ଚିକିତ୍ସା ଅବହେଳାରୁ ଗର୍ଭବତୀଙ୍କ ଜୀବନ ଗଲା

ଭଦ୍ରକ,୨୭।୨(ସନାତନ ରାଉତ):ଚିକିତ୍ସା ଅବହେଳାରୁ ଜଣେ ଗର୍ଭବତୀଙ୍କ ଜୀବନ ଚାଲିଗଲା। ବାରମ୍ବାର ଗୁହାରି ସତ୍ତ୍ୱେ ଡାକ୍ତର ଓ ନର୍ସ ସେମାନଙ୍କ କଥା ଶୁଣି ନ ଥିଲେ। ଚିକିତ୍ସାରେ ବିଳମ୍ବ କଲେ। ଭଦ୍ରକ ଗେଲପୁରସ୍ଥିତ ମାତୃ ଓ ଶିଶୁ ବିଭାଗ ଡାକ୍ତରଖାନାରେ ଜଣେ ଗର୍ଭବତୀଙ୍କ ମୃତ୍ୟୁ ପରେ ପରିବାର ଲୋକେ ଏଭଳି ଅଭିଯୋଗ କରିଛନ୍ତି। ଏହାକୁ ନେଇ ସୋମବାର ସକାଳେ ଡାକ୍ତରଖାନା ପରିସରରେ ଉତ୍ତେଜନା ଦେଖାଦେଇଥିଲା। ମୃତା ମହିଳା ହେଉଛନ୍ତି ଆଗରପଡ଼ା ଥାନା ଅଧୀନ ବିରିଡ଼ି ଗ୍ରାମର ଅଭିମନ୍ୟୁ ଘଡ଼େଇଙ୍କ ସ୍ତ୍ରୀ ମଞ୍ଜୁଲତା(୨୮)। ଏନେଇ ଅଭିମନ୍ୟୁ ଭଦ୍ରକ ଗ୍ରାମାଞ୍ଚଳ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।
ମଞ୍ଜୁଲତାଙ୍କର ପ୍ରସବ ଯନ୍ତ୍ରଣା ହେବାରୁ ରବିବାର ତାଙ୍କୁ ଆଗରପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରୁ ଭଦ୍ରକ ସ୍ଥାନାନ୍ତର କରାଯିବା ପରେ ପରିବାର ଲୋକେ ତାଙ୍କୁ ରାତି ପ୍ରାୟ ସାଢ଼େ ୧୧ଟାରେ ମାତୃ ଓ ଶିଶୁ ବିଭାଗରେ ଭର୍ତ୍ତି କରାଇଥିଲେ। ତାଙ୍କର ପ୍ରସବ ଯନ୍ତ୍ରଣା ବଢ଼ିବାରୁ ଅସ୍ତ୍ରୋପଚାର ଦ୍ୱାରା ପିଲା ଜନ୍ମ ପାଇଁ ଅଭିମନ୍ୟୁ ଡାକ୍ତରଙ୍କୁ ଗୁହାରି କରିଥିଲେ। ରାତି ପ୍ରାୟ ୨ଟା ବେଳେ ତାଙ୍କଠାରୁ ଦସ୍ତଖତ ନେଇ ଅସ୍ତ୍ରୋପଚାର କରାଯିବ ବୋଲି କହିଥିଲେ। ମାତ୍ର ରାତି ୩ଟା ବେଳେ ମଞ୍ଜୁଲତାଙ୍କ ମୃତ୍ୟୁ ଘଟିଥିବା ନେଇ ନର୍ସ ଆସି ଜଣାଇଥିଲେ। ତାଙ୍କ ସ୍ତ୍ରୀଙ୍କ ଅସହ୍ୟ ଯନ୍ତ୍ରଣା ନେଇ ବାରମ୍ବାର ଗୁହାରି କରିଥିଲେ ମଧ୍ୟ ଡାକ୍ତର ଓ ନର୍ସ କେହି ଶୁଣି ନ ଥିଲେ। ଓଲଟା ତାଙ୍କୁ ପାଗଳ କହି ଗାଳିଗୁଲଜ କରିଥିଲେ। ଚିକିତ୍ସା ଅବହେଳାରୁ ତାଙ୍କ ସ୍ତ୍ରୀଙ୍କର ଜୀବନ ଯାଇଥିବା ସେ ଅଭିଯୋଗ କରିବା ସହ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବାକୁ ସେ ଏତଲାରେ ଦର୍ଶାଇଛନ୍ତି। ମଞ୍ଜୁଲତାଙ୍କ ମୃତ୍ୟୁ ଖବର ଶୁଣି ତାଙ୍କ ସମ୍ପର୍କୀୟମାନେ ଅସନ୍ତୋଷ ପ୍ରକାଶ କରିବା ସହ ମେଡିକାଲ ପରିସରରେ ହୋହଲ୍ଲା କରିଥିଲେ। ଗ୍ରାମାଞ୍ଚଳ ଥାନା ପୋଲିସ ପହଞ୍ଚତ୍ ତଦନ୍ତ କରିବା ସହ ସେମାନଙ୍କୁ ବୁଝାଶୁଝା କରି ମୃତଦେହ ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲା। ଏ ସମ୍ପର୍କରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସନ୍ତୋଷ କୁମାର ପାତ୍ର କହିଛନ୍ତି, ଗର୍ଭବତୀଙ୍କ ଅବସ୍ଥା ଭଲ ଥିଲା। କିନ୍ତୁ ରାତି ୩ଟା ବେଳେ ହଠାତ୍‌ ମୃତ୍ୟୁ ଘଟିଛି। ମୃତ୍ୟୁର କାରଣ ବ୍ୟବଚ୍ଛେଦ ପରେ ଜଣାପଡ଼ିବ। ଚିକିତ୍ସାରେ ଅବହେଳା ହୋଇଥିଲେ ନିଶ୍ଚିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri