ବାୟୋପିକ ଫିଲ୍ମ ‘ବଡ଼ମା’ ପ୍ରିମିୟର ଶୋ ପ୍ରଦର୍ଶିତ

ବରଗଡ଼,୧୭।୮(ପ୍ରେମାନନ୍ଦ ଖମାରୀ) – ସ୍ବାଧୀନତା ସଂଗ୍ରାମୀ ବହ୍ନି କନ୍ୟା ପାର୍ବତୀ ଗିରିଙ୍କ ଉପରେ ନିର୍ମାଣ ହୋଇଥିବା ବହୁ ପ୍ରତିକ୍ଷୀତ ବାୟୋପିକ ଫିଲ୍ମ ‘ବଡ଼ମା’ର ପ୍ରିମିୟର ଶୋ ରବିବାର ପ୍ରଦର୍ଶିତ ହୋଇଯାଇଛି। ପାର୍ବତୀ ଗିରିଙ୍କ ୩୦ତମ ଶ୍ରାଦ୍ଧବାର୍ଷିକୀ ଅବସରରେ ସ୍ଥାନୀୟ ଯଦୁମଣି ପ୍ରଧାନ ଅଡିଟରିୟମରେ ପଞ୍ଚବଟି ପ୍ରଡକ୍ସନ ଓ ଉଷା ଉଜ୍ଜ୍ବଳ ପ୍ରଡକ୍ସନ ଦ୍ୱାରା ମିଳିତ ଭାବରେ ନିର୍ମିତ ତଥା ବିକାଶ ଗ୍ରୁପ ଅଫ ଇଷ୍ଟିଚ୍ୟୁଶନ ଦ୍ୱାରା ଆର୍ଥିକ ପ୍ରୋତ୍ସାହନରେ ନିର୍ମିତ ଏହି ଚଳଚ୍ଚିତ୍ରକୁ ବିଶିଷ୍ଟ ଫିଲ୍ମ ନିର୍ଦ୍ଦେଶକ ଲିଟୁ ମହାନ୍ତି ନିର୍ଦ୍ଦେଶନା ଦେଇଛନ୍ତି। ସଙ୍ଗୀତ ରଚନା ପଦ୍ମଶ୍ରୀ ହଳଧର ନାଗ, ପ୍ରଦୀପ ରାଏ, ଚୂଡ଼ାମଣି ଚନ୍ଦନ, ଦୁର୍ଗା ପଣ୍ଡା କରିଥିବା ବେଳେ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ସୁନାମଧନ୍ୟ ଗାୟକ, ସଙ୍ଗୀତ ନିର୍ଦ୍ଦେଶକ ପଙ୍କଜ ଜାଲ। ଏଥିରେ କଣ୍ଠ ଦାନ କରିଛନ୍ତି ନିଜେ ପଙ୍କଜ ଜାଲ, ପମି ମିଶ୍ର, ମାନସୀ ପାଣିଗ୍ରାହୀ, ଶ୍ରିୟା ପଣ୍ଡା, ଅଂଶିକା ସିକନ୍ଦର, ବିବେକାନନ୍ଦ ଜାଲ, ଶର୍ମିଷ୍ଠା ଜାଲ। ଏହି ପ୍ରିମିୟର ଶୋରେ ଅତିଥି ଭାବରେ ପଦ୍ମଶ୍ରୀ ଡ. ହଳଧର ନାଗ, ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡ଼ଙ୍ଗୀ, ଅତାବିରା ବିଧାୟକ ନିହାର ମହାନନ୍ଦ, ବିଜେପୁର ବିଧାୟକ ସନତ ଗଡ଼ତିଆ, କ୍ରିଷ୍ଣା ବିକାଶ ଗ୍ରୁପର ଚେୟାରମ୍ୟାନ ଡି.ମୁରଲୀ କ୍ରିଷ୍ଣା, ଫିଲ୍ମ ପ୍ରଯୋଜକ ଅବନୀ କୁମାର ମେହେର, ଶିବାଜୀ ମହାନ୍ତି, (କଣ୍ଟାବାଞ୍ଜି) ସାମାଜିକ କର୍ମୀ ଚନ୍ଦ୍ରଶେଖର ବାଗ, ଫିଲ୍ମ ଅଭିନେତା ପୃଥ୍ବୀରାଜ ନାୟକ, ଅଭିନେତା ସୌମେନ ପୂଜାରୀ, ଲେଖକ ତଥା ନାଟ୍ୟ ନିର୍ଦ୍ଦେଶକ ବ୍ରଜେନ୍ଦ୍ର ନାୟକ, ନିର୍ଦ୍ଦେଶକ ତଥାସିନେ ସମ୍ପାଦକ ଡ. ଦିଲ୍ଲୀପ ପାଣି, ନିର୍ଦ୍ଦେଶକ ଗଦାଧର ବାରିକ, ଗୋପାଳ ପ୍ରଧାନ, ମୁରଲୀ ପତି, ସୁଧୀର ଭୋଇ ପ୍ରମୁଖ ଯୋଗ ଦେଇଥିଲେ। ଏହି ଅବସରରେ ଫିଲ୍ମର ସମସ୍ତ କଳାକାର, ସଙ୍ଗୀତ ନିର୍ଦ୍ଦେଶକ, ଗୀତିକାର, ଗାୟକ ଗାୟିକାଙ୍କ ସମେତ ସମସ୍ତ ବିଭାଗରେ ସହଯୋଗ କରିଥିବା ବ୍ୟକ୍ତି ବିଶେଷ ଯୋଗଦାନ କରିଥିଲେ। ଫିଲ୍ମର ନିର୍ଦ୍ଦେଶକ ଲିଟୁ ମହାନ୍ତିଙ୍କ ସଂଯୋଜନାରେ ଅନୁଷ୍ଠିତ ସଭାରେ ପ୍ରଥମେ ଅତିଥିମାନେ ପାର୍ବତୀ ଗିରିଙ୍କ ଫଟୋଚିତ୍ରରେ ପୁଷ୍ପାଞ୍ଜଳି ପ୍ରଦାନ କରିଥିଲେ ଏବଂ ଫିଲ୍ମର ଶୁଭ କାମନା ଜଣାଇବା ସହ ଫିଲ୍ମରେ ଜଡ଼ିତ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଥିଲେ। ଅତିଥି ଓ କଳାକାରମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଓଡ୍ରାଫ ଯବାନଙ୍କୁ କାମୁଡ଼ିଲା ସାପ

ବାରିପଦା, ୨୭।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ବନ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଜଣେ ଓଡ୍ରାଫ ଯବାନଙ୍କୁ ସାପ କାମୁଡ଼ିଥିବା ଜଣାପଡ଼ିଛି। ବେତନଟୀ ବ୍ଲକ ଅନ୍ତର୍ଗତ…

ସୋସୋରେ ଫୁଟିଲା ଗୁଳି, ବ୍ୟବସାୟୀଙ୍କଠାରୁ ଲୁଟ୍‌

ହାଟଡିହୀ, ୨୭।୯ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସୋସୋ ଥାନା ଅଞ୍ଚଳରେ ଗୁଳି ଫୁଟାଇ ଜଣେ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତମାନେ ଗତ ଶନିବାର…

ପର୍ଯ୍ୟଟନର ବାର୍ତ୍ତା ନେଇ ଦୌଡ଼ିଲେ ଶତାଧିକ ଛାତ୍ରୀଛାତ୍ର

କୋରାପୁଟ,୨୭ା୯(ଅମିତାଭ ବେହେରା): ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଶନିବାର ପର୍ଯ୍ୟଟନ ସଚେତନତାର ବାର୍ତ୍ତା ଦିଆଯାଇଛି। ପର୍ଯ୍ୟଟନସ୍ଥଳୀ ପ୍ରତି ଲୋକଙ୍କ ଆଗ୍ରହ ବଢ଼ାଇବା…

ଭିଜିଲାନ୍ସ ପଞ୍ଝାରେ ପୁଣି ଜଣେ ସରକାରୀ ଅଧିକାରୀ, ଆୟବର୍ହିଭୂତ ସମ୍ପତ୍ତି ଠୁଳ କରି ସହକାରୀ ଯନ୍ତ୍ରୀ…

ମାଲକାନଗିରି,୨୭ା୯(ଦୁର୍ଯ୍ୟୋଧନ ପାତ୍ର): ପୁଣି ଜଣେ ସରକାରୀ ବାବୁଙ୍କ ବିରୋଧରେ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି ମାଲକାନଗିରି ଜିଲା ମାଥିଲି…

ଭାଗବତର ମହକରେ ଅତିବଡ଼ି: ଝଙ୍କୃତ ହେଲା କବିତା

ଦାରିଙ୍ଗବାଡ଼ି, ୨୭/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡ. ଭୀମରାଓ ଆମ୍ବେଦକର ଜାତୀୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ଅପରାହ୍ନରେ ଅତିବଡ଼ି ଜଗନ୍ନାଥ ଦାସଙ୍କ…

ପାଇପ ବିଛାଇବା ପାଇଁ ଗାଁ ଗାଁରେ ଖୋଳା ଚାଲିଛି କଂକ୍ରିଟ ରାସ୍ତା: ପାଇପ ବିଛାଇବା ପରେ ମରାମତି ନାହିଁ

ଅମରପାଲି, ୨୭।୯ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ବିଭିନ୍ନ ଗ୍ରାମରେ ମେଗା ପାନୀୟଜଳ ପ୍ରକଳ୍ପ ପାଇଁ ପାଇପ ବିଛାଇବା କାମ ଚାଲିଛି। ଏଥିପାଇଁ ଏକ…

ସମୁଦ୍ର ଗର୍ଭରେ ଲୀନ ହେବ ଆଉ ୨ ମନ୍ଦିର

ଛତ୍ରପୁର,୨୭ା୯ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଦିନକୁ ଦିନ କ୍ଷୟ ହେବାରେ ଲାଗିଛି। ଗଭୀର ଅବପାତ ପ୍ରଭାବରେ ଉଚ୍ଚ ଜୁଆର କୂଳ…

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?