କାନାଡାରେ ହେବ ‘ଅଡିୟୁ ଗୋଦାର୍ଡ’ର ପ୍ରିମିୟର

ଭୁବନେଶ୍ୱର: ଆସନ୍ତା ୧ ତାରିଖରୁ କାନାଡାରେ ଆରମ୍ଭ ହେବାକୁ ଥିବା ମୋଜାଇକ୍‌ ଇଣ୍ଟରନ୍ୟାଶନାଲ ସାଉଥ ଏସିଆନ ଫିଲ୍ମ ଫେଷ୍ଟିଭାଲ (ଏମ୍‌ଆଇଏସ୍‌ଏଏଫ୍‌ଏଫ୍‌)ରେ ଓଡ଼ିଆ ଫିଚର ଫିଲ୍ମ ‘ଅଡିୟୁ ଗୋଦାର୍ଡ’ର ଉତ୍ତର ଆମେରିକୀୟ ପ୍ରିମିୟର ରିଲିଜ ହେବ। ଜାତୀୟ ପୁରସ୍କାର ପ୍ରାପ୍ତ ଅମର୍ତ୍ତ୍ୟ ଭଟ୍ଟାଚାର୍ଯ୍ୟ ଫିଲ୍ମର ଲେଖକ ଏବଂ ନିର୍ଦ୍ଦେଶନା ଦାୟିତ୍ୱ ତୁଲାଇଛନ୍ତି। ସ୍ବସ୍ତିକ ଆର୍ଥହାଉସ୍‌ ବ୍ୟାନରରେ ଏହି ଚଳଚ୍ଚିତ୍ର ନିର୍ମାଣ ହୋଇଛି। ଏହି ସାମାଜିକ-ସାଂସ୍କୃତିକ କମିକ୍‌ ଫିଲ୍ମ ଓଡ଼ିଶାରେ ଶୁଟିଂ ହୋଇଥିବାବେଳେ କିମ୍ବଦନ୍ତୀ ଫ୍ରାନ୍ସ ଚଳଚ୍ଚିତ୍ର ନିର୍ମାତା ଜିନ୍‌-ଲୁକ୍‌ ଗୋଦାର୍ଡଙ୍କ ପ୍ରତି ଏକ ଶ୍ରଦ୍ଧାଞ୍ଜଳି। ଭାରତ, ଫ୍ରାନ୍ସ କୋ-ପ୍ରଡକ୍ସନରେ ନିର୍ମିତ ‘ଅଡିୟୁ ଗୋଦାର୍ଡ’ରେ ଚୌଧୁରୀ ବିକାଶ ଦାସ ମୁଖ୍ୟ ଚରିତ୍ରରେ ରହିଛନ୍ତି। ଦୀପନବିତ୍‌ ଦାସମହାପାତ୍ର, ସୁଧାରଶ୍ରୀ ମଧୁସ୍ମିତା, ସ୍ବସ୍ତିକ ଚୌଧୁରୀ, ଚୌଧୁରୀ ଜୟପ୍ରକାଶ ଦାସ, ଶଙ୍କର ବାସୁ ମଲ୍ଲିକ, ଅଭିଷେକ ଗିରି, ଶ୍ୱେତପଦ୍ମା ଶତପଥୀ ଏବଂ ଡ. ବନିକାନ୍ତ ମିଶ୍ର ଅନ୍ୟ ପ୍ରମୁଖ ଭୂମିକାରେ ରହିଛନ୍ତି। ଶୁକ୍ରବାର ଫିଲ୍ମର ଟ୍ରେଲର ରିଲିଜ ହୋଇଛି। କିଶଲୟ ରଏ ଏବଂ ରକ୍‌ ମ୍ୟୁଜିକ୍‌ ଆଇକନ୍‌ ରୂପମ୍‌ ଇସ୍‌ଲାମ୍‌ ଏହି ଫିଲ୍ମ ଜରିଆରେ ସେମାନଙ୍କ ପ୍ରଥମ ଓଡ଼ିଆ ଗୀତ ସଂରଚନା କରିଛନ୍ତି। ଗତ ଏପ୍ରିଲରେ ମସ୍କୋ ଇଣ୍ଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲରେ ଚଳଚ୍ଚିତ୍ରର ଓ୍ବାଲର୍‌ଡ ପ୍ରିମିୟର ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ଚୋରା ଚାଲାଣ ରୋକିବା ପାଇଁ ବାଲି ସୈରାତକୁ ଖୋଳି ଦେଲା ଖଣି ବିଭାଗ   

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ପତ୍ରଚୁଡ଼ି, ସୁନ୍ଦରଡ଼ା ଗ୍ରାମ ନିକଟ ବାହୁଦା ନଦୀ ର ବାଲି ସୈରାତ ନିଲାମ ହୋଇନଥିବା ବେଳେ ସେଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri