ଆସିଲା ସାମ୍ବାଦିକା ମଧୁମିତାଙ୍କ ପୋଷ୍ଟମର୍ଟମ ରିପୋର୍ଟ, ଏଥିରେ ରହିଛି…

ଭୁବନେଶ୍ୱର,୨୯।୭: ସାମ୍ବାଦିକା ମଧୁମିତା ପରିଡ଼ାଙ୍କ ପୋଷ୍ଟମର୍ଟମ ରିପୋର୍ଟ ସୋମବାର ଆସିଛି। ମଧୁମିତାଙ୍କ ଦେହରେ ଏକାଧିକ କ୍ଷତ ଥିବା ପୋଷ୍ଟମର୍ଟମ ରିପୋର୍ଟରେ ଉଲ୍ଲେଖ ଅଛି । ଟ୍ରେନ ଆଗକୁ ଡେଇଁବା ପରେ ସେ ଘୋଷାଡ଼ି ହୋଇ କିଛି ସମୟ ବଞ୍ଚିଥିଲେ । ଏକାଧିକ କ୍ଷତ ଯୋଗୁ ମଧୁମିତାଙ୍କ ମୃତ୍ୟୁ ହୋଇଥିବା ରିପୋର୍ଟରେ ଉଲ୍ଲେଖ ରହିଛି।

ରାଜଧାନୀରେ ସାମ୍ବାଦିକା ମଧୁମିତା ପରିଡ଼ାଙ୍କ ଆତ୍ମହତ୍ୟା ଖବର ଚର୍ଚ୍ଚାର ବିଷୟ ପାଲଟିଛି। ବୁଧବାର ରାତିରେ ସେ ଟେନ୍‌ ସମ୍ମୁଖକୁ ଡେଇଁ ଆତ୍ମହତ୍ୟା କରିବା ପୂର୍ବରୁ ସେ ମା’ଙ୍କୁ ଭେଟିଥିଲେ। ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ ପରେ ଘରକୁ ମୁହଁରେ ଓଢ଼ଣା ବାନ୍ଧି ଘରକୁ ଯାଇଥିଲେ। ସେଠାରେ ମା’ଙ୍କୁ ଭେଟି ଫେରିବା ପରେ ଟ୍ରେନ୍‌ ଆଗକୁ ଡେଇଁଥିବା ସୂଚନା ମିଳିଛି।

ପ୍ରକାଶ ଯେ, ମଧୁମିତା ୫ ମାସ ପୂର୍ବେ ପ୍ରେମ ବିବାହ କରିଥିଲେ। ହେଲେ କିଛି ଦିନ ତଳେ ସେ ସ୍ବାମୀଙ୍କ ପରକୀୟା ପ୍ରୀତି ବିଷୟରେ ଜାଣିବାକୁ ପାଇଥିଲେ। ଏହାକୁ ନେଇ ସ୍ବାମୀସ୍ତ୍ରୀଙ୍କ ମଧ୍ୟରେ ଝଗଡ଼ା ହେଉଥିଲା। ଏପରିକି ସେ ଥରେ ଫିନାଇଲ ପିଇ ଆତ୍ମହତ୍ୟା କରିବାକୁ ଚେଷ୍ଟା କରିଥିଲେ। ହେଲେ ତାଙ୍କୁ ଡାକ୍ତରଖାନା ନିଆଯିବାପରେ ସେ ସୁସ୍ଥ ହୋଇ ଘରକୁ ଫେରିଥିଲେ। ଦ୍ୱିତୀୟ ଥର ଲାଗି ସେ ଆତ୍ମହତ୍ୟା କରିବାକୁ ମନସ୍ଥ କରି ଏଭଳି ଚରମ ନିଷ୍ପତ୍ତି ନେଇଥିବା କୁହାଯାଉଛି। ପୋଲିସ ଘଟଣାର ତଦନ୍ତ କରୁଥିବା ବେଳେ ଅଭିଯୁକ୍ତ ସ୍ବାମୀଙ୍କୁ ଗିରଫ କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଦିନକ ପରେ ସାବିତ୍ରୀ, ଜମୁଛି ଆମ୍ବ-ପଣସ ଆସର

ଗଞ୍ଜାମ,୧୪।୫(ବିଦ୍ୟାଧର ସାହୁ): ଦିନକ ପରେ ଅର୍ଥାତ ଶନିବାର ସମଗ୍ର ରାଜ୍ୟରେ ପାଳିତ ହେବ ସାବିତ୍ରୀ ଅମାବାସ୍ୟା l କେଉଁ ଆବାହନ କାଳରୁ ବାପାମା’ ଝିଅ ପାଇଁ ଭାର…

LPG-କ୍ଷୀର ପରେ ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା, ଏହି ଜିନିଷର ବଢିଗଲା ଦାମ୍‌…

ନୂଆଦିଲ୍ଲୀ,୧୪।୫: ଏଲପିଜି ଗ୍ୟାସ ସିଲିଣ୍ଡର, ଅମୂଲ ଏବଂ ମଦର ଡେରୀ କ୍ଷୀରର ମୂଲ୍ୟ ବୃଦ୍ଧି ପରେ, ସାଧାରଣ ଲୋକଙ୍କୁ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ପ୍ରକୃତରେ,…

ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ: ନିଲମ କଲେଜ ଟପ୍ପର

ଲୋଇସିଂହା,୧୪।୫(ସୁଶାନ୍ତ ବାରୁକ): ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ବଲାଙ୍ଗୀର ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମ ତଥା ବଲାଙ୍ଗୀର ଜେଆଇଟିମ କଲେଜ କଳା ବିଭାଗ…

ପେଟ୍ରୋଲ ଅଭାବ ଭିତରେ ଭୁବନେଶ୍ୱରରେ ବଦଳିଲା ତେଲଦର! ଜାଣନ୍ତୁ କ’ଣ ହୋଇଛି ପରିବର୍ତ୍ତନ

ନୂଆଦିଲ୍ଲୀ,୧୪।୫: ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି କରାଯାଇଛି । ପ୍ରମୁଖ ସହର ଗୁଡିକରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ପରିବର୍ତ୍ତନ ହୋଇଛି ।…

୨୦ରେ ରାଜ୍ୟ କ୍ୟାବିନେଟ୍‌: ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୧୪ା୫(ରବିନାରାୟଣ ଜେନା):ଓଡ଼ିଶାର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ମେ’ ୨୦ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ଅପରାହ୍ନ…

କେନ୍ଦୁପତ୍ର ବୋଝେଇ ପିକଅପ୍‌ ଜବତ, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ରିଆମାଳ, ୧୪୫(ବଦ୍ରିନାରାୟଣ ଅଗ୍ରୱାଲା):ଦେବଗଡ଼ ଜିଲା ରିଆମାଳ ବ୍ଲକ କୁଣ୍ଢେଇଗୋଳା ଥାନା କରଲଗା ଜିରୋ ପଏଣ୍ଟଠାରେ ଏକ କେନ୍ଦୁପତ୍ର ବୋଝେଇ ପିକଅପ ଜବତ ହେବା ସହ ଦୁଇ ଜଣକୁ…

ମାସେ ହେଲା ଅଚଳ ଜଳ ଯୋଗାଣ ପ୍ରକଳ୍ପ: ଚୁବୁକାଦାଦର ଗାଁରେ ପାନୀୟ ଜଳ ସମସ୍ୟା

ଅମରପାଲି,୧୪ା୫(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଚୁବୁକାଦାଦର ଗଁାରେ ପାନୀୟ ଜଳ ସମସ୍ୟା ଦେଖାଦେଇଛି। ଗ୍ରାମରେ ଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପ…

ଏତିକି ଟଙ୍କା ଯାଏ କିଣିପାରିବେ ପେଟ୍ରୋଲ, ପେଟ୍ରୋଲ-ଡିଜେଲ ନିୟମରେ ସରକାର କଲେ ବଡ଼ ପରିବର୍ତ୍ତନ!

ନୂଆଦିଲ୍ଲୀ,୧୪।୫: କେରଳରେ ପେଟ୍ରୋଲ ଏବଂ ଡିଜେଲ କ୍ରୟ ସମ୍ୱନ୍ଧୀୟ ନୂତନ ନିୟମାବଳୀ ଜାରି କରାଯିବା ସମ୍ପର୍କରେ ଖବର ପ୍ରକାଶ ପାଇଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, କେରଳର ଇନ୍ଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri