ପୋଖରୀ ହୁଡ଼ା ଭାଙ୍ଗି ଜମି ଜଳମଗ୍ନ

କାମାକ୍ଷାନଗର, ୧୯।୮(ସୁଧୀର ପରିଡ଼ା): ଦୁଇଦିନ ଧରି ଜାରି ରହିଥିବା ଲଗାଣବର୍ଷାରେ ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ତୁମୁସିଙ୍ଗା ପଞ୍ଚାୟତ ଶ୍ରୀମୂଳା ଗ୍ରାମ ଅରଖବାହାଳି ପୋଖରୀ ବନ୍ଧ ଶୁକ୍ରବାର ଭାଙ୍ଗିଯାଇଛି। ଫଳରେ ୮ ମିଟର ଘାଇ ସୃଷ୍ଟି ହେବା ସହ ଜଳାଶୟ ନିକଟବର୍ତ୍ତୀ ଶତାଧିକ ଏକର ଜମି ଜଳାର୍ଣ୍ଣବ ହୋଇଯାଇଛି। ବ୍ୟାପକ ଧାନ ଚାଷ ନଷ୍ଟ ହୋଇଥିବା ଅଭିଯୋଗ ହୋଇଛି।
ଚାଷୀଙ୍କ କହିବା କଥା, ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆରଇଜିଏସ୍‌) ଅନୁଦାନ ଅର୍ଥରେ ପ୍ରତିବର୍ଷ ଅରଖବାହାଳି ପୋଖରୀର ଉନ୍ନତୀକରଣ ହେଉଛି। ତେବେ ନିମ୍ନମାନର କାମ ଯୋଗୁ ପୋଖରୀ ବନ୍ଧ ଦୁର୍ବଳ ହୋଇଯାଇଥିଲା। ଦୁଇଦିନ ଧରି ଜାରି ରହିଥିବା ଲଗାଣ ବର୍ଷାରେ ପୋଖରୀରେ କ୍ଷମତାଠାରୁ ଅଧିକ ପାଣି ଭର୍ତ୍ତି ହୋଇଯିବାରୁ ବନ୍ଧ ଭାଙ୍ଗିଯାଇଛି। ପାଣି ବିଲରେ ମାଡୁଯିବା ଫଳରେ ଶତାଧିକ ଚାଷୀଙ୍କ ଧାନ ଚାଷ ନଷ୍ଟ ହୋଇଯାଇଛି। ତେଣୁ ତୁରନ୍ତ କ୍ଷୟକ୍ଷତି ଆକଳନ କରି କ୍ଷତିପୂରଣ ଦେବାକୁ ସେମାନେ ଦାବି କରିଛନ୍ତି। କିଛିଦିନ ତଳେ ହୋଇଥିବା ବର୍ଷାରେ ତୁମୁସିଙ୍ଗା ଗ୍ରାମ ପୋଖରୀ ସୁରକ୍ଷା ପାଚେରି ଭାଙ୍ଗିଯାଇଥିଲା। ଏବେ ଅରଖବାହାଳି ପୋଖରୀ ହୁଡ଼ା ଭୁଶୁଡ଼ିଯିବା ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଯୋଜନାର କାର୍ଯ୍ୟକାରିତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ବିଭାଗୀୟ ଅଧିକାରୀ ଏବଂ ଠିକାଦାରଙ୍କ ମଧ୍ୟରେ ମଧୁଚନ୍ଦ୍ରିକା ଯୋଗୁ କୌଣସି କାର୍ଯ୍ୟ ଠିକ୍‌ ଭାବେ ହେଉ ନ ଥିବା କେତେଜଣ ଗ୍ରାମବାସୀ ନାମ ଗୋପନ ରଖି କହିଛନ୍ତି।
ଏ ସମ୍ପର୍କରେ ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଜ୍ୟୋତିଶଙ୍କର ସାହୁ କୁହନ୍ତି, ଗଣମାଧ୍ୟମରୁ ପୋଖରୀ ହୁଡ଼ା ଭାଙ୍ଗିଯାଇଥିବା ସୂଚନା ମିଳିଛି। ବିଡିଓଙ୍କ ଜରିଆରେ ତଦନ୍ତ କରାଯିବ। କ’ଣ ହୋଇଛି ବୁଝିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

Mahashivratri 2026: ଜାଗରରେ ମଙ୍ଗଳଙ୍କ ମହାପରିବର୍ତ୍ତନ, ଏହି ୩ରାଶିର ବାଜିବ ଲଟେରୀ!

ମହାଶିବରାତ୍ରି ପର୍ୱକୁ ଭଗବାନ ଶିବଙ୍କ ପୂଜା ଏବଂ ଭକ୍ତିର ସର୍ୱୋତ୍ତମ ଉତ୍ସବ ଭାବରେ ବିବେଚନା କରାଯାଏ। ଏହି ବର୍ଷ ମହାଶିବରାତ୍ରିକୁ ବହୁତ ସ୍ୱତନ୍ତ୍ର ଭାବରେ ବିବେଚନା କରାଯାଏ…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

India vs Pakistan: ଭାରତ-ପାକିସ୍ତାନ ମ୍ୟାଚ୍‌କୁ ନେଇ ସବୁଠୁ ବଡ଼ ଭବିଷ୍ୟବାଣୀ! ଜିତିବ ଏହି ଟିମ୍‌ …

କଲମ୍ୱୋ,୧୫ା୨: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍‌ ୨୦୨୬ର ସବୁଠୁ ହାଇ ଭୋଲଟେଜ୍ ମୁକାବିଲା ଆସନ୍ତାକାଲି ଖେଳାଯିବ । ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦୀଙ୍କ ମଧ୍ୟରେ ଘମାଘୋଟ୍‌ ଲଢେଇ ହେବାକୁ ଯାଉଛି…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

୪୫ତମ ବାର୍ଷିକ ଉତ୍ସବ ପାଳିଲା କେସିଙ୍ଗା ମହାବିଦ୍ୟାଳୟ, ଛାତ୍ରୀଛାତ୍ରମାନଙ୍କୁ କର୍ମଯୋଗୀ ହେବାକୁ…

କେସିଙ୍ଗା, ୧୫।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ୪୫ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଶନିବାର ଅନୁଷ୍ଠିତ ଏହି ଉତ୍ସବରେ ଅଧ୍ୟକ୍ଷ ସୁଶାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri