ପୁଣି ପୋଷ୍ଟର ଜାରି କଲେ ମାଓବାଦୀ, ଭୋଟ ବର୍ଜନ ପାଇଁ ଆହ୍ବାନ

ବାଲିଗୁଡ଼ା,୧୨ା୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଯେତିକି ପାଖେଇ ଆସୁଛି ମାଓବାଦୀ ସଙ୍ଗଠନ କନ୍ଧମାଳ ଜିଲାରେ ସେତିକି ସ୍ଥିତି ଜାହିର କରୁଥିବା ଦେଖିବାକୁ ମିଳୁଛି। ଶନିବାର ପୁଣି କନ୍ଧମାଳ ଜିଲା କୋଟଗଡ଼ ଥାନା ରଡ଼ିଗୁମା ସ୍କୁଲ ଅଞ୍ଚଳରେ ବାସଧାରା ଘୁମୁସର ନାଗାବଳୀ ଡିଭିଜନରେ ପୋଷ୍ଟର ବ୍ୟାନର ଜାରି ହୋଇଥିବା ଦେଖିବାକୁ ମିଳିଛି । ବ୍ୟାନର ମାଧ୍ୟମରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଭୋଟ୍‌ ବର୍ଜନ କରିବାକୁ ଆହ୍ବାନ ଦେଇଛି ଲାଲ୍‌ ବାହିନୀ। ଏଥିସହିତ ବିପ୍ଳବୀ ଲୋକ ସରକାର ପ୍ରତିଷ୍ଠା କରନ୍ତୁ ବୋଲି ବ୍ୟାନରରେ ଉଲ୍ଲେଖ ଥିବା ଦେଖିବାକୁ ମିଳିଛି। ଦୁର୍ନୀତି, ଦରଦାମ ବୃଦ୍ଧି,ବେରୋଜଗାର, ଦମନ, ବିସ୍ଥାପନ, ଜଙ୍ଗଲ ଜମିପଟ୍ଟା,ପେସା ଆଇନ ଲାଗୁ, ମୌଳିକ ଅଧିକାର ଦାବି କରିଛନ୍ତି ମାଓବାଦୀ। କିଛିଦିନ ପୂର୍ବରୁ ତୁମୁଡ଼ିବନ୍ଧ ଥାନା ବେନାରବାହାଲ ଅଞ୍ଚଳରେ ମାଓବାଦୀ ପୋଷ୍ଟର ଜାରି ହୋଇଥିବା ବେଳେ ପରେ ଫିରିଙ୍ଗିଆ ଥାନା ଅଞ୍ଚଳରେ ରାସ୍ତା କାମକୁ ବିରୋଧ କରି ଲଙ୍କାକାଣ୍ଡ ଭିଆଇଥିଲେ ମାଓବାଦୀ। ରାସ୍ତା କାମରେ ନିୟୋଜିତ ଠିକାସଂସ୍ଥାର ତିନୋଟି ଗାଡ଼ି ପୋଡ଼ି ଦେଇଥିବାବେଳେ ଦିନକ ପରେ ବାଲିଗୁଡ଼ା ବିଜ୍ଞାପିତ ପରିଷଦ ଅଞ୍ଚଳର ସୁନାପାଙ୍ଗା, ପଣସପଡ଼ି, ନୂଆସାହି ଭଳି ବିଭିନ୍ନ ସ୍ଥାନରେ ମାଓବାଦୀ ସଙ୍ଗଠନ ପକ୍ଷରୁ ବ୍ୟାନର ଓ ପୋଷ୍ଟର ଜାରି ହୋଇଥିବା ଦେଖିବାକୁ ମିଳିଥିଲା। ଅନ୍ୟପଟେ ବାରମ୍ବାର ଏଭଳି ଘଟଣାକୁ ଦୃଷ୍ଟିରେ ରଖି ଶୁକ୍ରବାର କନ୍ଧମାଳ ଜିଲାକୁ ପୋଲିସ ବିଭାଗର ନୂଆ ଡିଜିପି ଆସି ମାଓବାଦୀ ଦମନ ପାଇଁ ସବୁ ପ୍ରକାର ସୁବିଧା, ସହଯୋଗ କରିବାକୁ ଜିଲାସ୍ତରୀୟ ସଭା କରି ଫେରିବା ପରେ ପରେ ଲାଲ ବାହିନୀ ପକ୍ଷରୁ ପୁଣି ପୋଷ୍ଟର, ବ୍ୟାନର ମାରିବା ପୋଲିସର ମୁଣ୍ଡବ୍ୟଥାର କାରଣ ପାଲଟିଛି l ଫଳରେ ସୁରକ୍ଷା ଓ ପାଟ୍ରୋଲିଂ ବ୍ୟବସ୍ଥାକୁ ଆହୁରି କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri