ଗରିବଙ୍କୁ ଶସ୍ତାରେ ଚିକିତ୍ସା ମିଳୁ: ଧର୍ମେନ୍ଦ୍ର

ଭୁବନେଶ୍ୱର, ୮।୫(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ କରୋନା ସଂକ୍ରମଣ ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ନୂଆଦିଲ୍ଲୀରୁ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ବରଗଡ଼ ଜିଲାର ବିକାଶ ମଲ୍ଟି ସ୍ପେଶିଆଲିଟି ହସ୍ପିଟାଲରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ୧୦୦ଟି ଭେଣ୍ଟିଲେଟର ସହ ଆଇସିୟୁ ବେଡ୍‌ର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଧର୍ମେନ୍ଦ୍ର ଆଗାମୀ କିଛି ମାସ ପର୍ଯ୍ୟନ୍ତ ଉକ୍ତ ହସ୍ପିଟାଲରେ ଗରିବ ଅସହାୟଙ୍କ ପାଇଁ ଶସ୍ତାରେ ଚିକିତ୍ସା ସେବା ଯୋଗାଇଦେବାକୁ ବିକାଶ ଗ୍ରୁପ୍‌ ଅଧ୍ୟକ୍ଷ ମୁରଲୀ କ୍ରିଷ୍ଣାଙ୍କୁ ପରାମର୍ଶ ଦେଇଛନ୍ତି।
ଏହି ଅବସରରେ ଧର୍ମେନ୍ଦ୍ର କହିଛନ୍ତି, ପଶ୍ଚିମ ଓଡ଼ିଶାରେ କୋଭିଡ୍‌-୧୯ ସଂକ୍ରମଣ ଦ୍ରୁତଗତିରେ ବଢ଼ୁଥିବା ପରିପ୍ରେକ୍ଷୀରେ କର୍ପୋରେଟ୍‌ ଅନୁଷ୍ଠାନଗୁଡ଼ିକ ପକ୍ଷରୁ ମେଡିକାଲ ଭିତ୍ତିଭୂମିକୁ ପ୍ରାଥମିକତା ଦିଆଯାଇ ବିଭିନ୍ନ ଜିଲାର ମେଡିକାଲଗୁଡିକରେ ବେଡ୍‌ ସଂଖ୍ୟା ଏବଂ ଆନୁଷଙ୍ଗିକ ସ୍ବାସ୍ଥ୍ୟ ଭିତ୍ତିଭୂମି ବୃଦ୍ଧି କରାଯାଉଛି। କରୋନାର ୨ୟ ଲହରର ମୁକାବିଲା ପାଇଁ ବିକାଶ ମଲ୍ଟି ସ୍ପେଶିଆଲିଟି ହସ୍ପିଟାଲରେ ଇଣ୍ଡିଆନ ଅଏଲର କର୍ପୋରେଟ୍‌ ସାମାଜିକ ଦାୟିତ୍ୱ(ସିଏସ୍‌ଆର୍‌) ପାଣ୍ଠିରୁ ୧୧ କୋଟି ୫୦ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇ ଭେଣ୍ଟିଲେଟର ସହ ଆଇସିୟୁ ବେଡ୍‌ର ବ୍ୟବସ୍ଥା କରାଯାଇଛି। ଇଣ୍ଡିଆନ ଅଏଲ ବରଗଡ଼ର ଦାସରୀ ବୀର ରାଜୁ (ଡିଭିଆର୍‌) ଏବଂ ଗୁନମ ରାମଚନ୍ଦ୍ର ରାଓ ମେମୋରିଆଲ ଟ୍ରଷ୍ଟ (ଜିଆର୍‌ସିଆର୍‌) ସହଯୋଗରେ ୭୦ଟି ଭେଣ୍ଟିଲେଟର ସହିତ ଆଇସିୟୁ ବେଡ୍‌, ୩୦ଟି ଭେଣ୍ଟିଲେଟର ବେଡ୍‌ର ଅପ୍‌ଗ୍ରଡେଶନ କରିବା ସହ ୫୦ ମନିଟର ଏବଂ ୨୦ ସିରିଞ୍ଜ୍‌ ପମ୍ପ ଆନୁଷଙ୍ଗିକ ମେଡ଼ିକାଲ ଉପକରଣର ବ୍ୟବସ୍ଥା କରାଯାଇଛି। ଏହି ଅତ୍ୟାଧୁନିକ ସୁବିଧା ଦ୍ୱାରା ପଶ୍ଚିମ ଓଡ଼ିଶା ତଥା ବରଗଡ଼ର ଲୋକମାନେ ବିଶେଷ ଭାବେ ଉପକୃତ ହୋଇପାରିବେ। ପଶ୍ଚିମ ଓଡ଼ିଶାର ୧୦ ଜିଲା କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବୌଦ୍ଧ, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲାରେ କରୋନର ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ୁଛି। କର୍ପୋରେଟ୍‌ ଅନୁଷ୍ଠାନଗୁଡିକ ଟେଷ୍ଟିଂ ବଢାଇବା, ନିଜ ବ୍ୟବସ୍ଥାରେ ଟିକାକରଣ ସୁବିଧା କରାଇବା, ଭେଣ୍ଟିଲେଟର, ଅମ୍ଳଜାନ ଯୋଗାଣ, ଆଇସିୟୁ ସହ ବେଡ୍‌ ବ୍ୟବସ୍ଥା ତଥା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ମେଡ଼ିକାଲ ଉପକରଣର ଉପଲବ୍ଧତାକୁ ବିକଶିତ କରି ବର୍ତ୍ତମାନ କୋଭିଡ୍‌ ପରିସ୍ଥିତିର ମୁକାବିଲା କରିବା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି। ପଶ୍ଚିମ ଓଡ଼ିଶାରେ କରୋନାକୁ ପ୍ରତିହତ କରିବା ପାଇଁ ସେଲ୍‌ ସହଯୋଗରେ ରାଉରକେଲା ସହରରେ ୬୦୦ଟି ବେଡ୍‌, ସୁନ୍ଦରଗଡ଼ରେ ଏନ୍‌ଟିପିସି ଓ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମରେ ୫୦୦ଟି ବେଡ୍‌, ଝାରସୁଗୁଡ଼ାର ବ୍ରଜରାଜନଗର ଏବଂ ଲଖନପୁର ଅଞ୍ଚଳରେ ଏମ୍‌ସିଏଲ୍‌ ଦ୍ୱାରା ୧୫୦ଟି ଅକ୍ସିଜେନ ସଂଯୁକ୍ତ ବେଡ଼୍‌ ଓ ସମ୍ବଲପୁରରେ ଏମ୍‌ସିଏଲ୍‌ ତରଫରୁ ୧୦୦ଟି ବେଡ୍‌ର ବ୍ୟବସ୍ଥା କରାଯାଉଛି। କର୍ପୋରେଟ୍‌ ଅନୁଷ୍ଠାନଗୁଡ଼ିକ ଦ୍ୱାରା ଆରମ୍ଭ ହେଉଥିବା ଟିକାକରଣ ବ୍ୟବସ୍ଥାରେ ବରଗଡ଼ ଜିଲାକୁ ସାମିଲ କରାଯାଇଛି। ଟିକାକରଣକୁ ତ୍ୱରାନ୍ବିତ କରିବା ପାଇଁ ସରକାରଙ୍କ ବ୍ୟବସ୍ଥା ବ୍ୟତୀତ କର୍ପୋରେଟ୍‌ ଅନୁଷ୍ଠାନଗୁଡ଼ିକ ୧+୧ ଟିକା ଅର୍ଥାତ୍‌ ନିଜ କର୍ମଚାରୀଙ୍କୁ ଟିକା ଦେବା ସହ ଅସହାୟ ଲୋକଙ୍କୁ ଟିକା ଦେବାର ଦାୟିତ୍ୱ ନେବେ ବୋଲି ଧର୍ମେନ୍ଦ୍ର ଆଶାବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri