Posted inଖେଳ

ତୃତୀୟ, ଚତୁର୍ଥ ଟେଷ୍ଟ ଭେନ୍ୟୁ ଅଦଳବଦଳ ସମ୍ଭାବନା

ଆଡିଲେଡ୍‌,୨୧।୧୨(ପି.ଟି.): ସିଡ୍‌ନୀରେ କୋଭିଡ୍‌-୧୯ ମହାମାରୀ ପ୍ରକୋପ ଦେଖିବାକୁ ମିଳିଛି। କରୋନା ସଂକ୍ରମଣ ବୃଦ୍ଧି ଘଟିଛି। ଫଳରେ ତୃତୀୟ ଓ ଚତୁର୍ଥ ଟେଷ୍ଟର ଭେନ୍ୟୁରେ ଅଦଳବଦଳ କରିବାକୁ ଅଷ୍ଟ୍ରେଲିଆ ବିଚାର କରୁଛି। ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡ (ଏସ୍‌ସିଜି)ରେ ତୃତୀୟ ଓ ବ୍ରିସ୍‌ବେନର ଗାବା ଷ୍ଟାଡିୟମରେ ଚତୁର୍ଥ ତଥା ଅନ୍ତିମ ଟେଷ୍ଟ ଯଥାକ୍ରମେ ଜାନୁୟାରୀ ୭ ଓ ୧୫ ତାରିଖରୁ ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି। ତେବେ କୋଭିଡ୍‌-୧୯ କାରଣରୁ ଚତୁର୍ଥ ଟେଷ୍ଟ ସିଡ୍‌ନୀରେ ଓ ତୃତୀୟ ଟେଷ୍ଟ ବ୍ରିସ୍‌ବେନ୍‌ରେ ଆୟୋଜନ କରିବାକୁ ସିଏ ବିଚାର କରୁଛି ବୋଲି ରିପୋର୍ଟ ପ୍ରକାଶ ପାଇଛି। ତେବେ ପୂର୍ବନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ସିଡ୍‌ନୀରେ ତୃତୀୟ ଟେଷ୍ଟ ଆୟୋଜନକୁ ଆମେ ପ୍ରାଥମିକତା ଦେବୁ ଓ ଏ ନେଇ ଆମେ ଆଶାବାଦୀ ଅଛୁ ବୋଲି ସିଏ ମଧ୍ୟବର୍ତ୍ତୀକାଳୀନ ଅଧ୍ୟକ୍ଷ ହୋକ୍‌ଲି କହିଛନ୍ତି।
ସିଡ୍‌ନୀରେ କରୋନା ମାମଲା ବୃଦ୍ଧି ପାଉଥିବାରୁ ସିଏ ତା’ର ଅଧିକାରୀମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛି। ଏଠାରେ କରୋନା ମାମଲା ୭୧କୁ ବୃଦ୍ଧି ପାଇଛି। ଅବଶ୍ୟ କରୋନା ସଂକ୍ରମଣକୁ ରୋକିବା ପାଇଁ ନ୍ୟୁ ସାଉଥ୍‌ଓ୍ବେଲ୍ସ ସରକାର କେତେକ କଡ଼ା ପଦକ୍ଷେପ ଗ୍ରହଣ କରୁଛନ୍ତି ଓ ବିଭିନ୍ନ କଟକଣା ଜାରି କରିଛନ୍ତି। କାର୍ଯ୍ୟସୂଚୀରେ ଆମେ କୌଣସି ପରିବର୍ତ୍ତନ କରିନାହୁଁ ହୋକ୍‌ଲି କହିଛନ୍ତି। ଜାନୁୟାରୀ ୨୬ରେ ମେଲବୋର୍ନରେ ବକ୍ସିଂ ଡେ ଟେଷ୍ଟ ଆରମ୍ଭ ହେବ। ସିଡ୍‌ନୀରେ କରୋନାର ବର୍ଦ୍ଧିତ ମାମଲା ପ୍ରସାରଣକାରୀ ସଂସ୍ଥାଗୁଡିକୁ ପ୍ରଭାବିତ କରିବାର ଆଶଙ୍କା ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

ଇଣ୍ଡିଆନ ୟୁନିଭର୍ସିଟିଜ୍‌ ରଗ୍‌ବୀ, ଚେସ୍‌ ଦଳ ଘୋଷିତ

ଭୁବନେଶ୍ୱର, ୨୪।୪(ତପନ ସ୍ବାଇଁ): ଫ୍ରାନ୍ସର ଏକ୍ସେନ-ପ୍ରୋଭିନ୍ସରେ ୨୦୨୪ ଓ୍ବାଲର୍‌ଡ ୟୁନିସର୍ଭିଟି ରଗ୍‌ବୀ ସେଭେନ୍ସ ଚାମ୍ପିୟନଶିପ୍‌ ଜୁନ୍‌ ୧୦ରୁ ୧୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ସେହିପରି ଉଗାଣ୍ଡାର...

Video: ଆଉଟ୍‌ ଦେଇଥିବା ଅମ୍ପାୟାରଙ୍କଠାରୁ ‘ପ୍ରତିଶୋଧ’ ନେଲେ ବିରାଟ, ସର୍ବସମ୍ମୁଖରେ କଲେ ଏଭଳି…

ନୂଆଦିଲ୍ଲୀ,୨୩।୪: ବିରାଟ କୋହଲି କ୍ରିକେଟ ମଇଦାନରେ ନିଜର କ୍ରୋଧକୁ ନେଇ ପରିଚିତ। ଖେଳ ସମୟରେ ନିଜ ବିରୋଧୀ ଟିମ୍‌ର ମୁହଁ ଏବଂ ବ୍ୟାଟ୍‌ ଉଭୟର ଉଚିତ...

‘ପନ୍ତଙ୍କୁ ଚୟନ କରା ନ ଗଲେ ଭାରତ ମ୍ୟାଚ୍‌ରେ ପ୍ରଭାବ ପଡ଼ିବ’ 

ନୂଆଦିଲ୍ଲୀ,୨୩।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆର ଚୟନ ଚଳିତ ମାସ ଶେଷ ଆଡ଼କୁ ହୋଇପାରେ। ଦଳରେ ଅନେକ ଖେଳାଳିଙ୍କୁ ଚୟନ କରିବାକୁ ନେଇ ଏଯାଏ...

ହେଲା ବଡ଼ ଖୁଲାସା, ଏହି ଗୋଟିଏ ଭୁଲ୍‌ ପାଇଁ ଆର୍‌ସିବିରେ ନାହାନ୍ତି ଚହଲ…

ନୂଆଦିଲ୍ଲୀ,୨୩।୪: ଯୁଜବେନ୍ଦ୍ର ଚହଲଙ୍କୁ ଦଳରେ ନ ରଖିବାର ନିଷ୍ପତ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)କୁ ଅବଶୋଷ ରହିବ। କିଛି ଏଭଳି ପ୍ରତିକ୍ରିୟା ରଖିଛନ୍ତି ଫ୍ରାଞ୍ଚାଇଜ୍‌ର ପୂର୍ବ କ୍ରିକେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri