Posted inଜାତୀୟ

ବିଦ୍ୟୁତ୍‌ ଚାଲିଯିବାରୁ ଲଗାଗଲା ଜେନେରେଟର, ନବଦମ୍ପତିଙ୍କ ସହ ପରିବାରର ୬ ଜଣଙ୍କ ଜୀବନ ଗଲା

ମୁମ୍ବାଇ,୧୪ା୭: ମହାରାଷ୍ଟ୍ରର ଚନ୍ଦ୍ରପୁର ନିକଟ ଦୁର୍ଗାପୁରରେ ଏକ ପରିବାରର ୬ ଜଣ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ବିଦ୍ୟୁତ୍‌ ଚାଲିଯିବାରୁ ଜେନେରେଟର ଲଗାଇ ପୂରା ପରିବାର ଶୋଇଥିଲେ। ଏହି ସମୟରେ ଜେନେରେଟର ଧୂଆଁରେ ପୂରା କୋଠରି ଛାଇ ଯାଇଥିଲା। ଫଳରେ ୬ ଜଣଙ୍କ ଜୀବନ ଯାଇଥିବା ବେଳେ ଜଣେ ଗୁରୁତର ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। କିଛିଦିନ ତଳେ ଏକ ପରିବାରରେ ବିବାହ ଉତ୍ସବ ସମ୍ପନ୍ନ ହୋଇଥିଲା। ଏହି ଘଟଣାରେ ବରକନ୍ୟାଙ୍କ ମଧ୍ୟ ମୃତ୍ୟୁ ଘଟିଛି।

ଚନ୍ଦ୍ରପୁର ସହରର ଦୁର୍ଗାପୁରର ୩ ନଂ ଓ୍ବାର୍ଡରେ ଏହି ଘଟଣା ଘଟିଛି। ମଙ୍ଗଳବାର ରାତିରେ ବିଜୁଳି ଚାଲିଯିବାରୁ ରମେଶ ଲସ୍କର ନାମକ ଜଣେ ବ୍ୟକ୍ତିଙ୍କ ପରିବାରର ୬ ଜଣଙ୍କ ଜୀବନ ଯାଇଛି। ଗତକାଲି ବର୍ଷା ହୋଇଥିବାରୁ ବିଜୁଳି ଚାଲିଯାଇଥିଲା। ତେଣୁ ପରିବାର ଲୋକେ ଜେନେରେଟର ଲଗାଇ ଶୋଇଥିଲେ। ଜେନେରେଟର ଧୂଆଁ ସମସ୍ତ କୋଠରିରେ ଖେଳେଇ ଯାଇଥିଲା। ଫଳରେ ନିଦରେ ଶୋଇଥିବାରୁ ଏହା ପରିବାର ଲୋକେ ଜାଣିପାରି ନ ଥିଲେ। ଘଟଣା ଜଣା ପଡ଼ିବା ପରେ ଲସ୍କର ପରିବାରର ସମସ୍ତ ସଦସ୍ୟଙ୍କୁ ହସ୍ପିଟାଲ ନିଆଯାଇଥିଲା। ମାତ୍ର ସେଠାରେ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଥାଇ ଚିକିତ୍ସିତ ହେଉଛନ୍ତି। ମୃତକମାନେ ହେଲେ ରମେଶ ଲସ୍କର, ଅଜୟ ଲସ୍କର, ଲଖନ ଲସ୍କର, କୃଷ୍ଣା ଲସ୍କର, ପୂଜା ଲସ୍କର, ମାଧୁରୀ ଲସ୍କର। ଗୁରୁତର ଜଣକ ହେଲେ ଦାସୁ ଲସ୍କର।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାକୁ ମିଳିଲା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି, ନୀତିନ ନବୀନଙ୍କୁ ଦାୟିତ୍ବ

ନୂଆଦିଲ୍ଲୀ,୧୪।୧୨:  ବଡ଼ ଘୋଷଣା କଲା ଭାଜପା । ଭାରତୀୟ ଜନତା ପାର୍ଟି ଏକ ବଡ଼ ସାଂଗଠନିକ ପରିବର୍ତ୍ତନ କରିଛି । ନୀତିନ ନବୀନ ହେଲେ ଭାଜପା...

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ...

ବିଳମ୍ବିତ ନ୍ୟାୟ ଲୋକଙ୍କ ଉପରେ ବୋଝ: CJI

କଟକ,୧୪।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି(CJI) ସୂର୍ଯ୍ୟ କାନ୍ତ ରବିବାର କଟକ ଶହୀଦ ଭବନରେ ହାଇକୋର୍ଟ ବାର୍‌ ପକ୍ଷରୁ ଆୟୋଜିତ ଆଲୋଚନାଚକ୍ରରେ ଯୋଗ ଦେଇଛନ୍ତି। ଏହି ଅବସରରେ...

ବାପି ସର୍ଖେଲଙ୍କ ବଡ଼ ବୟାନ, କହିଲେ ମୁଁ ଦାମଙ୍କ ପୁଅ

ଭୁବନେଶ୍ବର,୧୪।୧୨: ବାପି ସର୍ଖେଲ ବଡ଼ ବୟାନ ଦେଇଛନ୍ତି। ନିଜକୁ ଦାମଙ୍କ ପୁଅ କହିଲେ ପାରାଦୀପ ଶ୍ରମିକ ନେତା ବାପି ସର୍ଖେଲ । ପାରାଦୀପ, କୁଜଙ୍ଗରେ ଆୟୋଜିତ...

କୋଟଗଡ଼ରେ ହାତୀ ଆତଙ୍କ: ନଷ୍ଟ କଲେ ଫସଲ

ବାଲିଗୁଡ଼ା,୧୪ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼ ଅଭୟାରଣ୍ୟରେ ଦେଖିବାକୁ ମିଳିଛି ହାତୀ ଆତଙ୍କ। ଗତ ଦୁଇଦିନ ଧରି କୋଟଗଡ଼ ବନାଞ୍ଚଳର ଲାସେରୀ...

ପର୍ଯ୍ୟଟକଙ୍କୁ ଦୂରଦୂରାନ୍ତରୁ ଟାଣିଆଣୁଛି ଦାରିଙ୍ଗବାଡ଼ି, ମୌଳିକ ସୁବିଧା ପାଇଁ ନିବେଦନ

ଦାରିଙ୍ଗବାଡ଼ି,୧୪ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ସମେତ ତା’ର ଆଖପାଖରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡ଼ିଠାରୁ ମାତ୍ର ୨୨...

ସବ୍ୟ-ଅର୍ଚ୍ଚିତାଙ୍କ ଘରକୁ ଆସିବେ କୁନି ଅତିଥି, ସୋସିଆଲ ମିିଡିଆରେ ସେୟାର କଲେ ଭିଡ଼ିଓ

ଭୁବନେଶ୍ବର,୧୪।୧୨: ଓଲିଉଡ ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ର ଏବଂ ଅଭିନେତ୍ରୀ ଅର୍ଚ୍ଚିତା ସାହୁ ଏକ ଖୁସି ଖବର ଦେଇଛନ୍ତି । ଖୁବଶୀଘ୍ର ସେମାନଙ୍କ ଘରକୁ କୁନି...

ଇହୁଦୀ ପର୍ବ ପାଳନ ବେଳେ ବିଚରେ ଫାୟାରିଂ, ୧୦ ମୃତ

ନୂଆଦିଲ୍ଲୀ,୧୪।୧୨: ଆଜି ଅଷ୍ଟ୍ରେଲିଆର ସିଡନୀର ବଣ୍ଡି ବିଚ୍‌ରେ ସ୍ପଷ୍ଟ ଦିବାଲୋକରେ ଗୁଳିମାଡ଼ ଘଟିଛି। ଦୁଇଜଣ ସଶସ୍ତ୍ର ଆକ୍ରମଣକାରୀ ସାଧାରଣ ଲୋକଙ୍କ ଉପରେ ଅତର୍କିତ ଗୁଳିଚାଳନା କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri