ବିପଦକୁ ଡାକୁଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର

ଯାଜପୁରରୋଡ୍‌,୫ା୧୦(ପବିତ୍ର ରଞ୍ଜନ ମହାନ୍ତି):ବିଦ୍ୟୁତ୍‌ ବିଭାଗର ଖାମଖିଆଲି ନୀତି ବହୁ ସମୟରେ ସାଧାରଣ ଲୋକ ଓ ଜୀବଜନ୍ତୁଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି କରୁଛି। ବିଦ୍ୟୁତ୍‌ ଆଘାତରେ ପ୍ରତ୍ୟେକ ଦିନ ବହୁ ଅଘଟଣ ଘଟିବାସହ ଧନଜୀବନ ହାନି ହେଉଛି। ରାଜ୍ୟ ସରାକର ବିଦ୍ୟୁତ୍‌ ସେବାକୁ ଟାଟା ପାୱାର ହାତରେ ଟେକି ଦେବା ପରେ କମ୍ପାନୀ ସାଧାରଣ ଲୋକଙ୍କ ସୁରକ୍ଷା ପ୍ରତି ଆଖିବୁଜି ଦେଇଥିବା ଅଭିଯୋଗ ହୋଇଛି। ଏହାର ଏକ ଉଦାହରଣ ଦେଖିବାକୁ ମିଳିଛି ଯାଜପୁରରୋଡ୍‌ ବିଦ୍ୟୁତ୍‌ ବିଭାଗ ଅଧୀନ ନହକା ଚାନ୍ଦମା ରାସ୍ତାର ଶିବ ମନ୍ଦିର ନିକଟରେ। ଏହି ରାସ୍ତାଟି କୋରେଇ ନିର୍ବାଚନମଣ୍ଡଳୀରୁ ବ୍ୟାସନଗର ସହରକୁ ସଂଯୋଗ କରୁଥିବା ଏକ ପ୍ରମୁଖ ରାସ୍ତା। ତତ୍‌ସହିତ ପୌର ପରିଷଦର ୩ଟି ୱାର୍ଡର ବାସିନ୍ଦା ଏହି ରାସ୍ତା ଦେଇ ଯାତାୟାତ କରିଥାନ୍ତି। ଫଳରେ ଉକ୍ତ ରାସ୍ତାଟି ସବୁସମୟରେ ବ୍ୟସ୍ତ ରହିଥାଏ। ବିଦ୍ୟୁତ୍‌ ଟ୍ରାନ୍ସଫର୍ମରଟି ରାସ୍ତା ଉପରକୁ ମାଡ଼ିଆସିଛି। ଉକ୍ତ ଟ୍ରାନ୍ସଫର୍ମରକୁ ଲାଗି ରହିଥିବା ଘରେ ଲୋକେ ବସବାସ କରୁଛନ୍ତି। ବିଦ୍ୟୁତ୍‌ ଟ୍ରାନ୍ସଫର୍ମରକୁ ମାଡ଼ିଥିବା ଗୁଳ୍ମଲତା ଘରକୁ ମଧ୍ୟ ମାଡ଼ିରହିଛି। ଏହା ବିପଦକୁ ଡାକୁଛି ବୋଲି ଅଭିଯୋଗ ହୋଇଛି। ଟ୍ରାନ୍ସଫର୍ମର ବାଡ଼ ଗୁଳ୍ମଲତାରେ ପରିପୂର୍ଣ୍ଣଥିବାରୁ ଦୁଇଟି ରାସ୍ତାକୁ ସଂଯୋଗ କରୁଥିବା ଉକ୍ତ ଛକରେ ଦିଗ ନିୟନ୍ତ୍ରଣ କରି ନ ପାରି ଗାଡ଼ି ଚାଳକ ଓ ପଥଚାରୀ ଦୁର୍ଘଟଣାର ଶିକାର ହେଉଛନ୍ତି। ତେଣୁ ଟାଟା ପାୱାର କର୍ତ୍ତୃପକ୍ଷ ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେଇ ସମସ୍ୟାର ସମାଧାନ କରିବାକୁ ସାଧାରଣରେ ଦାବି ହୋଇଛି। ଏ ସମ୍ପର୍କରେ ଟାଟା ପାୱାରର ଯାଜପୁରରୋଡ୍‌ ଉପଖଣ୍ଡ ସହକାରୀ ଯନ୍ତ୍ରୀ ପ୍ରଦ୍ୟୁମ୍ନ କୁମାର ବରାଳଙ୍କୁ ପଚାରିବାରେ ସେ କହିଛନ୍ତି, ଏ ଦିଗରେ ଦୃଷ୍ଟିଦେବାକୁ ସେ ଉଚ୍ଚ ଅଧିକାରୀଙ୍କୁ ଜଣାଇଛନ୍ତି। ଏବେ ଦେଖିବାକୁ ଅପେକ୍ଷା ଉଚ୍ଚ କର୍ତ୍ତୃପକ୍ଷ କେବେ ଏହାର ସମାଧାନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri