ବିଶ୍ୱସ୍ତରୀୟ ହେବ ପାରାଦୀପ ବନ୍ଦର

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ଦୀର୍ଘମିଆଦୀ ବନ୍ଦର ଭିତ୍ତିଭୂମି ଯୋଜନାର ସ୍ବତନ୍ତ୍ର ଖସଡ଼ା ପ୍ରସ୍ତୁତ କରିଛି। ଏହି ଯୋଜନାରେ ପାରାଦୀପ ବନ୍ଦର ବିକାଶ ପ୍ରକଳ୍ପ ସ୍ଥାନ ପାଇଛି। ବିଶ୍ୱସ୍ତରୀୟ ସହ ବୃହତ୍‌ ଜାହାଜ ପରିଚାଳନାଗତ ସାମର୍ଥ୍ୟ ବୃଦ୍ଧି ଲକ୍ଷ୍ୟ ରଖି ପାରାଦୀପ ବନ୍ଦରର ପୋତାଶ୍ରୟକୁ ଗଭୀର କରାଯିବ। ଏଥିସହ ନିର୍ମାଣାଧୀନ ପଶ୍ଚିମ ଡକ୍‌ର ବିକାଶ ସରକାରୀ ଓ ଘରୋଇ ଭାଗୀଦାରିତା (ପିପିପି) ମୋଡ୍‌ରେ କରାଯିବ। ଏହି ପ୍ରକଳ୍ପ ବାବଦରେ ୩୦୦୪. ୬୩ କୋଟି ଟଙ୍କା ଖର୍ଚ୍ଚ ହେବ। ଏଥିରେ ନୂତନ ପଶ୍ଚିମ ଡକ୍‌ର ବି.ଓ.ଟି. ଭିତ୍ତିକ ବିକାଶ ଓ କେତେକ ନିର୍ଦ୍ଦିଷ୍ଟ ସ୍ଥାନର ଡ୍ରେଜିଂ ପାଇଁ ଯଥାକ୍ରମେ ୨,୦୪୦ କୋଟି ଓ ୩୫୨,୧୩ କୋଟି ଟଙ୍କା ବ୍ୟୟ କରାଯିବ। ଅନ୍ୟାନ୍ୟ ସହକାରୀ ପ୍ରକଳ୍ପ ଭିତ୍ତିଭୂମି ବିକାଶ ବାବଦକୁ ପାରାଦୀପ ବନ୍ଦର ପକ୍ଷରୁ ୬୧୨.୫୦କୋଟି ଟଙ୍କା ଖର୍ଚ୍ଚ କରାଯିବ ବୋଲି ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏହି ପ୍ରକଳ୍ପର ସଫଳତା ପାରାଦୀପକୁ ଏକ ବୃହତ୍‌ ବନ୍ଦରର ମାନ୍ୟତା ଦେବ ବୋଲି କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ବିକାଶ ମନ୍ତ୍ରୀ ସର୍ବାନନ୍ଦ ସୋନୋୱାଲ କହିଛନ୍ତି। ସେ କହିଛନ୍ତି, ପ୍ରକଳ୍ପ କାର୍ଯ୍ୟ ସରିଲେ ବନ୍ଦରର ସାମର୍ଥ୍ୟ ବୃଦ୍ଧି ହେବା ସହ ବୃହତ୍‌ ଜାହାଜ ମାଲ ପରିବହନ ସୁରୁଖୁରୁରେ କରିପାରିବ ଓ ବର୍ତ୍ତମାନର ସାମର୍ଥ୍ୟଠାରୁ ଆହୁରି ଅଧିକ ବାର୍ଷିକ ୨୫ ନିୟୁତ ମେଟ୍ରିକ ଟନ୍‌ ବୃଦ୍ଧି ପାଇବ। ବନ୍ଦରର ଦକ୍ଷତା ବୃଦ୍ଧି ସହ ପଣ୍ୟ କାରବାର, ସାମାଜିକ-ଆର୍ଥିକ ଅଭିବୃଦ୍ଧି ସାଙ୍ଗକୁ କର୍ମନିଯୁକ୍ତି ମଧ୍ୟ ବୃଦ୍ଧି ପାଇବ। ଏଥିସହିତ ବନ୍ଦରର ଭିଡ଼ ହ୍ରାସ ସାଙ୍ଗକୁ ସାମୁଦ୍ରିକ ଦେୟ ହ୍ରାସ ପାଇବା ଫଳରେ କୋଇଲା ଆମଦାନୀ ମଧ୍ୟ ଶସ୍ତା ହେବ। ବର୍ତ୍ତମାନର ପ୍ରତିଯୋଗିତାମୂଳକ ବୈଶ୍ୱିକ ବାତାବରଣରେ ଆମଦାନୀ-ରପ୍ତାନି କାରବାର ସହଜ ହେବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri