ଚାଷ କରି ଆଳୁଚାଷୀ ଫସିଗଲେ

କେନ୍ଦ୍ରାପଡ଼ା ଅଫିସ, ୨୦ା୨: କେନ୍ଦ୍ରାପଡ଼ା ଜିଲାରେ ୨ ମାସ ପୂର୍ବେ ଆଳୁ କେଜି ପ୍ରତି ୨୫ରୁ ୩୦ ଟଙ୍କାରେ ବିକ୍ରି ହେଉଥିଲା। ଏବେ କେଜି ପ୍ରତି ମାତ୍ର ୪ ଟଙ୍କାରେ ବେପାରୀଙ୍କୁ କ୍ଷେତରୁ ଚାଷୀ ବିକୁଛନ୍ତି। ଜିଲାରେ ସଂରକ୍ଷଣ ବ୍ୟବସ୍ଥା ଓ ସରକାରୀ ମଣ୍ଡି ନ ଥିବାରୁ ଆଳୁ ଚାଷ କରି ଫସି ଯାଇଛନ୍ତି ବୋଲି ସ୍ଥାନୀୟ ଚାଷୀ ମତ ଦେଇଛନ୍ତି। ସେହିପରି ଟମାଟୋ ସସ୍‌ ଓ ଆଳୁ ଚିପ୍‌ସ ଭଳି କ୍ଷୁଦ୍ର ଶିଳ୍ପ ପାଇଁ ଆଶାୟୀ ଯୁବ ଶିଳ୍ପୋଦ୍ୟୋଗୀ ଋଣ ପାଇବାକୁ ସକ୍ଷମ ହେଉ ନ ଥିବା ମତ ମିଳିଛି।
ଡେରାବିଶ ବ୍ଲକ ପଲେଇ ଗଁାର ଆଳୁଚାଷୀ ବିଧୁଭୂଷଣ ମହାପାତ୍ର କହିଛନ୍ତି, ଚଳିତବର୍ଷ ୪ ଏକର ଜମିରେ ଆଳୁଚାଷ କରିଛି। ଫସଲ ମଧ୍ୟ ଭଲ ହୋଇଛି। ତେବେ ବିକ୍ରିକୁ ନେଇ ସମସ୍ତ ଚାଷୀ ଅଡୁଆରେ ପଡ଼ିଛନ୍ତି। ବଜାରରେ କେଜି ପ୍ରତି ୭ ଟଙ୍କା ବିକ୍ରି ହେଉଥିବା ବେଳେ ବେପାରୀ ଆଳୁ କୁଇଣ୍ଟାଲକୁ ମାତ୍ର ୪୦୦ ଟଙ୍କା ଦେଉଛନ୍ତି। ଅଧିକ ପରିମାଣର ଅମଳକୁ ସଂରକ୍ଷଣ ବ୍ୟବସ୍ଥା ନ ଥିବାରୁ ବିକ୍ରି ପାଇଁ ଚାଷୀ ବାଧ୍ୟ ହେଉଛନ୍ତି। ଏହି ଚାଷରୁ ପ୍ରାୟ ୪୦ ହଜାର ଟଙ୍କା କ୍ଷତି ହେବ ବୋଲି ସେ ଆକଳନ କରିଛନ୍ତି। ପଟ୍ଟାମୁଣ୍ଡାଇର କଳ୍ପତରୁ ସାମନ୍ତରାୟ କହିଛନ୍ତି, ଜିଲାରେ ପ୍ରାୟ ୩୦,୦୦୦ରୁ ଊର୍ଦ୍ଧ୍ୱ ହେକ୍ଟର ଜମିରେ ସ୍ଥାନୀୟ ଚାଷୀ ଆଳୁଚାଷ କରିଥିଲେ। ଏତେ ପରିମାଣର ଆଳୁ ଉପତ୍ାଦନ ପରେ ଜିଲାରେ ଶୀତଳଭଣ୍ଡାର ନ ଥିବାରୁ ସଂରକ୍ଷିତ ରଖା ଯାଇପାରୁନାହିଁ। ସେହିପରି ସରକାରୀ ମଣ୍ଡି ନ ଥିବାରୁ ଆଳୁ କିଣିବାକୁ କେବଳ ସ୍ଥାନୀୟ ବ୍ୟବସାୟୀ ଆସୁଛନ୍ତି। ଏହାର ନିରାକରଣ ହୋଇପାରିଲେ ରାଜ୍ୟ ସରକାରଙ୍କ ଆଳୁ ମିଶନ ସଫଳ ହୋଇପାରିବ। ଯୁବ ଶିଳ୍ପୋଦ୍ୟୋଗୀ ରତନଲାଲ ସାମଲ କହିଛନ୍ତି, ଜିଲାରେ ଟମାଟୋ ଓ ଆଳୁ ଉପତ୍ାଦନ ସମୟରେ ଅଭାବୀ ବିକ୍ରି ହେଉଛି। ଏହାକୁ ଲକ୍ଷ୍ୟ କରି ଟମାଟୋ ସସ୍‌ ଓ ଆଳୁ ଚିପ୍‌ସର କ୍ଷୁଦ୍ର ଶିଳ୍ପ ପ୍ରତିଷ୍ଠା ପାଇଁ ୨ ବର୍ଷ ହେବ ବିଭିନ୍ନ ବ୍ୟାଙ୍କ ଓ ଜିଲା ଶିଳ୍ପ କେନ୍ଦ୍ର ସହ ଯୋଗାଯୋଗ ରଖାଯାଇଛି। ଜିଲା ଶିଳ୍ପ କେନ୍ଦ୍ର ଓ ବ୍ୟାଙ୍କ ସମୂହର ସମନ୍ବୟ ନ ଥିବାରୁ ଏହି କ୍ଷୁଦ୍ର ଶିଳ୍ପ ଅଦ୍ୟାବଧି ପ୍ରତିଷ୍ଠା ହୋଇ ପାରି ନ ଥିବା ସେ କ୍ଷୋଭ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ କୃଷକ ନେତା ଗୟାଧର ଧଳ କହିଛନ୍ତି, ଆଳୁ ଉପତ୍ାଦନ କ୍ଷେତ୍ରରେ ସ୍ବୟଂ ସମ୍ପୂର୍ଣ୍ଣ ହେବା ପାଇଁ ଓଡ଼ିଶା ସରକାର ୨୦୧୫-୧୬ରେ ରାଜ୍ୟ ଆଳୁ ମିଶନ ଆରମ୍ଭ କରିଥିଲେ। ଉଦ୍ୟାନ କୃଷି ବିଭାଗ ଦ୍ୱାରା କାର୍ଯ୍ୟକାରୀ ହେବାକୁ ଥିବା ଏହି ମିଶନ ଦ୍ୱାରା କୃଷକ ଚାଷ କରି ଲାଭ ପାଇବା ସହ ଆଳୁ ପାଇଁ ବାହାର ରାଜ୍ୟ ଉପରେ ନିର୍ଭର ନ କରିବାକୁ ଲକ୍ଷ୍ୟ ଥିଲା। ତେବେ ଏହି ମିଶନ ଫେଲ୍‌ ମାରିଛି। ଏପରି କି ୨୦୧୭-୧୮ ଆର୍ଥିକ ବର୍ଷରେ ରାଜ୍ୟ ସରକାର ୨୦ କୋଟି ଟଙ୍କା ମଞ୍ଜୁର କରିଥିଲେ ମଧ୍ୟ ଟଙ୍କାଟିଏ ଖର୍ଚ୍ଚ ହୋଇ ନ ଥିବା ୨୦୧୯ର ସିଏଜି ରିପୋର୍ଟରେ ଉଲ୍ଲେଖ ହୋଇଛି। ଶୀତଳଭଣ୍ଡାରର ନିର୍ମାଣ, ଫୁଡ ପ୍ରୋସେସିଂ ୟୁନିଟ୍‌ ସ୍ଥାପନ ଓ ସରକାରୀ ମଣ୍ଡି ସହାୟତାରେ ଏହି ସମସ୍ୟାର ସମାଧାନ ହୋଇପାରିବ। ଏ ସମ୍ପର୍କରେ ଉଦ୍ୟାନ କୃଷି ବିଭାଗ ସହ ନିର୍ଦ୍ଦେଶକ ଦେବଦାସ ଦତ୍ତଙ୍କୁ ପଚାରିବାରେ ଶୀତଳଭଣ୍ଡାର ନିର୍ମାଣ ଦ୍ୱାରା ଏହି ସମସ୍ୟାର ସମାଧାନ ହୋଇପାରିବ। ତେବେ କେନ୍ଦ୍ରାପଡ଼ା ଜିଲାରେ ଗୋଟାଏ ହେଲେ ବି ଶୀତଳଭଣ୍ଡାର ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri