ମୌସୁମୀ ଅଧିବେଶନରେ ନବୀନଙ୍କ ଭର୍ଚୁଆଲ ଉପସ୍ଥିତିକୁ ନେଇ ଟୁଇଟ୍‌ ରାଜନୀତି

ଭୁବନେଶ୍ୱର, ୧୩ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଦେଶ ଗସ୍ତ କାର୍ଯ୍ୟକ୍ରମକୁ ନେଇ ବିରୋଧୀ ଏବଂ ଶାସକ ଦଳ ନେତାଙ୍କ ମଧ୍ୟରେ ସମାଲୋଚନା ଆରମ୍ଭ ହୋଇଯାଇଛି। ଟୁଇଟ୍‌ରେ ଏହି କଳି ଏବେ ଜୋର୍‌ ଧରିଛି। ମୁଖ୍ୟମନ୍ତ୍ରୀ ଆସନ୍ତା ମୌସୁମୀ ଅଧିବେଶନରେ ଭର୍ଚୁଆଲରେ ଯୋଗଦେବାର କାର୍ଯ୍ୟକ୍ରମ ଥିବା କଥା କହି ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି ସମାଲୋଚନା କରିଛନ୍ତି। ବିଜେଡି ମୁଖପାତ୍ର ଲେନିନ ମହାନ୍ତି ଟୁଇଟ୍‌ କରି ଏହାର ଜବାବ ରଖିଛନ୍ତି।
ସମୀର ଟୁଇଟ୍‌ କରି କହିଛନ୍ତି, ଜୁଲାଇ ୨ରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଡିଜିଟାଲ ପ୍ଲାଟଫର୍ମ ମାଧ୍ୟମରେ ଅଧିବେଶନରେ ରହିପାରନ୍ତି ବୋଲି ଏକ ଖବର ଆସିଛି। ଯଦି ଏହା ସତ୍ୟ ତେବେ ସାଙ୍ଘାତିକ। ଗଣତନ୍ତ୍ରକୁ ସମ୍ମାନ ଜଣାଇ ମୁଖ୍ୟମନ୍ତ୍ରୀ ଗୁରୁତ୍ୱପୂର୍ଣ୍ଣ ବଜେଟ ଅଧିବେଶନରେ ପ୍ରତ୍ୟକ୍ଷ ଭାବେ ଗୃହରେ ରହିବା ଆବଶ୍ୟକ ବୋଲି ସମୀର କହିଛନ୍ତି। ସମୀରଙ୍କ ଟୁଇଟ୍‌କୁ ରିଟୁଇଟ୍‌ କରି ଲେନିନ୍‌ କହିଛନ୍ତି, ରାଜ୍ୟ ଭାଜପା ସଭାପତି ବିନା ତଥ୍ୟ ଆଧାରରେ ଏକ ନିର୍ଦ୍ଦିଷ୍ଟ ଖବରକୁ ନେଇ ମନ୍ତବ୍ୟ ଦେବା ଦୁର୍ଭାଗ୍ୟଜନକ। ଭାଜପା ସଭାପତି ବୋଧହୁଏ ଜାଣିନାହାନ୍ତି କେନ୍ଦ୍ର ସରକାରରେ କିପରି ଅନ୍ୟ ମନ୍ତ୍ରୀମାନେ ଏବଂ ପ୍ରଧାନମନ୍ତ୍ରୀ ଦେଶର ବୃହତ ସ୍ବାର୍ଥ ଲାଗି ବାହାରକୁ ଯାଆନ୍ତି। ସେନେଇ ସମୀର ଥରେ ଅନୁଧ୍ୟାନ କରିବା ଦରକାର ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri