Posted inଫୁରସତ

ଅନ୍ତର୍ଜାତୀୟ ଯୁବ ଦିବସ: ଶାନ୍ତି, ସମନ୍ବୟ ଓ ବିକାଶର ଶକ୍ତି

ଯୁବଶକ୍ତିର ବିକାଶ ଦ୍ୱାରା ଦେଶ ଓ ବିଶ୍ୱର ବିକାଶ ସମ୍ଭବ। ଯୁବଶକ୍ତି ବିଶ୍ୱରେ ଶାନ୍ତି ତଥା ସମାଜିକ ସମନ୍ବୟ ଆଣି ପାରିବେ। ଏଣୁ ଯୁବଶକ୍ତିର ବିକାଶ ପାଇଁ ପ୍ରତିବର୍ଷ ଅଗଷ୍ଟ ୧୨ରେ ଅନ୍ତର୍ଜାତୀୟ ଯୁବ ଦିବସ ପାଳନ କରାଯାଉଛି। ଯୁବକମାନଙ୍କ ସମସ୍ୟା ଓ ସେମାନଙ୍କ ଆବଶ୍ୟକତା ଉପରେ ଧ୍ୟାନ ଆକର୍ଷଣ କରିବା ଏହି ଦିବସର ମୁଖ୍ୟ ଉଦ୍ଦେଶ୍ୟ। ୧୯୯୯ରେ ଜାତିସଂଘର ସାଧାରଣ ପରିଷଦ ଅନ୍ତର୍ଜାତୀୟ ଯୁବ ଦିବସ ପ୍ରସ୍ତାବ ସ୍ବୀକାର କରିଥିଲା। ଅଗଷ୍ଟ ୧୨,୨୦୦୦ରେ ପ୍ରଥମେ ଏହି ଦିବସ ପାଳନ କରାଯାଇଥିଲା। ଚଳିତ ବର୍ଷ ଜାତିସଂଘ ପକ୍ଷରୁ ଏହି ଦିବସର ସ୍ଲୋଗାନ ରହିଛି‘ ‘ଯୁବକଙ୍କ ପାଇଁ ସୁରକ୍ଷିତ ସ୍ଥାନ’। ଏହି ଦିବସ ଅବସରରେ ସ୍କୁଲ୍‌ ଓ କଲେଜଗୁଡ଼ିକରେ ସଂକ୍ଷିପ୍ତ ନିବନ୍ଧ, ଦୀର୍ଘ ନିବନ୍ଧ ସମେତ ତର୍କ ପ୍ରତିଯୋଗିତା ଆୟୋଜନ କରାଯାଇଥାଏ।
୨୦୧୯ରେ ୧୫ ରୁ ୨୪ ବର୍ଷ ମଧ୍ୟରେ ବିଶ୍ୱରେ ଯୁବକଙ୍କ ସଂଖ୍ୟା ୧୨୦କୋଟି ଥିଲା। । ଏହା ବିଶ୍ୱ ଜନସଂଖ୍ୟାର ୧୬ ପ୍ରତିଶତ। ଏବେ କେନ୍ଦ୍ର ଓ ଦକ୍ଷିଣ ଏସିଆରେ ଏମାନଙ୍କ ସଂଖ୍ୟ ସବୁଠୁ ଅଧିକ ରହିଛି। ଚିନ୍ତାଜନକ ବିଷୟ ହେଉଛି, ୧୫ରୁ ୨୪ ବର୍ଷ ବୟସର ମହିଳାଙ୍କ ମଧ୍ୟରେ ଗର୍ଭଧାରଣ କ୍ଷମତା ହ୍ରାସପାଉଛି। ଅବ୍ୟବସ୍ଥିତ ଜୀବନଶୈଳୀ ଯୋଗୁ ମେଦବହୁଳତା, ଡାଇବେଟିସ ଓ ବିଷାଦ ବଳୟରେ ଯୁବଶକ୍ତି ଛନ୍ଦି ହୋଇଯାଉଛି ଓ ଏହା ଲଗାତର ବୃଦ୍ଧି ପାଉଛି। ଏହା ବିଶ୍ୱସମୁଦାୟ ପାଇଁ ଏକ ବିପର୍ଯ୍ୟୟ ଆଣିବାର ସୂଚନା ଦେଉଛି। ମୋଟ ଉପରେ ୨୦୩୦ ସୁଦ୍ଧା ଯୁବଶକ୍ତି ପାଇଁ ସ୍ବାସ୍ଥ୍ୟ ଓ ଶିକ୍ଷା ବ୍ୟବସ୍ଥାରେ ଉନ୍ନତି ଅଣାଯାଇପାରିଲେ ବିଶ୍ୱର ସାମଗ୍ରିକ ବିକାଶ ଲକ୍ଷ୍ୟ ପୂରଣ ହୋଇପାରିବ।
ଭାରତ ଯୁବକଙ୍କ ଦେଶ। ଭାରତରେ ବିଶ୍ୱର ସବୁଠୁ ବଡ ଯୁବଶକ୍ତି ଅର୍ଥାତ ୩୫ ବର୍ଷ ବୟସରୁ କମ୍‌ ୬୫ କୋଟି ଯୁବକ ରହିଛନ୍ତି। ଫଳରେ ଆମ ଦେଶରେ ବିପୁଳ ଶ୍ରମଶକ୍ତି ଉପଲବ୍ଧ। ଦେଶର ଯୁବଶକ୍ତିକୁ ଉଚିତ ମାର୍ଗଦର୍ଶନ କରି ବିକାଶରେ ଭାଗୀଦାରି କରାଯାଇପାରିଲେ ବିକଶିତ ରାଷ୍ଟ୍ର ହେବାକୁ ଆମକୁ ବେଶି ସମୟ ଲାଗିବନି। ଯୁବକଙ୍କ ଲାଗି ଉତ୍ତମ ସଂସ୍କାର,ଶିକ୍ଷା, ସଶକ୍ତିକରଣ ଲୋଡା। ସେମାନେ ବିଭିନ୍ନ କ୍ଷେତ୍ରରେ ସ୍ବାବଲମ୍ବୀ ହୋଇପାରିଲେ ଦେଶ ସ୍ବାବଲମ୍ବୀ ହେବ । ସେମାନଙ୍କଠାରେ ଥିବା ଅସୀମ ସମ୍ଭାବନାକୁ କାର୍ଯ୍ୟରେ ପରିଣତ କରିବା ପାଇଁ ଏହି ଦିବସ ସ୍ମରଣ କରିଦିଏ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?