ମୌସୁମୀ ଅଧିବେଶନରେ ନବୀନଙ୍କ ଭର୍ଚୁଆଲ ଉପସ୍ଥିତିକୁ ନେଇ ଟୁଇଟ୍‌ ରାଜନୀତି

ଭୁବନେଶ୍ୱର, ୧୩ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଦେଶ ଗସ୍ତ କାର୍ଯ୍ୟକ୍ରମକୁ ନେଇ ବିରୋଧୀ ଏବଂ ଶାସକ ଦଳ ନେତାଙ୍କ ମଧ୍ୟରେ ସମାଲୋଚନା ଆରମ୍ଭ ହୋଇଯାଇଛି। ଟୁଇଟ୍‌ରେ ଏହି କଳି ଏବେ ଜୋର୍‌ ଧରିଛି। ମୁଖ୍ୟମନ୍ତ୍ରୀ ଆସନ୍ତା ମୌସୁମୀ ଅଧିବେଶନରେ ଭର୍ଚୁଆଲରେ ଯୋଗଦେବାର କାର୍ଯ୍ୟକ୍ରମ ଥିବା କଥା କହି ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି ସମାଲୋଚନା କରିଛନ୍ତି। ବିଜେଡି ମୁଖପାତ୍ର ଲେନିନ ମହାନ୍ତି ଟୁଇଟ୍‌ କରି ଏହାର ଜବାବ ରଖିଛନ୍ତି।
ସମୀର ଟୁଇଟ୍‌ କରି କହିଛନ୍ତି, ଜୁଲାଇ ୨ରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଡିଜିଟାଲ ପ୍ଲାଟଫର୍ମ ମାଧ୍ୟମରେ ଅଧିବେଶନରେ ରହିପାରନ୍ତି ବୋଲି ଏକ ଖବର ଆସିଛି। ଯଦି ଏହା ସତ୍ୟ ତେବେ ସାଙ୍ଘାତିକ। ଗଣତନ୍ତ୍ରକୁ ସମ୍ମାନ ଜଣାଇ ମୁଖ୍ୟମନ୍ତ୍ରୀ ଗୁରୁତ୍ୱପୂର୍ଣ୍ଣ ବଜେଟ ଅଧିବେଶନରେ ପ୍ରତ୍ୟକ୍ଷ ଭାବେ ଗୃହରେ ରହିବା ଆବଶ୍ୟକ ବୋଲି ସମୀର କହିଛନ୍ତି। ସମୀରଙ୍କ ଟୁଇଟ୍‌କୁ ରିଟୁଇଟ୍‌ କରି ଲେନିନ୍‌ କହିଛନ୍ତି, ରାଜ୍ୟ ଭାଜପା ସଭାପତି ବିନା ତଥ୍ୟ ଆଧାରରେ ଏକ ନିର୍ଦ୍ଦିଷ୍ଟ ଖବରକୁ ନେଇ ମନ୍ତବ୍ୟ ଦେବା ଦୁର୍ଭାଗ୍ୟଜନକ। ଭାଜପା ସଭାପତି ବୋଧହୁଏ ଜାଣିନାହାନ୍ତି କେନ୍ଦ୍ର ସରକାରରେ କିପରି ଅନ୍ୟ ମନ୍ତ୍ରୀମାନେ ଏବଂ ପ୍ରଧାନମନ୍ତ୍ରୀ ଦେଶର ବୃହତ ସ୍ବାର୍ଥ ଲାଗି ବାହାରକୁ ଯାଆନ୍ତି। ସେନେଇ ସମୀର ଥରେ ଅନୁଧ୍ୟାନ କରିବା ଦରକାର ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

CSKର ପରାଜୟ ପାଇଁ ସଞ୍ଜୁ ସାମସନଙ୍କ ସମେତ ଏହି ୫ ଖେଳାଳି ଦାୟୀ!

ନୂଆଦିଲ୍ଲୀ,୩୧।୩: ମାର୍ଚ୍ଚ ୩୦ରେ ଅନୁଷ୍ଠିତ 2026 ଇଣ୍ଡିଆନ ପ୍ରିମିୟର ଲିଗର ତୃତୀୟ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଏବଂ ଚେନ୍ନାଇ ସୁପର କିଙ୍ଗସ ମଧ୍ୟରେ ମୁକାବିଲା ହୋଇଥିଲା। ଗୁଆହାଟୀର…

ଆଜି ରାତି ୧୨ଟା ସୁଦ୍ଧା ଶେଷ କରନ୍ତୁ ଏହି ୩ କାମ, ନଚେତ୍‌ ଆସନ୍ତାକାଲିଠୁ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୩୧।୩: ଆଜି ମାର୍ଚ୍ଚ ୩୧, ୨୦୨୬ ଆର୍ଥିକ ବର୍ଷର ଶେଷ ଦିନ। ଯଦି ଆପଣଙ୍କର ଏକ ବ୍ୟାଙ୍କ ଆକାଉଣ୍ଟ ଅଛି କିମ୍ବା ଆପଣ ଷ୍ଟକ ବଜାରରେ ନିବେଶ…

ମନ୍ଦିରରେ ଦଳାଚକଟା….ପରସ୍ପର ଉପରେ ଚଢ଼ିଗଲେ ଭକ୍ତ, ଚାଲିଗଲା ୮ ଜୀବନ

ପାଟନା,୩୧।୩: ବିହାରର ନାଳନ୍ଦା ଜିଲାରେ ଛାତିଥରା ଅଘଟଣ । ଏଠାରେ ଅବସ୍ଥିତ ଶୀତଳା ମାତା ମନ୍ଦିରରେ ହଠାତ୍ ଦଳାଚକଟା ହୋଇଥିଲା। ଏହି ଘଟଣାରେ ଏପର୍ଯ୍ୟନ୍ତ ଆଠ ଜଣ…

ଯୁଦ୍ଧ ମଧ୍ୟରେ ଏସବୁ ଦେଶକୁ ସାହାଯ୍ୟର ହାତ ବଢାଇଲେ ମୋଦି, ଏବେ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା ସହିପାରୁନି ପାକିସ୍ତାନ!

ଇସଲାମାବାଦ,୩୧।୩: ଇରାନ ସହିତ ସଂଘର୍ଷ ଯୋଗୁ ସୃଷ୍ଟି ହୋଇଥିବା ବିଶ୍ୱ ତୈଳ ସଙ୍କଟ ମଧ୍ୟରେ, ଭାରତ ଖୁବ ପ୍ରଶଂସା ପାଉଛି – ଏକ ବିକାଶ ଯାହା ପାକିସ୍ତାନୀ…

ପ୍ରଥମ ଦିନରେ ସିଂହାରିନି ଦଳ ବିଜୟୀ: ଆଜି ହେବ ଫାଇନାଲ ମୁକାବିଲା

ଗଞ୍ଜାମ,୩୧।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ସୋମବାର…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

ରାଶନ ଦୋକାନରେ ପୁଣି ମିଳିବ କିରୋସିନ: ଶକ୍ତି ସଙ୍କଟ ମଧ୍ୟରେ କେଉଁ ରାଜ୍ୟକୁ ମିଳିଲା ଅନୁମୋଦନ ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୩: ଆଜି ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ୩୨ ତମ ଦିନ। ଏହା ଶକ୍ତି ଯୋଗାଣ ନେଇ ଚିନ୍ତାକୁ ଆହୁରି ଘନୀଭୂତ କରିଛି। ଏହି ଶକ୍ତି ସଙ୍କଟ ମଧ୍ୟରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri