ଆର୍‌ପିଏଫ୍‌ କନ୍‌ଷ୍ଟେବଳଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଟ୍ରେନ୍‌ ଯାତ୍ରୀଙ୍କ ଜୀବନ ବଞ୍ଚିଲା

ଯାଜପୁର ଅଫିସ,୯ା୧୧: ଯାଜପୁର-କେନ୍ଦୁଝର ରୋଡ ରେଳ ଷ୍ଟେଶନରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୨ଟା ୧୫ ମିନିଟ୍‌ ସମୟରେ ଜଣେ ଯାତ୍ରୀ ଧଉଳି ଏକ୍ସପ୍ରେସକୁ ଚଢୁଥିବା ସମୟରେ ହଠାତ୍‌ ଖସି ପଡ଼ିଥିଲେ ା ମାତ୍ର କିଛି ମିନିଟ୍‌ ବିଳମ୍ବ ହୋଇଥିଲେ ସମ୍ପୃକ୍ତ ଯାତ୍ରୀ ପ୍ଲାଟ୍‌ଫର୍ମ ତଳକୁ ଖସି ପଡି ଥାଆନ୍ତେ ା ହେଲେ ସେଠାରେ କାର୍ଯ୍ୟରତ ଆର୍‌ପିଏଫ୍‌ କନ୍‌ଷ୍ଟେବଳ ଲାଲା ବିହାରୀ ରାମ୍‌ଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ସେ ନିଶ୍ଚିତ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି। ସମ୍ପୃକ୍ତ ଯାତ୍ରୀ ଜଣକ ହେଉଛନ୍ତି ବାଲେଶ୍ୱର ଜିଲା ରିଗଡି ଗ୍ରାମର ସାଗର କୁମାର ପାତ୍ର(୩୫) ା
ସୂଚନାଯୋଗ୍ୟ, ଧଉଳି ଏକ୍ସପ୍ରେସ ଯାଜପୁର-କେନ୍ଦୁଝର ରୋଡ ଷ୍ଟେଶନରୁ ନିର୍ଦ୍ଧାରିତ ସମୟରେ ଛାଡିଥିଲା। ଟ୍ରେନଟି ତାର ଗତି ବଢ଼ାଇ ଚାଲିଥିବାବେଳେ ସାଗର ଦୌଡି ଦୌଡ଼ି ଯାଇ ବଗିର ହ୍ୟାଣ୍ଡେଲକୁ ଧରି ନେଇଥିଲେ ା କିନ୍ତୁ ସେ ବଗି ଭିତରକୁ ଯାଇ ପାରି ନ ଥିଲେ। କିଛି ସମୟ ଚେଷ୍ଟା କଲା ପରେ ସେ ହ୍ୟାଣ୍ଡେଲକୁ ଧରି ପ୍ଲାଟ୍‌ଫର୍ମରେ ଘୁଷୁରି ଘୁଷୁରି କିଛି ବାଟ ଯାଇଥିଲେ ା ଏହାଦେଖି ଦାୟିତ୍ୱରେ ଥିବା ଆରପିଏଫ୍‌ କନ୍‌ଷ୍ଟେବଳ ରାମ୍‌ ଚେନ୍‌ ପୁଲିଂ କରିବାକୁ ଖୁବ୍‌ ଜୋରରେ ଚିତ୍କାର କରିିଥିଲେ। ଏହାସହ ଯାତ୍ରୀଙ୍କୁ ଉଦ୍ଧାର କରିବାକୁ ଦୌଡି ଥିଲେ। ଟ୍ରେନର ଗାର୍ଡ ଚେନ୍‌ ପୁଲିଂ କରିବାରୁ ଗତି ନିୟନ୍ତ୍ରଣ ହୋଇଥିଲା ା ଏହାପରେ ସାଗର ତଳେ ଛିଟିକି ପଡିଥିଲେ ା ଏହାପରେ ଆରପିଏଫ୍‌ ରାମ୍‌ ତାଙ୍କୁ ଉଦ୍ଧାର କରି ଚିକିସତ୍ା ପାଇଁ ଡାକ୍ତରଖାନାକୁ ପଠାଇଥିଲେ। ଏହି ଦୁର୍ଘଟଣା ସମ୍ପୂର୍ଣ୍ଣ ଦୃଶ୍ୟ ଷ୍ଟେଶନରେ ଲାଗିଥିବା ସିସିଟିଭି କ୍ୟାମେରାରେ କଏଦ ହୋଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri