Posted inରାଜ୍ୟ

ଜମାକାରୀଙ୍କ ଟଙ୍କା ହଡ଼ପ କରି ୭ ବର୍ଷ ଜେଲ୍‌ ଗଲେ ପୋଷ୍ଟମାଷ୍ଟର

ଭଦ୍ରକ ଅଫିସ,୨୫।୩ – ଜମାକାରୀଙ୍କ ଟଙ୍କା ଆତ୍ମସାତ୍‌ କରିଥିବା ପୋଷ୍ଟମାଷ୍ଟର କମଳାକାନ୍ତ ନାୟକଙ୍କୁ ୭ ବର୍ଷ ଜେଲ ଦଣ୍ଡ ଦେଇଛନ୍ତି ଭଦ୍ରକ ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌ ଦେବଦତ୍ତ ପଟ୍ଟନାୟକ। ଏଥିସହ ୧୦ ହଜାର ଟଙ୍କା ଜରିମାନା ଓ ଜରିମାନା ଅନାଦାୟ ପୁଣି ୧ ବର୍ଷ ଜେଲ୍‌ ଦଣ୍ଡ ଭୋଗିବାକୁ ପଡ଼ିବ।

ସୂଚନାଯୋଗ୍ୟ, ଭଦ୍ରକ ବ୍ଲକ ଆହାରପଦା ଶାଖା ପୋଷ୍ଟ ଅଫିସର ତତ୍କାଳୀନ ପୋଷ୍ଟମାଷ୍ଟର ନାୟକ ୧୮୫ ଜମାକାରୀଙ୍କ ୩୫ ଲକ୍ଷ ଜମାରାଶି ଟଙ୍କା ଆତ୍ମସାତ କରିଥିବା ଅଭିଯୋଗରେ ଗିରଫ ହୋଇ ବିଚାରାଧୀନ ବନ୍ଦୀ ଭାବେ ଜେଲରେ ଥିଲେ। ୨୦୧୬ରେ ତତ୍କାଳୀନ ଭଦ୍ରକ ମଣ୍ଡଳ ପୋଷ୍ଟାଲ ସୁପରିଣ୍ଟେଣ୍ଡେଣ୍ଟ ପରମାନନ୍ଦ ସାହୁ ଅଡିଟ୍‌ ସମୟରେ ଏହି ଅନିୟମିତତା ସମ୍ପର୍କରେ ଜାଣିବାକୁ ପାଇଥିଲେ। ସେ ଗ୍ରାମାଞ୍ଚଳ ଥାନାରେ ଅଭିଯୋଗ କରିବା ପରେ ମାମଲା (ନଂ. ୭୦/୧୬ ) ରୁଜୁ ହୋଇଥିଲା। ୨୦୧୭ ଅଗଷ୍ଟ ୨୩ରେ ନାୟକଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା। ଗୁରୁବାର କୋର୍ଟ ଚୂଡ଼ାନ୍ତ ରାୟ ପ୍ରକାଶ କରି ଦଣ୍ଡାଦେଶ ଶୁଣାଇଛନ୍ତି। ପବ୍ଲିକ ପ୍ରସିକ୍ୟୁଟର ଦୁର୍ଗା ରାୟମହାପାତ୍ର ଓ ଜତିକାନ୍ତ ନାୟକ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏସୀୟ କ୍ରୀଡ଼ା: ଜାପାନକୁ ହରାଇ ସେମିରେ ପହଞ୍ଚିଲା ଭାରତ

କୋରୋଗି,୧୮।୯: ଜାପାନର ନିଶିନ ସ୍ଥିତ କୋରୋଗି ସ୍ପୋର୍ଟସ ପାର୍କରେ ଖେଳାଯାଇଥିବା କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ଶେଫାଲି ଏବଂ ରିଚାଙ୍କ ଦମଦାର ପ୍ରଦର୍ଶନ ବଳରେ ଭାରତୀୟ ଦଳ ଜାପାନକୁ…

ବହୁ ଚର୍ଚ୍ଚିତ ନିଠାରି ମାମଲାର ମୁଖ୍ୟ ଅଭିଯୁକ୍ତ ସୁରେନ୍ଦ୍ର କୋଲିଙ୍କ ଆତ୍ମହତ୍ୟା, ଝୁଲନ୍ତା ଅବସ୍ଥାରେ ମିଳିଲା ମୃତଦେହ

ହରିଦ୍ୱାର,୧୮।୯: ବହୁଚର୍ଚ୍ଚିତ ନିଠାରି ମାମଲାର ମୁଖ୍ୟ ଅଭିଯୁକ୍ତ ସୁରେନ୍ଦ୍ର କୋଲି ହରିଦ୍ୱାରରେ ସନ୍ଦେହଜନକ ପରିସ୍ଥିତିରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। କୋଲି ଗତ କିଛି…

ଭାରତକୁ ନାଲି ଆଖି ଦେଖାଇଲାଣି ବାଂଲାଦେଶ, ବର୍ତ୍ତମାନ ରଖିଲାଣି ବଡ଼ ସର୍ତ୍ତ

ଢାକା,୧୮।୯: ବାଂଲାଦେଶରେ ତାରିକ ରହମାନଙ୍କ ନେତୃତ୍ୱାଧୀନ ପ୍ରଶାସନ ଶେଖ ହସିନାଙ୍କ ପ୍ରତ୍ୟର୍ପଣ ଦାବିକୁ ନେଇ ଧମକପୂର୍ଣ୍ଣ ଆଭିମୁଖ୍ୟ ଗ୍ରହଣ କରିଛି। ଭାରତ ପ୍ରତି ଏକ ଆକ୍ରମଣାତ୍ମକ ମନୋଭାବ…

ବାଇକ୍‌ରେ ଯାଉଥିବାବେଳେ ଯୁବକଙ୍କ ଉପରେ ଭାଙ୍ଗିପଡ଼ିଲା ଗଛ ଡାଳ, ପେଟରେ ଗଳିଯିବାରୁ…

କେନ୍ଦ୍ରାପଡ଼ା,୧୮ା୯(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ଗଣ୍ଡାକିଆ ରାସ୍ତାରେ ଶୁକ୍ରବାର ଏକ ଅଘଟଣ ଘଟିଛି।ଏହି ରାସ୍ତାର କଂସାରଠାରେ ଗଛଡାଳ ବାଇକ୍‌ ଉପରେ ପଡ଼ିବା ସହ…

ଆସୁଛି UPIର ‘ବାପା’, ‘ଡିଜିଟାଲ ରୁପି’ (Digital Rupee), ଏହା କ’ଣ? ବ୍ୟାଙ୍କ କିମ୍ବା ଇଣ୍ଟରନେଟ ସଂଯୋଗ ବିନା କିପରି ଟଙ୍କା ସ୍ଥାନାନ୍ତର ହେବ ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୯: ମୂଳ କଥା ହେଉଛି UPI ଠାରୁ ମଧ୍ୟ ଏକ ବଡ଼ ଜିନିଷ ଆସିବାକୁ ଯାଉଛି। UPI ଶୁଳ୍କ (charges) କୁ ନେଇ ଚାଲିଥିବା ହଟଚମଟ ମଧ୍ୟରେ,…

କୃଷକଙ୍କ ପାଇଁ ଖୁସି ଖବର: ମାସକୁ ପାଇବେ ୩,୦୦୦ ଟଙ୍କା ପେନସନ! PM Kisan ରେ…

ନୂଆଦିଲ୍ଲୀ,୧୮।୯: ବାର୍ଦ୍ଧକ୍ୟରେ ନିୟମିତ ଆୟକୁ ନେଇ ସମସ୍ତଙ୍କ ମନରେ ଚିନ୍ତା ଥାଏ, ବିଶେଷକରି କ୍ଷୁଦ୍ର ଏବଂ ନାମମାତ୍ର ଚାଷୀମାନଙ୍କ ପାଇଁ ଏହି ଚିନ୍ତା ଆହୁରି ବଢ଼ିଯାଏ। ଏହାକୁ…

ଗୋଟିଏ ରୁମ୍‌ରେ ଯୁବତୀଙ୍କ ସହ ରାତି କାଟିଲେ ଫାଣ୍ଡି ଅଧିକାରୀ, ଗ୍ରାମବାସୀ ଦେଖିବା ପରେ ବାହାରୁ ତାଲା ପକାଇ…

ଉମରକୋଟ,୧୮।୯(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ ସିଂସାରି ଫାଣ୍ଡି ଅଧିକାରୀ ଫାଣ୍ଡି ପରିସରରେ ଥିବା ଏକ ରୁମ୍‌ରେ ଜଣେ ଯୁବତୀଙ୍କ ସହ ବୁଧବାର ରାତିରେ…

ନିର୍ବାଚନ ଆୟୋଗଙ୍କ ଉପରେ ବର୍ଷିଲେ ରାହୁଲ, ପ୍ରଥମେ ଶିବସେନା-ଏନସିପି ପରେ ଏବେ TMC…

ନୂଆଦିଲ୍ଲୀ,୧୮।୯: ତୃଣମୂଳ କଂଗ୍ରେସ (TMC)ର ନାମ ଓ ନିର୍ବାଚନୀ ଚିହ୍ନକୁ ଅନ୍ତରୀଣ ଭାବେ ଫ୍ରିଜ୍‌ କରିବା ପରେ ଭାରତୀୟ ନିର୍ବାଚନ କମିଶନ (ECI)କୁ ନେଇ ରାଜନୈତିକ ବିବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?