ବିଦ୍ୟୁତ୍‌ ବିଭ୍ରାଟ ଅସହ୍ୟ

ଢେଙ୍କାନାଳ ଅଫିସ, ୧।୫ ଉପରମୁହାଁ ହୋଇଛି ପାରଦ। ଅସହ୍ୟ ଗରମ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଭଳି ସମୟରେ ସରକାର ନିରବଚ୍ଛିନ୍ନ ବିଦ୍ୟୁତ୍‌ ସେବା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିବାବେଳେ ଢେଙ୍କାନାଳ ସହରରେ ଏହାକୁ ମାନୁନି ବିଦ୍ୟୁତ୍‌ ବିତରଣ କମ୍ପାନୀ। ସାରାଦିନ ଏବଂ ରାତିରେ ଘନଘନ ବିଜୁଳି କାଟ୍‌ରେ ସହରାଞ୍ଚଳବାସୀ ଅତିଷ୍ଠ ହୋଇପଡ଼ିଥିବାବେଳେ ସେମାନେ ଆନ୍ଦୋଳନ ଚେତାବନୀ ଦେଇଛନ୍ତି।
ଢେଙ୍କାନାଳ ସହରରେ ତାପମାତ୍ରା ଶୁକ୍ରବାର ୪୨.୮ ଡିଗ୍ରୀରେ ପହଞ୍ଚତ୍ଥିବାବେଳେ ଶନିବାର ଥିଲା ୪୦ ଡିଗ୍ରୀ। ପୂର୍ବାହ୍ନ ୧୦ରୁ ଆରମ୍ଭ ହୋଇଯାଉଛି ପ୍ରଚଣ୍ଡ ଖରା। ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ମଧ୍ୟାହ୍ନ ସୁଦ୍ଧା ଜନଗହଳିପୂର୍ଣ୍ଣ ସ୍ଥାନ ଶୂନ୍‌ଶାନ ହୋଇପଡୁଛି। ଲୋକମାନେ କବାଟ ବନ୍ଦ କରି ଘରେ ରହିବାକୁ ବାଧ୍ୟ ହେଉଛନ୍ତି। ଏଭଳି ସମୟରେ ଦିନବେଳା ୫ରୁ ୧୦ ମିନିଟ୍‌ ବ୍ୟବଧାନରେ ଘନଘନ ବିଦ୍ୟୁତ୍‌ କାଟ ହେଉଛି। ବିଳମ୍ବିତ ରାତିରେ ଘଣ୍ଟା ଘଣ୍ଟା ଧରି ବିଦ୍ୟୁତ୍‌ କାଟ ଅତିଷ୍ଠ କରିପକାଉଛି। କୁଞ୍ଜକାନ୍ତ, ଲଳିତନଗର, ଗୁଡ଼ିଆନାଳୀ, ଦେଉଳସାହି ଆଦି ଅଞ୍ଚଳରେ ଏଭଳି ବିଜୁଳି ବିଭ୍ରାଟ ଚିନ୍ତାଜନକ ହୋଇଛି। ଏହି କାରଣରୁ ପାନୀୟ ଜଳଯୋଗାଣ ପ୍ରଭାବିତ ହେଉଛି। ପାଇପ୍‌ ସଂଯୋଗ ଥିବା ଉପଭୋକ୍ତମାନେ ନାହିଁ ନ ଥିବା ହୀନସ୍ତା ହେଉଛନ୍ତି। ଏ ନେଇ ବାରମ୍ବାର ଦୃଷ୍ଟି ଆକର୍ଷଣ କରାଯିବା ସତ୍ତ୍ୱେ ଜିଲା ପ୍ରଶାସନ ପକ୍ଷରୁ କୌଣସି ପ୍ରକାର ସମୀକ୍ଷା ନ ହେବା ଏବଂ ବିଦ୍ୟୁତ୍‌ ବିଭାଗ ଅଧିକାରୀଙ୍କୁ ତାଗିଦ୍‌ କରା ନ ଯିବା ସାଧାରଣରେ ଆଲୋଚନାର ବିଷୟ ହୋଇଛି। ଏ ସଂକ୍ରାନ୍ତରେ ଢେଙ୍କାନାଳ ଦାୟିତ୍ୱରେ ଥିବା ବିଦ୍ୟୁତ୍‌ ବିଭାଗ ପରିଚାଳକ ବିସ୍ମୟ ଦାସ କହିଛନ୍ତି, ଲୋକାଲ ପ୍ରୋବ୍ଲେମ ପାଇଁ ସମସ୍ୟା ହେଉଥିବ। କ’ଣ ହୋଇଛୁ ଆମେ ଦେଖିବୁ। ଏହାପରେ ପଦକ୍ଷେପ ନେବୁ ବୋଲି କହି ପ୍ରସଙ୍ଗ ଏଡ଼ାଇ ଯାଇଥିଲେ। ତେବେ ଶୁକ୍ରବାର ରାତିରେ ବିଦ୍ୟୁତ୍‌ ତାର ଛିଣ୍ଡି ଏଭଳି ବିଭ୍ରାଟ ହୋଇଥିବା ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି। ଏ ସମ୍ପର୍କରେ ବିଭାଗୀୟ ପରିଚାଳକଙ୍କ ନିକଟରେ ସୂଚନା ନ ଥିବା ଆଲୋଚନାର ବିଷୟ ହୋଇଛି ା ଜିଲାପାଳ ଏଥିରେ ହସ୍ତକ୍ଷେପ କରିବାକୁ ସହରର ବୁଦ୍ଧିଜୀବୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

ସ୍କୁଲ ଆସୁ ନ ଥିଲେ ପିଲା: ଘରକୁ ଘର ବୁଲି ଛାତ୍ରୀଛାତ୍ରଙ୍କୁ ଡାକିଲେ ବିଇଓ, ୩ ମାସ ମଧ୍ୟରେ…

କୋକସରା, ୨୬।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏଣୁ ଛାତ୍ରୀଛାତ୍ରଙ୍କ…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri