ପୋଖରୀ ହୁଡ଼ା ଭାଙ୍ଗି ଜମି ଜଳମଗ୍ନ

କାମାକ୍ଷାନଗର, ୧୯।୮(ସୁଧୀର ପରିଡ଼ା): ଦୁଇଦିନ ଧରି ଜାରି ରହିଥିବା ଲଗାଣବର୍ଷାରେ ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ତୁମୁସିଙ୍ଗା ପଞ୍ଚାୟତ ଶ୍ରୀମୂଳା ଗ୍ରାମ ଅରଖବାହାଳି ପୋଖରୀ ବନ୍ଧ ଶୁକ୍ରବାର ଭାଙ୍ଗିଯାଇଛି। ଫଳରେ ୮ ମିଟର ଘାଇ ସୃଷ୍ଟି ହେବା ସହ ଜଳାଶୟ ନିକଟବର୍ତ୍ତୀ ଶତାଧିକ ଏକର ଜମି ଜଳାର୍ଣ୍ଣବ ହୋଇଯାଇଛି। ବ୍ୟାପକ ଧାନ ଚାଷ ନଷ୍ଟ ହୋଇଥିବା ଅଭିଯୋଗ ହୋଇଛି।
ଚାଷୀଙ୍କ କହିବା କଥା, ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆରଇଜିଏସ୍‌) ଅନୁଦାନ ଅର୍ଥରେ ପ୍ରତିବର୍ଷ ଅରଖବାହାଳି ପୋଖରୀର ଉନ୍ନତୀକରଣ ହେଉଛି। ତେବେ ନିମ୍ନମାନର କାମ ଯୋଗୁ ପୋଖରୀ ବନ୍ଧ ଦୁର୍ବଳ ହୋଇଯାଇଥିଲା। ଦୁଇଦିନ ଧରି ଜାରି ରହିଥିବା ଲଗାଣ ବର୍ଷାରେ ପୋଖରୀରେ କ୍ଷମତାଠାରୁ ଅଧିକ ପାଣି ଭର୍ତ୍ତି ହୋଇଯିବାରୁ ବନ୍ଧ ଭାଙ୍ଗିଯାଇଛି। ପାଣି ବିଲରେ ମାଡୁଯିବା ଫଳରେ ଶତାଧିକ ଚାଷୀଙ୍କ ଧାନ ଚାଷ ନଷ୍ଟ ହୋଇଯାଇଛି। ତେଣୁ ତୁରନ୍ତ କ୍ଷୟକ୍ଷତି ଆକଳନ କରି କ୍ଷତିପୂରଣ ଦେବାକୁ ସେମାନେ ଦାବି କରିଛନ୍ତି। କିଛିଦିନ ତଳେ ହୋଇଥିବା ବର୍ଷାରେ ତୁମୁସିଙ୍ଗା ଗ୍ରାମ ପୋଖରୀ ସୁରକ୍ଷା ପାଚେରି ଭାଙ୍ଗିଯାଇଥିଲା। ଏବେ ଅରଖବାହାଳି ପୋଖରୀ ହୁଡ଼ା ଭୁଶୁଡ଼ିଯିବା ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଯୋଜନାର କାର୍ଯ୍ୟକାରିତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ବିଭାଗୀୟ ଅଧିକାରୀ ଏବଂ ଠିକାଦାରଙ୍କ ମଧ୍ୟରେ ମଧୁଚନ୍ଦ୍ରିକା ଯୋଗୁ କୌଣସି କାର୍ଯ୍ୟ ଠିକ୍‌ ଭାବେ ହେଉ ନ ଥିବା କେତେଜଣ ଗ୍ରାମବାସୀ ନାମ ଗୋପନ ରଖି କହିଛନ୍ତି।
ଏ ସମ୍ପର୍କରେ ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଜ୍ୟୋତିଶଙ୍କର ସାହୁ କୁହନ୍ତି, ଗଣମାଧ୍ୟମରୁ ପୋଖରୀ ହୁଡ଼ା ଭାଙ୍ଗିଯାଇଥିବା ସୂଚନା ମିଳିଛି। ବିଡିଓଙ୍କ ଜରିଆରେ ତଦନ୍ତ କରାଯିବ। କ’ଣ ହୋଇଛି ବୁଝିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାର୍ଥିପତ୍ର ଦାଖଲ କଲେ ଅଭିଷେକ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ଅଭିଷେକ ସେଠ୍‌ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି।...

ପୁଅଙ୍କୁ ଭୁଜାଲିରେ ହାଣି ହତ୍ୟାକଲେ ବାପା

ଭଦ୍ରକ,୧ା୫: ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି ଭଦ୍ରକ ଜିଲା ବନ୍ତ ଥାନା ଗୋବିନ୍ଦପୁର ପଞ୍ଚାୟତ ସୁନାଗଡ଼ିଆ ଗାଁରେ। ଘରେ ଖାଉଥିବା ସମୟରେ ସାମାନ୍ୟ...

ଛାନୁଆରେ ଜଘନ୍ୟ ହତ୍ୟାକାଣ୍ଡ: ଟାଓ୍ବାରରେ କାମ କରୁଥିବା ଯୁବକଙ୍କୁ ମାରି ଫିଙ୍ଗି ଦେଲେ

ରୂପସା,୧।୫(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲl ସଦର ବ୍ଲକ ଅନ୍ତର୍ଗତ ଛାନୁଆ ଗ୍ରାମରେ ବୁଧବାର ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଛାନୁଆ ପ୍ରାଥମିକ ବିଦ୍ୟାଳୟ ନିକଟ ରାସ୍ତା ପାର୍ଶ୍ୱରୁୁ...

ନାମାଙ୍କନପତ୍ର ଦାଖଲ କଲେ ରୀତା ସାହୁ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବିଜେଡି ପ୍ରାର୍ଥିନୀ ରୀତା ସାହୁ ବୁଧବାର ତାଙ୍କର ନାମାଙ୍କନପତ୍ର ଦାଖଲ...

ପ୍ରାର୍ଥୀପତ୍ର ଦାଖଲ କଲେ ପ୍ରଦୀପ ପୁରୋହିତ

ବରଗଡ଼,୧।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକ ସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି ।...

ନୟାଗଡ଼ ବଉଳସାହିରେ ଗୋଷ୍ଠୀ ସଂଘର୍ଷ: ବୋମାମାଡ଼-ଗୁଳିମାଡ଼ରେ ୨ ଗୁରୁତର

ନୟାଗଡ଼,୧।୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଇଟାମାଟି ଥାନାର ବଉଳସାହି ଗାଁରେ ବୁଧବାର ଗୋଷ୍ଠୀ ସଂଘର୍ଷ ଘଟିଛି। ବିଜେଡି ଓ ଭାଜପା ସମର୍ଥକଙ୍କ ମଧ୍ୟରେ ବୋମାମାଡ଼ ଏବଂ...

ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ

ଜି.ଉଦୟଗିରି,୧।୫(ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା ଜି. ଉଦୟଗିରି ବିଧାନସଭା ନିର୍ବାଚନମଣ୍ଡଳୀର ବିଜୁ ଜନତା ଦଳର ପ୍ରାର୍ଥୀ ଭାବେ ବର୍ତ୍ତମାନର ବିଧାୟକ ସାଲୁଗା ପ୍ରଧାନ ନାମାଙ୍କନପତ୍ର ଦାଖଲ...

ଖଲ୍ଲିକୋଟ ଆସନ ଲାଗି ବିଜେଡିରୁ ହଟିଲା ସସ୍‌ପେନ୍ସ: ସୂର୍ଯ୍ୟମଣିଙ୍କୁ ମିଳିଲା ଟିକେଟ

ପୁରୁଷୋତ୍ତମପୁର,୧।୫(ସୀମାଞ୍ଚଳ ମିଶ୍ର): ମେ’ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ମାତ୍ର ୨ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri