Posted inରାଜ୍ୟ

ଏସ୍‌ଏସ୍‌ସି ଜରିଆରେ ପୂରଣ ହେବ ଗ୍ରାମସେବକ ପଦବୀ

ଭୁବନେଶ୍ୱର,୧୮ା୭(ବ୍ୟୁରୋ): ଗ୍ରାମସେବକମାନଙ୍କୁ ଜିଲାପାଳ ନିଯୁକ୍ତି ଦେବେ ନାହିଁ। ଏଣିକି ଷ୍ଟାଫ୍‌ ସିଲେକ୍ସନ କମିଶନ (ଏସ୍‌ଏସ୍‌ସି) ଜରିଆରେ ଖାଲି ପଦବୀ ପୂରଣ ହେବ। ଓଡ଼ିଶା ପଞ୍ଚାୟତ ନିର୍ବାହୀ ଅଧିକାରୀ (ନିଯୁକ୍ତି ଓ ସେବା ସର୍ତ୍ତାବଳୀ) ନିୟମାବଳୀ ୨୦୨୧ କାର୍ଯ୍ୟକାରୀ ହେବ। ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛି।

ଏହି ନୂତନ ନିୟମାବଳୀ ଅନୁଯାୟୀ ଖାଲିଥିବା ପଞ୍ଚାୟତ ନିର୍ବାହୀ ଅଧିକାରୀ ପଦବୀ ନିମନ୍ତେ ଓଡ଼ିଶା ଅଧସ୍ତନ କର୍ମଚାରୀ ଚୟନ ଆୟୋଗ ମାଧ୍ୟମରେ ପ୍ରତ୍ୟକ୍ଷ ନିଯୁକ୍ତି ପରୀକ୍ଷା କରାଯାଇ ପୂରଣ କରାଯିବ। ଗ୍ରାମ ରୋଜଗାର ସେବକମାନଙ୍କର ବୟସ ସୀମା କୋହଳ କରାଯାଇଛି। ସେମାନେ ୪୫ ବର୍ଷ ପର୍ଯ୍ୟନ୍ତ ପ୍ରତିଯୋଗିତାମୂଳକ ପରୀକ୍ଷା ଦେଇପାରିବେ। ଏହାଛଡ଼ା ଗ୍ରାମ ରୋଜଗାର ସେବକମାନଙ୍କୁ ପ୍ରତିବର୍ଷ ଚାକିରି ପାଇଁ ୧ ପ୍ରତିଶତ ହିସାବରେ ସର୍ବାଧିକ ୧୫% ପର୍ଯ୍ୟନ୍ତ ନମ୍ବର ଦିଆଯାଇ ଷ୍ଟାଫ୍‌ ସିଲେକ୍ସନ କମିଶନଙ୍କ ଦ୍ୱାରା ଯୋଗ୍ୟ ତାଲିକା ପ୍ରସ୍ତୁତ କରାଯିବ। ଗ୍ରାମସେବକମାନଙ୍କ ନିଯୁକ୍ତି ଓ ସେବା ସର୍ତ୍ତାବଳୀ ପାଇଁ ଓଡ଼ିଶା ଗ୍ରାମସେବକ (ନିଯୁକ୍ତି ଓ ସେବା ସର୍ତ୍ତାବଳୀ) ନିୟମାବଳୀ ୨୦୦୮ ଓ ସଂଶୋଧିତ ନିୟମାବଳୀ ୨୦୨୧ ଏବଂ ୨୦୧୩ ପ୍ରଣୟନ ହୋଇଥିଲା। ପ୍ରଚଳିତ ନିୟମ ଅନୁସାରେ ଗ୍ରାମ ପଞ୍ଚାୟତରେ କାର୍ଯ୍ୟରତ ୫ ବର୍ଷ ଅଭିଜ୍ଞତା ଥିବା ଗ୍ରାମ ରୋଜଗାର ସେବକମାନଙ୍କୁ ୩୦% ଖାଲି ପଦବୀରେ ଚୟନ ପ୍ରକ୍ରିୟା ଦ୍ୱାରା କରାଯାଉଥିବା ବେଳେ ୭୦ ପ୍ରତିଶତ ଖାଲି ପଦବୀରେ ଜିଲାପାଳଙ୍କ ଦ୍ୱାରା ପ୍ରତ୍ୟକ୍ଷ ନିଯୁକ୍ତି କରାଯାଉଛି। ଉଚ୍ଚ ମାଧ୍ୟମିକ ସ୍କୁଲ ପରୀକ୍ଷାରେ ରଖିଥିବା ନମ୍ବର ଆଧାରରେ ଚୟନ କରାଯାଉଛି। ତେବେ ଏହି ନିଯୁକ୍ତିକୁ ନେଇ ଅନେକ ବିବାଦ ଦେଖାଦେଉଛି। ଏହି ବିବାଦୀୟ ପରିସ୍ଥିତିକୁ ଏଡ଼ାଇବାକୁ ଓଡ଼ିଶା ପଞ୍ଚାୟତ ନିର୍ବାହୀ ଅଧିକାରୀ (ନିଯୁକ୍ତି ଓ ସେବା ସର୍ତ୍ତାବଳୀ) ନିୟମାବଳୀ ୨୦୨୧ ପ୍ରଣୟନ ନିମନ୍ତେ ପ୍ରସ୍ତାବ ଅଣାଯାଇଛି। ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ କରିଛି। ଏଥିସହିତ ରାଜ୍ୟ କ୍ୟାବିନେଟ ଓଡ଼ିଶା ଅଧସ୍ତନ ପରିସଂଖ୍ୟାନ ଓ ଅର୍ଥନୀତି ସେବା ନିୟମ ପ୍ରସ୍ତାବକୁ ଅନୁମୋଦନ କରିଛି। ଏହାଦ୍ୱାରା ଓଡ଼ିଶା ଅଧସ୍ତନ ପରିସଂଖ୍ୟାନ ଓ ଅର୍ଥନୀତି ସେବା ଅଧୀନରେ ଥିବା ଅଧିକାରୀଙ୍କ କାର୍ଯ୍ୟଦକ୍ଷତା ବୃଦ୍ଧି କରିବା ଦିଗରେ ସହାୟକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବିଲରେ ଛୁଆକୁ ଶୁଆଇଥିବା ବେଳେ କାମୁଡିଦେଲା ସାପ; ହଠାତ୍ ଫୁଲିଗଲା ମୁହଁ, ତାପରେ…

ପଟ୍ଟାଙ୍ଗି,୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପୁକାଲି ଗ୍ରାମପଞ୍ଚାୟତର ମାଳିଗୁଡା ଗ୍ରାମରେ ସାପ କାମୁଡାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଛି । କୋରାପୁଟ…

ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର, ସ୍କୁଲ, କଲେଜ ଶିକ୍ଷକ କର୍ମଚାରୀଙ୍କ…

ମହାକାଳପଡ଼ା,୬ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସମ୍ମୁଖରେ ଓଡ଼ିଶା ସ୍କୁଲ, କଲେଜ ଶିକ୍ଷକ, କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ୪ ଦଫା ଦାବି…

ବିଜେଡି, କଂଗ୍ରେସ ପୋଛିନେଲେ ସମସ୍ତ ୧୧ ଆସନ: ନିର୍ବାଚନରୁ ଦୁରେଇ ରହିଲା ଭାଜପା

ସୋନପୁର,୬।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଯୋଜନା କମିଟିରେ ଖାଲିଥିବା ୧୧ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଜିଲାର ନିର୍ବାଚିତ ଜିଲା ପରିଷଦ ସଭ୍ୟାସଭ୍ୟ ଏହି ନିର୍ବାଚନରେ…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୦୦୦କୁ ବୃଦ୍ଧି ପାଇବ ଡାକ୍ତରୀ ସିଟ୍‌

ଭୁବନେଶ୍ୱର, ୬ା୮(ରବିନାରାୟଣ ଜେନା): ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟତ୍ତର କରିବା ଏବଂ ଡାକ୍ତର ଅଭାବ ପୂରଣ କରିବାକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ଭାଜପା ସରକାର…

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

ଆୟୁଷ୍ମାନ୍‌ କାର୍ଡରେ କ୍ୟାନ୍‌ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ

ଭୁବନେଶ୍ୱର,୬ା୮(ସୁଚିସ୍ମିତା ସାହୁ): ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍‌ସର କେୟାର ଅଭିଯାନ ଅଧୀନରେ…

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୬।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାରଠାରୁ ୩ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ। ଓଡ଼ିଶା ଫୁଡ୍‌ ପ୍ରୋସେସିଂ -୨୦୨୬ ଆଣ୍ଡ ଇନ୍‌ଭେଷ୍ଟର ରୋଡ୍‌ ଶୋ କାର୍ଯ୍ୟକ୍ରମରେ…

୧୨ରେ ରାଜ୍ୟ କ୍ୟାବିନେଟ: ଏହି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୬ା୮(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୨ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri