ପୋଲିଂ କର୍ମଚାରୀଙ୍କ ଜୀବନ ଗଲା

ଭଦ୍ରକ ଅଫିସ,୩ା୧୧: ଧାମନଗର ଉପନିର୍ବାଚନରେ ନିୟୋଜିତ ଥିବା ପୋଲିଂ କର୍ମଚାରୀ ନଟବର ମୁଣ୍ଡାଙ୍କ ମୃତ୍ୟୁ ଘଟିଛି। ତାଙ୍କ ଘର ଭଦ୍ରକ ଜିଲାର ବାଗୁରାଇରେ ବୋଲି ଜଣାପଡ଼ିଛି। ନଟବରଙ୍କୁ ଧାମନଗରର ୧୩୯ ନମ୍ବର ବୁଥ୍‌ରେ ପୋଲିଂ କର୍ମଚାରୀ ଭାବେ ନିୟୋଜିତ କରାଯାଇଥିଲା। ବୁଧବାର ସେ ବୁଥ୍‌ରେ ପହଞ୍ଚିବା ପରେ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ନିର୍ବାଚନ ଡ୍ୟୁଟିରୁ ଅବ୍ୟାହତି କରି ଦିଆଯାଇଥିଲା। ପରେ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ତାଙ୍କର ମୃତ୍ୟୁ ଘଟିଥିବା ଭଦ୍ରକ ଜିଲାପାଳ ସୂଚନା ଦେଇଛନ୍ତି।