Posted inଖେଳ

ୟୁଏଇରେ ଆଇପିଏଲ୍‌ ସମ୍ଭାବନା

ନୂଆଦିଲ୍ଲୀ, ୨୧ା୭ (ପି.ଟି.)- ଚଳିତ ବର୍ଷର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ରେ ଆୟୋଜନ ସମ୍ଭାବନା ଅଧିକ ବୋଲି କହିଛନ୍ତି ଏହି ଟି୨୦ ଟୁର୍ନାମେଣ୍ଟର ଗଭର୍ନିଂ କାଉନ୍‌ସିଲ ଚେୟାରମ୍ୟାନ ବ୍ରିଜେଶ ପଟେଲ। ଏକ ସପ୍ତାହରୁ ୧୦ ଦିନ ମଧ୍ୟରେ ଗଭର୍ନିଂ କାଉନ୍‌ସିଲ ବୈଠକ ବସିବ। ଏଥିରେ ଆଇପିଏଲ ପାଇଁ ଯୋଜନା ପ୍ରସ୍ତୁତ କରାଯିବ। କୋଭିଡ୍‌-୧୯ ମହାମାରୀ ଯୋଗୁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ସୋମବାର ଅଷ୍ଟ୍ରେଲିଆରେ ଅକ୍ଟୋବର-ନଭେମ୍ବରରେ ହେବାକୁଥିବା ଟି୨୦ ବିଶ୍ୱକପ୍‌କୁ ସ୍ଥଗିତ ରଖିବା ଲାଗି ନିଷ୍ପତ୍ତି ନେଇଛି। ପଟେଲ କହିଛନ୍ତି, ବର୍ତ୍ତମାନ ଯାହା ଯୋଜନା ରହିଛି ୬୦ଟି ଗେମ୍‌ ସହ ଆଇପିଏଲ ପୂରାମାତ୍ରାରେ ଆୟୋଜନ କାର୍ଯ୍ୟକ୍ରମ ରହିଛି। ସାକ୍ଷାତ୍‌କାର ବେଳେ ସେ କହିଛନ୍ତି, ବର୍ତ୍ତମାନ ପରିସ୍ଥିତିରେ କୌଣସି ଇଭେଣ୍ଟ ଆୟୋଜନ କରିବା ନିହାତି ଏକ ବଡ଼ ଚ୍ୟାଲେଞ୍ଜ। ହେଲେ ନିଜ ଦେଶ ହେଉ ଅବା ବିଦେଶରେ ବିନା ଦର୍ଶକରେ ଟୁର୍ନାମେଣ୍ଟ ଆୟୋଜନ କରିବା ସେତେଟା ସମସ୍ୟା ରହିବ ନାହିଁ। ଏପରିକି ଆଇସିସିର ଘୋଷଣା ପୂର୍ବରୁ ଫ୍ରାଞ୍ଚାଇଜ୍‌ଗୁଡ଼ିକ ଆଇପିଏଲ ପାଇଁ ସେମାନଙ୍କ ଯୋଜନା ଅନୁସାରେ କାର୍ଯ୍ୟ ଆରମ୍ଭ କରିସାରିଛନ୍ତି। ମହାମାରୀ ଯୋଗୁ ଅଧିକାଂଶ ଭାରତୀୟ ଖେଳାଳି ପଡ଼ିଆର ସୁବିଧା ପାଉ ନାହାଁନ୍ତି। ମ୍ୟାଚ୍‌ ଲାଗି ପ୍ରସ୍ତୁତି ସକାଶେ ସେମାନଙ୍କୁ ଅତି କମ୍‌ରେ ୩ରୁ ୪ ସପ୍ତାହ ସମୟ ଦରକାର। ବିଦେଶୀ ଖେଳାଳିମାନେ ସେମାନଙ୍କ ଦେଶରୁ ସିଧାସଳଖ ଯାଇ ୟୁଏଇରେ ପହଞ୍ଚତ୍ବେ। ବିସିସିଆଇ ତାରିଖ ଧାର୍ଯ୍ୟ କରିବା ପରେ ଆମେ ଆମର ସମସ୍ତ ଯୋଜନା ଚୂଡ଼ାନ୍ତ କରିବୁ ବୋଲି ପଟେଲ କହିଛନ୍ତି। ଅନ୍ୟପକ୍ଷରେ ଆଇପିଏଲ ପରେ ୪ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବା ଲାଗି ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଭାରତ। ଏଥିପାଇଁ ଟେଷ୍ଟ ଖେଳାଳିଙ୍କ ଟ୍ରେନିଂ ମଧ୍ୟ ଗୁରୁତ୍ୱପୂର୍ଣ୍ଣ। ଟେଷ୍ଟ ସ୍ପେଶାଲିଷ୍ଟ ଚେତେଶ୍ୱର ପୂଜାରା ଓ ହନୁମା ବିହାରୀଙ୍କ ଭଳି ଖେଳାଳି ଆଇପିଏଲ୍‌ରେ ଭାଗ ନେବେ ନାହିଁ। ଆଇପିଏଲ୍‌ ବେଳେ ସିରିଜ ପାଇଁ ସେମାନେ ନବୀକରଣ କରାଯାଇଥିବା ଅହମ୍ମଦାବାଦର ମୋଟେରା ଷ୍ଟାଡିୟମରେ ଜୈବ ସୁରକ୍ଷିତ ପରିବେଶ ମଧ୍ୟରେ ଟ୍ରେନିଂ ନେବେ। ଭାରତୀୟ ଟିମ୍‌ର ସପୋର୍ଟ ଷ୍ଟାଫ୍‌ଙ୍କ ସହ ଆଇ କେତେଜଣ ଖେଳାଳି ମୋଟେରାରେ ସେମାନଙ୍କ ସହିତ ଟ୍ରେନିଂ ନେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

Video: ଆଉଟ୍‌ ଦେଇଥିବା ଅମ୍ପାୟାରଙ୍କଠାରୁ ‘ପ୍ରତିଶୋଧ’ ନେଲେ ବିରାଟ, ସର୍ବସମ୍ମୁଖରେ କଲେ ଏଭଳି…

ନୂଆଦିଲ୍ଲୀ,୨୩।୪: ବିରାଟ କୋହଲି କ୍ରିକେଟ ମଇଦାନରେ ନିଜର କ୍ରୋଧକୁ ନେଇ ପରିଚିତ। ଖେଳ ସମୟରେ ନିଜ ବିରୋଧୀ ଟିମ୍‌ର ମୁହଁ ଏବଂ ବ୍ୟାଟ୍‌ ଉଭୟର ଉଚିତ...

‘ପନ୍ତଙ୍କୁ ଚୟନ କରା ନ ଗଲେ ଭାରତ ମ୍ୟାଚ୍‌ରେ ପ୍ରଭାବ ପଡ଼ିବ’ 

ନୂଆଦିଲ୍ଲୀ,୨୩।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆର ଚୟନ ଚଳିତ ମାସ ଶେଷ ଆଡ଼କୁ ହୋଇପାରେ। ଦଳରେ ଅନେକ ଖେଳାଳିଙ୍କୁ ଚୟନ କରିବାକୁ ନେଇ ଏଯାଏ...

ହେଲା ବଡ଼ ଖୁଲାସା, ଏହି ଗୋଟିଏ ଭୁଲ୍‌ ପାଇଁ ଆର୍‌ସିବିରେ ନାହାନ୍ତି ଚହଲ…

ନୂଆଦିଲ୍ଲୀ,୨୩।୪: ଯୁଜବେନ୍ଦ୍ର ଚହଲଙ୍କୁ ଦଳରେ ନ ରଖିବାର ନିଷ୍ପତ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)କୁ ଅବଶୋଷ ରହିବ। କିଛି ଏଭଳି ପ୍ରତିକ୍ରିୟା ରଖିଛନ୍ତି ଫ୍ରାଞ୍ଚାଇଜ୍‌ର ପୂର୍ବ କ୍ରିକେଟ...

ଇତିହାସ ରଚିଲେ ଚହଲ: ଆଇପିଏଲ୍‌ରେ ଏମିତି କାରନାମା କରିବାରେ ପ୍ରଥମ ବୋଲର

ନୂଆଦିଲ୍ଲୀ,୨୩।୪: ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ୟୁଜବେନ୍ଦ୍ର ଚହଲ ତାଙ୍କ ଆଇପିଏଲ କ୍ୟାରିୟରରେ ୨୦୦ ଉଇକେଟ ପୂରଣ କରିଛନ୍ତି। ମୁମ୍ବାଇ...

ଅରେଞ୍ଜ କ୍ୟାପ୍‌ ଉପରେ କୋହଲଙ୍କ କବ୍‌ଜା: ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ରୋଚକ

ନୂଆଦିଲ୍ଲୀ,୨୩।୪: ବ୍ୟାଟ୍ସମ୍ୟାନ ଭାବରେ ବିରାଟ କୋହଲିଙ୍କ ଆଭିମୁଖ୍ୟ ଆଇପିଏଲ ୨୦୨୪ ରେ ଜାରି ରହିଛି। ବିରାଟ କୋହଲି ୮ଟି ମ୍ୟାଚରେ ହାରାହାରି ୬୩.୧୭ରେ ୩୭୯ ରନ...

ହଠାତ୍‌ ପଡ଼ିଆ ମଝିରେ ବିପକ୍ଷ ବ୍ୟାଟ୍ସମ୍ୟାନଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା: ଜାଣନ୍ତୁ କାହିଁକି

ମୁମ୍ବାଇ,୨୩।୪: ରାଜସ୍ଥାନ ରୟାଲ୍ସର ଓପନର୍‌ ଯଶସ୍ବୀ ଜୟସ୍ବାଲ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୬୦ ବଲରେ ୧୦୪ ରନର ଅପରାଜିତ ଇନିଂସ ଖେଳିଥିଲେ। ସେ ତାଙ୍କ ଇନିଂସରେ...

ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ

ଭୁବନେଶ୍ୱର,୨୩।୪: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ବା ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ ଭାବେ ବିଶ୍ୱଜିତ ବିଶ୍ୱାଳ ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା...

‘ଗୁକେଶ ଭବିଷ୍ୟତର ବିଶ୍ୱ ଚାମ୍ପିୟନ’

ନୂଆଦିଲ୍ଲୀ, ୨୪ା୪(ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଜିତି ଭାରତର ଡି. ଗୁକେଶ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କେବଳ ଚେସ୍‌ ନୁହେଁ ସବୁ ମହଲରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri