିଛି ଲୋକଙ୍କୁ ଦୂରେଇ ରଖାଯାଇଥିଲା। ନବ ଦାସ ହତ୍ୟାକାଣ୍ଡ ସହ ତାଙ୍କର ସମ୍ପୃକ୍ତି ଅଛି ବୋଲି ରାଜ୍ୟ ସରକାର ବିଶ୍ୱାସ କରୁଛନ୍ତି। ପୂର୍ବରୁ ତାଙ୍କ ନାଁରେ ଅଭିଯୋଗ ରହିଛି ବୋଲି ପୃଥ୍ବୀରାଜ କହିଛନ୍ତି।
ଅନ୍ୟପକ୍ଷରେ ବିଜେଡିର ବରିଷ୍ଠ ନେତା ତଥା ଢେଙ୍କାନାଳ ଏମ୍‌ପି ମହେଶ ସାହୁ କହିଛନ୍ତି, ଦଳ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେଉଁ ଦୃଷ୍ଟିରୁ ଏବଂ କେଉଁ କାରଣ ପାଇଁ ଏଭଳି ନିଷ୍ପତ୍ତି ନେଇଛନ୍ତି ସେ ହିଁ କହିପାରିବେ। ବିଜୁ ଜନତା ଦଳରେ ସମସ୍ତେ ଦକ୍ଷ ନେତା। କିଏ କ’ଣ କହୁଛି ତାକୁ ନେଇ କିଛି କହିହେବନାହିଁ। ନବ ଦାସ ହତ୍ୟା ମାମଲାର ତଦନ୍ତ ଚାଲିଛି। ବିରୋଧୀ ଦଳ ବହୁତ କଥା କହୁଛନ୍ତି। ଜଣେ ଆକ୍ଟିଭ ଲୋକଙ୍କୁ ସବୁବେଳେ ସବୁ ଜାଗାରେ ଦାୟିତ୍ୱ ଦିଆଯିବ କି ? ସେ ଅଞ୍ଚଳରେ ଆମର ଆହୁରି ଆକ୍ଟିଭ ଲୋକ ଅଛନ୍ତି। ଏହା ଦଳର ନିଷ୍ପତ୍ତି ହୋଇଥିବ। ଦଳର ନିଷ୍ପତ୍ତିକୁ କାର୍ଯ୍ୟକର୍ତ୍ତାମାନେ ଗ୍ରହଣ କରିବେ। ବିରୋଧୀ ଦଳ କ’ଣ ପ୍ରତିକ୍ରିୟା ଦେଲେ, ତାଙ୍କ କଥାରେ କ’ଣ ନାଚିବୁ? ବିରୋଧୀ ଦଳ କ’ଣ ଜଜ୍‌ ବୋଲି ମହେଶ ପ୍ରଶ୍ନ କରିଛନ୍ତି।
କଂଗ୍ରେସର ବରିଷ୍ଠ ନେତା ସନ୍ତୋଷ ସିଂ ସାଲୁଜା କହିଛନ୍ତି, ପୂର୍ବତନ ମନ୍ତ୍ରୀ ତଥା ଭଟଲି ବିଧାୟକ ସୁଶାନ୍ତ ସିଂଙ୍କ ନାମ ଝାରସୁଗୁଡ଼ା ଉପନିର୍ବାଚନ ବିଜେଡି ପର୍ଯ୍ୟବେକ୍ଷକ ତାଲିକାରୁ କାଟି ଦିଆଯାଇଛି। ସେ ପୂର୍ବରୁ ବିଜେପୁର, ପଦ୍ମପୁର, ବ୍ରଜରାଜନଗର ଦାୟିତ୍ୱରେ ଥିଲେ। ଗତ ଏନ୍‌ଏସି ନିର୍ବାଚନରେ ମଧ୍ୟ ତାଙ୍କୁ ଦାୟିତ୍ୱ ଦିଆଯାଇଥିଲା। କିନ୍ତୁ ତାଙ୍କୁ ଉପନିର୍ବାଚନ ତାଲିକାରୁ ବାଦ୍‌ ଦିଆଯାଇଛି। ତାଙ୍କ ନାଁ ନବ ଦାସ ହତ୍ୟାକାଣ୍ଡରେ ସମ୍ପୃକ୍ତି ଥିବା କୁହାଯାଉଛି। ଯଦି ସୁଶାନ୍ତ ଉପନିର୍ବାଚନକୁ ଯିବେ ତେବେ ନବ ଦାସଙ୍କ କର୍ମୀ, ତାଙ୍କ ଘର ଲୋକ ଯିଏ ପ୍ରାର୍ଥୀ ହୋଇଛନ୍ତି ସେ ମଧ୍ୟ ବିରୋଧ କରିବେ। ସେଥିପାଇଁ ତାଙ୍କୁ ଝାରସୁଗୁଡ଼ା ନିର୍ବାଚନରୁ ବାହାରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri