ଅସହ୍ୟ ହେଲାଣି ପାଓ୍ବାର କଟ୍‌, ବିଦ୍ୟୁତ ବିତରଣ କମ୍ପାନୀକୁ କଡା ନିର୍ଦ୍ଦେଶ ଦେଲେ ସରକାର

ଭୁବନେଶ୍ୱର,୨୦।୪: ଅସହ୍ୟ ଗ୍ରୀଷ୍ମ ସହ ଗୁଳୁଗୁଳି ଭିତରେ ପାୱାର୍‌ କଟ୍‌ ସମସ୍ୟା ପରେ ତତ୍ପର ହୋଇଛନ୍ତି ରାଜ୍ୟ ସରକାର। ଏନେଇ ତୁରନ୍ତ ଦୃଷ୍ଟି ଦେବାକୁ ବିଦ୍ୟୁତ ବିତରଣ କମ୍ପାନୀକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର। ସୋସିଆଲ ମିଡିଆ ଏକ୍ସ ଜରିଆରେ TPCODL ସିଇଓ ଏବଂ ଶକ୍ତି ବିଭାଗ ସଚିବଙ୍କୁ ଟ୍ୟାଗ କରି SRC କଡା ନିର୍ଦ୍ଦେଶ ଦେଇଛନ୍ତି।

ବିଶେଷ କରି ଭୁବନେଶ୍ୱର ସହର ଭିତରେ ବାରମ୍ବାର ବିଦ୍ୟୁତ କାଟ ଯୋଗୁ ଗ୍ରୀଷ୍ମ ସହ ଗୁଳୁଗୁଳିରେ ଲୋକେ ହନ୍ତସନ୍ତ ହେଉଥିବା ଅଭିଯୋଗ ହୋଇଛି। ତେଣୁ ଏହି ସମସ୍ୟାର ତୁରନ୍ତ ସମାଧାନ ଦିଗରେ ପଦକ୍ଷେପ ନେବାକୁ ବିଦ୍ୟୁତ ବିତରଣ କମ୍ପାନୀକୁ କହିଛନ୍ତି ଏସଆରସି।