ପାରାଦୀପ ବନ୍ଦର ନାମ ବଦଳିଲା

ପାରାଦୀପ,୨୯ା୩(ସ୍ବ.ପ୍ର.):ଓଡ଼ିଶାର ଏକମାତ୍ର ସରକାରୀ ବୃହତ୍‌ ବନ୍ଦର ପାରାଦୀପର ନାମ ସୋମବାର ପରିବର୍ତ୍ତନ କରାଯାଇଛି। ପୂର୍ବରୁ ପାରାଦୀପ ପୋର୍ଟ ଟ୍ରଷ୍ଟ (ପିପିଟି)ଥିବା ବେଳେ ଏବେ ପାରାଦୀପ ପୋର୍ଟ ଅଥରିଟି (ପିପିଏ) ରଖାଯାଇଛି। ଏ ନେଇ ସୋମବାର ପାରାଦୀପ ବନ୍ଦର ପ୍ରଶାସନ ପକ୍ଷରୁ ନୂତନ ସର୍କୁଲାର ଜାରି କରାଯାଇଛି। କେନ୍ଦ୍ର ସରକାର ପୂର୍ବରୁ ଥିବା ମେଜର ପୋର୍ଟ ଆଇନ ୧୯୬୩କୁ ବଦଳାଇ ଏବେ ମେଜର ପୋର୍ଟ ଅଥରିଟି (ଏମ୍‌ପିଏ)ଆଇନ ୨୦୨୧ ଲାଗୁ କରିଛନ୍ତି। ଏସମ୍ପର୍କରେ ବନ୍ଦର ପ୍ରଶାସନିକ ଭବନରେ ବୋର୍ଡ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ବନ୍ଦର ଅଧ୍ୟକ୍ଷ ପି.ଏଲ୍‌ ହାରାନ୍ଧ ଯୋଗଦେଇ ଏମ୍‌ପିଏ ଆଇନ ଧାରା ୩ ପ୍ରାଧିକରଣ ଅନୁସାରେ ନାମ ପରିବର୍ତ୍ତନ ପାଇଁ ପ୍ରସ୍ତାବ ରଖିଥିଲେ। ପରେ ବୋର୍ଡ ପକ୍ଷରୁ ନୂତନ ନାମକୁ ମଞ୍ଜୁରୀ ମିଳିଥିଲା। ପରିବର୍ତ୍ତିତ ନାମକୁ ସ୍ବୀକୃତି ମିଳିବା ପରେ ବନ୍ଦର ସଚିବ ପି.ଏନ୍‌ ବେହେକର ସମସ୍ତ ବିଭାଗୀୟ ମୁଖ୍ୟ ଓ ବ୍ୟବହାରକାରୀ ସଂସ୍ଥାଗୁଡ଼ିକୁ ଏସମ୍ପର୍କରେ ବିଜ୍ଞପ୍ତି ଜାରି କରିବା ସହ ନୂତନ ଲୋଗୋ ସାର୍ବଜନୀନ କରିଥିଲେ। ପାରାଦୀପ ବନ୍ଦର ସମେତ ଦେଶର ଅନ୍ୟ ବୃହତ୍‌ ବନ୍ଦରଗୁଡ଼ିକୁ ଘରୋଇକରଣ କରିବା ବିରୋଧରେ ଦେଶବ୍ୟାପୀ କେନ୍ଦ୍ରୀୟ ସଂଗଠନ ଗୁଡ଼ିକ ପକ୍ଷରୁ ସୋମବାରଠାରୁ ୨ ଦିନିଆ ଧର୍ମଘଟ ଜାରି ରହିଛି। ଏହି ସମୟରେ ପାରାଦୀପ ବନ୍ଦର ନାମ ପରିବର୍ତ୍ତନ କରିବା ବିଷୟକୁ ନେଇ ଶ୍ରମିକ ନେତା ବିଭୂତି ମହାରଣା, ଅନନ୍ତ ଦାସ, ନୃସିଂହ ପ୍ରସାଦ ଶତପଥୀ ପ୍ରମୁଖ କ୍ଷୋଭ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ

ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା।…

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri