ଆର୍‌ପିଏଫ୍‌ କନ୍‌ଷ୍ଟେବଳଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଟ୍ରେନ୍‌ ଯାତ୍ରୀଙ୍କ ଜୀବନ ବଞ୍ଚିଲା

ଯାଜପୁର ଅଫିସ,୯ା୧୧: ଯାଜପୁର-କେନ୍ଦୁଝର ରୋଡ ରେଳ ଷ୍ଟେଶନରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୨ଟା ୧୫ ମିନିଟ୍‌ ସମୟରେ ଜଣେ ଯାତ୍ରୀ ଧଉଳି ଏକ୍ସପ୍ରେସକୁ ଚଢୁଥିବା ସମୟରେ ହଠାତ୍‌ ଖସି ପଡ଼ିଥିଲେ ା ମାତ୍ର କିଛି ମିନିଟ୍‌ ବିଳମ୍ବ ହୋଇଥିଲେ ସମ୍ପୃକ୍ତ ଯାତ୍ରୀ ପ୍ଲାଟ୍‌ଫର୍ମ ତଳକୁ ଖସି ପଡି ଥାଆନ୍ତେ ା ହେଲେ ସେଠାରେ କାର୍ଯ୍ୟରତ ଆର୍‌ପିଏଫ୍‌ କନ୍‌ଷ୍ଟେବଳ ଲାଲା ବିହାରୀ ରାମ୍‌ଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ସେ ନିଶ୍ଚିତ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି। ସମ୍ପୃକ୍ତ ଯାତ୍ରୀ ଜଣକ ହେଉଛନ୍ତି ବାଲେଶ୍ୱର ଜିଲା ରିଗଡି ଗ୍ରାମର ସାଗର କୁମାର ପାତ୍ର(୩୫) ା
ସୂଚନାଯୋଗ୍ୟ, ଧଉଳି ଏକ୍ସପ୍ରେସ ଯାଜପୁର-କେନ୍ଦୁଝର ରୋଡ ଷ୍ଟେଶନରୁ ନିର୍ଦ୍ଧାରିତ ସମୟରେ ଛାଡିଥିଲା। ଟ୍ରେନଟି ତାର ଗତି ବଢ଼ାଇ ଚାଲିଥିବାବେଳେ ସାଗର ଦୌଡି ଦୌଡ଼ି ଯାଇ ବଗିର ହ୍ୟାଣ୍ଡେଲକୁ ଧରି ନେଇଥିଲେ ା କିନ୍ତୁ ସେ ବଗି ଭିତରକୁ ଯାଇ ପାରି ନ ଥିଲେ। କିଛି ସମୟ ଚେଷ୍ଟା କଲା ପରେ ସେ ହ୍ୟାଣ୍ଡେଲକୁ ଧରି ପ୍ଲାଟ୍‌ଫର୍ମରେ ଘୁଷୁରି ଘୁଷୁରି କିଛି ବାଟ ଯାଇଥିଲେ ା ଏହାଦେଖି ଦାୟିତ୍ୱରେ ଥିବା ଆରପିଏଫ୍‌ କନ୍‌ଷ୍ଟେବଳ ରାମ୍‌ ଚେନ୍‌ ପୁଲିଂ କରିବାକୁ ଖୁବ୍‌ ଜୋରରେ ଚିତ୍କାର କରିିଥିଲେ। ଏହାସହ ଯାତ୍ରୀଙ୍କୁ ଉଦ୍ଧାର କରିବାକୁ ଦୌଡି ଥିଲେ। ଟ୍ରେନର ଗାର୍ଡ ଚେନ୍‌ ପୁଲିଂ କରିବାରୁ ଗତି ନିୟନ୍ତ୍ରଣ ହୋଇଥିଲା ା ଏହାପରେ ସାଗର ତଳେ ଛିଟିକି ପଡିଥିଲେ ା ଏହାପରେ ଆରପିଏଫ୍‌ ରାମ୍‌ ତାଙ୍କୁ ଉଦ୍ଧାର କରି ଚିକିସତ୍ା ପାଇଁ ଡାକ୍ତରଖାନାକୁ ପଠାଇଥିଲେ। ଏହି ଦୁର୍ଘଟଣା ସମ୍ପୂର୍ଣ୍ଣ ଦୃଶ୍ୟ ଷ୍ଟେଶନରେ ଲାଗିଥିବା ସିସିଟିଭି କ୍ୟାମେରାରେ କଏଦ ହୋଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri