ମହାନଗରର ଗରିବ ପାଇଲେ ଭୂମି ଅଧିକାର, ୬୫ ହଜାର ପରିବାରକୁ ଜମିପଟ୍ଟା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୮(ଅସମାପିକା ସାହୁ): ଆପଣମାନେ ଖୁସି ତ? ମହାନଗର ନିଗମର ଗରିବ ଲୋକଙ୍କୁ ଭୂମି ଅଧିକାର ପ୍ରମାଣ ପତ୍ର ପ୍ରଦାନ କରବା ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଏହି ପ୍ରଶ୍ନରେ ଆନନ୍ଦ, ଉଲ୍ଲାସ, କରତାଳି ଓ ହୁଳହୁଳିରେ କମ୍ପିଥିଲା କଳିଙ୍ଗ ଷ୍ଟାଡିୟମ। ସୋମବାର କଳିଙ୍ଗ ଷ୍ଟାଡିୟମରେ ୧୦୧୦ ବିଜୁ ଆଦର୍ଶ କଲୋନୀର ଲୋକାର୍ପଣ କରି ମୁଖ୍ୟମନ୍ତ୍ରୀ ୬୫ ହଜାର ପରିବାରଙ୍କୁ ଜମିପଟ୍ଟା ପ୍ରଦାନ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଯେଉଁମାନେ ସହରର ଗଳି କନ୍ଦିରେ ବର୍ଷ ବର୍ଷ ଧରି ରହି ଏହାର ବିକାଶରେ, ଲୋକଙ୍କ ସେବାରେ ନିଜ ଜୀବନ ବିତାଇ ଆସିଛନ୍ତି, ସେ ସହରରେ ସେମାନଙ୍କର ନ ଥିଲା ନିଜର ବୋଲି କହିବାକୁ ଖଣ୍ଡେ ଜାଗା ବା ଘର। ନା ଥିଲା ଅଧିକାର, ନା ସମ୍ମାନ। ଆଜି ଠାରୁ ଏସବୁ ଇତିହାସ। ୫ଟି ମହାନଗରର ଗରିବ ବସ୍ତି ପରିବାରକୁ ମିଳିଲା ଭୂମି ଅଧିକାର ପ୍ରମାଣ ପତ୍ର । ଜାଗା ମିଶନରେ ୬୫ ହଜାର ପରିବାରକୁ ମିଳିଲା ଜମି ଅଧିକାର। ସବୁ ପରିବାରକୁ ଜମି ଅଧିକାର ମିଳିବା ପର୍ଯ୍ୟନ୍ତ ଜାରି ରହିବ ଏ କାର୍ଯ୍ୟକ୍ରମ। ମୁଖ୍ୟମନ୍ତ୍ରୀ ଗରିବ ଲୋକଙ୍କୁ ଦେଇଛନ୍ତି ସେମାନଙ୍କର ହକ, ସେମାନଙ୍କର ଅଧିକାର। ରାଜ୍ୟରେ ଆଉ ରହିବନି ବସ୍ତି। ସବୁ ବସ୍ତି ହେବ ଆଦର୍ଶ କଲୋନୀ। ବିଜୁ ଆଦର୍ଶ କଲୋନୀ।

କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର, କଟକ, ବ୍ରହ୍ମପୁର, ସମ୍ବଲପୁର ଓ ରାଉରକେଲା- ୫ଟି ମହାନଗର ନିଗମର ୬୫ ହଜାର ଗରିବ ପରିବାରକୁ ଭୂମି ଅଧିକାର ପ୍ରମାଣ ପତ୍ର ପ୍ରଦାନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଜାଗା ସହ ଘର କରିବା ପାଇଁ ଆର୍ଥିକ ସହାୟତା ମଧ୍ୟ ଦିଆଯିବ। ଆସନ୍ତା ଅକ୍ଟୋବରରେ ଏହାର ଦ୍ୱିତୀୟ ପର୍ଯ୍ୟାୟ ପ୍ରମାଣ ପତ୍ର ପ୍ରଦାନ କରାଯିବ। ସହରର ସବୁ ଗରିବ ପରିବାରଙ୍କୁ ଭୂମି ଅଧିକାର ମିଳିବା ପର୍ଯ୍ୟନ୍ତ ଏ ଅଭିଯାନ ଜାରି ରହିବ।

ସୂଚନାଯୋଗ୍ୟ, ୨୦୧୮ରୁ ଆରମ୍ଭ ହୋଇଥିବା ଜାଗା ମିଶନ କାର୍ଯ୍ୟକ୍ରମରେ ସହରର ବସ୍ତିଗୁଡିକରେ ରହୁଥିବା ଗରିବ ପରିବାରକୁ ଭୂମି ଅଧିକାର ଦିଆଯାଉଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟର ବିଭିନ୍ନ ସହରର ୧ ଲକ୍ଷ ୭୦ହଜାରରୁ ଅଧିକ ପରିବାରକୁ ଭୂମି ଅଧିକାର ମିଳିଛି। ଆଜିର କାର୍ଯ୍ୟକ୍ରମକୁ ମିଶାଇ ରାଜ୍ୟରେ ୨ ଲକ୍ଷ ୪୦ ହଜାର ପରିବାରକୁ ଭୂମି ଅଧିକାର ମିଳିଲା। ଏହା ସହିତ ୪୦ ହଜାର ପରିବାରକୁ ଘର ତିଆରି ପାଇଁ ସହାୟତା ମଧ୍ୟ ଦିଆଯାଇଛି। ବସ୍ତିମୁକ୍ତ ଓଡିଶା ଗଠନ ଉଦ୍ଦେଶ୍ୟ ନେଇ ଏହିସବୁ ବସ୍ତିକୁ ସମସ୍ତ ପ୍ରକାର ମୌଳିକ ସୁବିଧା ସୁଯୋଗ ଦିଆଯାଇ ଏସବକୁ ବିଜୁ ଆଦର୍ଶ କଲୋନୀରେ ପରିଣତ କରାଯାଉଛି। ବର୍ତ୍ତମାନ ସୁଦ୍ଧା ୬୮ଟି ପୌରାଞ୍ଚଳର ୧୦୧୦ ବସ୍ତିକୁ ବିଜୁ ଆଦର୍ଶ କଲୋନୀରେ ପରିଣତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାମନବମୀରେ ବିରଳ ସଂଯୋଗ, ଏହି ୩ ରାଶିର ଖୋଲିବ ଭାଗ୍ୟ

୨୭ ମାର୍ଚ୍ଚ ୨୦୨୬, ପ୍ରେମ ଏବଂ ସମ୍ପର୍କ ଦୃଷ୍ଟିରୁ ବିଶେଷ ଦିନ ହେବାକୁ ଯାଉଛି । ଆଜି ସାରା ଦେଶରେ ରାମନବମୀ ପାଳନ ହେଉଥିବା ବେଳେ ଅନେକ…

ପ୍ରଭୁ ରାମଙ୍କ ସୂର୍ଯ୍ୟାଭିଷେକ: ଦେଖିବାକୁ ପ୍ରବଳ ଭିଡ଼

ନୂଆଦିଲ୍ଲୀ,୨୭।୩: ରାମ ନବମୀ ଅବସରରେ ଅଯୋଧ୍ୟାରେ ଭକ୍ତଙ୍କ ସୁଅ ଛୁଟିଛି। ସକାଳୁ ସକାଳୁ ପ୍ରଭୁ ରାମଙ୍କୁ ସ୍ନାନ କରାଯାଇଥିଲା ଏବଂ ଆକର୍ଷଣୀୟ ପୋଷାକ ପିନ୍ଧି ସଜ୍ଜିତ କରାଯାଇଥିଲା।…

ଇରାନକୁ ବୋକା ବନାଉଛି ଆମେରିକା? ବୁଝନ୍ତୁ ଟ୍ରମ୍ପଙ୍କ ଡବଲ ଗେମ

ଓ୍ବାଶିଂଟନ,୨୭।୩: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ତୀବ୍ରତର ହେଉଛି। ଏହି ସମୟରେ, ଆମେରିକାର ରଣନୀତି ଉପରେ ନଜର ରଖାଯାଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲଗାତାର…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଜଣାଇ ଏମିତି କହିଦେଲେ ମୁଖ୍ୟମନ୍ତ୍ରୀ: ଗୁଜବ ଉପରେ…

ଭୁବନେଶ୍ୱର,୨୭।୩: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ୍ସସାଇଜ ଡ୍ୟୁଟି ହ୍ରାସ ପାଇଁ ଧନ୍ୟବାଦ ଜଣାଇଛନ୍ତି। ଏହି ନିଷ୍ପତ୍ତି ଲୋକଙ୍କୁ ଆଶ୍ୱସ୍ତି ଦେବ।…

ଆମକୁ କତାର ଭାବନ୍ତୁ ନାହିଁ, କାହିଁକି ଇସ୍ରାଏଲକୁ ଧମକାଇଲା ପାକିସ୍ତାନ? କହିଲା…

ଇସଲାମାବାଦ,୨୭।୩: ଇରାନ ଯୁଦ୍ଧ ମଧ୍ୟରେ, ପାକିସ୍ତାନ ଆମେରିକାର ମିତ୍ର ଇସ୍ରାଏଲକୁ ଧମକ ଦେଇଛି। ପାକିସ୍ତାନ ସ୍ପଷ୍ଟ ଭାବରେ ଚେତାବନୀ ଦେଇଛି ଯେ ଏହା କତାର ନୁହେଁ ଯେ…

ଭୁବନେଶ୍ୱରରେ ଚିକିତ୍ସିତ ହେଉଛନ୍ତି ବୈକୁଣ୍ଠ, ଘରେ ପୁଅ,ବୋହୂଙ୍କୁ ବାଡ଼େଇ…

ନୟାଗଡ଼,୨୭।୩(ଲୋକନାଥ ମିଶ୍ର): ନୟାଗଡ଼ ସଦର ବଲଭଦ୍ରପୁର ଗାଁର ବୈକୁଣ୍ଠ ସାହୁଙ୍କ ଘରୁ ଗୁରୁବାର ରାତିରେ ଚୋରି ହୋଇଛି। ଚୋରମାନେ ଗ୍ରୀଲ ଓ କବାଟ ଭାଙ୍ଗି ୭ ଲକ୍ଷରୁ…

୧୦ ଲକ୍ଷ ଟଙ୍କିଆ ଚେକ୍‌ ବାଣ୍ଟିଲେ ହାର୍ଦ୍ଦିକ ପାଣ୍ଡ୍ୟା: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୭।୩: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା କେବଳ ତାଙ୍କ ଖେଳ ପାଇଁ ନୁହେଁ ବରଂ ତାଙ୍କ ବିଳାଶପୂର୍ଣ୍ଣ ଜୀବନଶୈଳୀ ପାଇଁ ମଧ୍ୟ ଜଣାଶୁଣା।…

ମଧ୍ୟ ପ୍ରାଚ୍ୟ ଯୁଦ୍ଧ ମଧ୍ୟରେ କାହିଁକି ମୋଦିଙ୍କୁ ପ୍ରଶଂସା କଲେ ଟ୍ରମ୍ପ? କହିଲେ ଆମେ ଦୁହେଁ…

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ଭାରତ ଏବଂ ଆମେରିକା ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ସୁଦୃଢ଼ ହେବା ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri