ରିଲିଜ୍ ହେଲା ‘ଦ ପାୱାର’ର ଟ୍ରେଲର

ମୁମ୍ବାଇ: ଆଜିକାଲି ବଲିଉଡ୍‌ର କିଛି ବଡ ବଡ ଫିଲ୍ମକୁ ନେଇ ଚର୍ଚ୍ଚା ଯୋର ଧରିଛି । କିଛିର ଶୁଟିଂ ଜାରି ରହିଛି ତ ଆଉ କିଛି ରିଲିଜ୍ ଅପେକ୍ଷାରେ ରହିଛି । ଇତିମଧ୍ୟରେ ଜଣାଶୁଣା ଅଭିନେତା ବିଦ୍ୟୁତ ଜାମୱାଲା ଓ ଶ୍ରୁତି ହାସନଙ୍କ ଅଭିନୀତ ଫିଲ୍ମ ‘ଦ ପାୱାର’ର ଟ୍ରେଲର ରିଲିଜ୍ ହୋଇଛି ଯାହା ଜବରଦସ୍ତ ଚର୍ଚ୍ଚା ସାଉଁଟିଛି । ବିଦ୍ୟୁତଙ୍କ ପୂର୍ବ ଫିଲ୍ମ ଭଳି ଏଥିରେ ବି ଜବରଦସ୍ତ ଆକ୍ସନ ଦେଖିବାକୁ ମିଳିିଛି । ଟ୍ରେଲର ଆରମ୍ଭରେ ବିଦ୍ୟୁତ ଓ ଶ୍ରୁତିଙ୍କର ରୋମାନ୍ସ ଦେଖାଯାଇଛି । ଏଥିରେ ଶ୍ରୁତିଙ୍କର ଅନ୍ଦାଜ ବି ଦେଖିବା ଭଳି ହୋଇଛି । ମଙ୍ଗଳବାର ରିଲିଜ୍ ହୋଇଥିବା ଏହି ଟ୍ରେଲରର ଅବଧି ରହିଛି ୨ ମିନିଟ୍ ୩୮ ସେକେଣ୍ଡ । ରୋମାନ୍ସ ଓ ଆକ୍ସନରେ ଭରପୁର ରହିଛି ଟ୍ରେଲର । ଏହି ଫିଲ୍ମର ନିର୍ଦ୍ଦେଶନା ଦେଇଛନ୍ତି ମହେଶ ମାଞ୍ଜେରେକର ଏହାର କାହାଣୀ ୯୦ ଦଶକର ବ୍ୟାକ୍ ଗ୍ରାଉଣ୍ଡରେ ନିର୍ମାଣ କରାଯାଇଛି । ଶ୍ରୁତି ଓ ବୁଦ୍ୟୁତଙ୍କ ବ୍ୟତୀତ ଏଥିରେ ପ୍ରତିକ ବାବର ବି ଏକ ଗୁରୁତ୍ୱପୂର୍ଣ୍ଣ ଚରିତ୍ରରେ ନଜର ଆସିବେ । ଏହା ୧୪ଜାନୁୟାରୀ ଜି୫ରେ ରିଲିଜ୍ ହେବ ବୋଲି ଜଣାପଡିଛି । ଏହା ହିନ୍ଦୀ ସହ ତାମିଲ, ତେଲୁଗୁ ଓ କନ୍ନଡ ଭାଷାରେ ବି ରିଲିଜ୍ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri